କାମାକ୍ଷାନଗର, ୭।୪(ଡି.ଏନ.ଏ.): ଖୋଳାଯାଉଥିଲା କୂଅ। ମାଟି ବାହାର କରିବାକୁ ଭିତରକୁ ପଶିଥିବାବେଳେ ହଠାତ୍ ଖସିପଡ଼ିଲା ଅତଡ଼ା। ଏଥିରେ ପୋତି ହୋଇ ରହିଗଲେ ଶ୍ରମିକ। ଜେସିବି ସହାୟତାରେ ମାଟି ଖୋଳି ଦୀର୍ଘ ୩ଘଣ୍ଟା ପରେ ତାଙ୍କୁ ଉଦ୍ଧାର କରାଗଲା। ହେଲେ ସେତେବେଳକୁ ଶ୍ରମିକ ଜଣକ ଆଉ ଜୀବିତ ଅବସ୍ଥାରେ ନ ଥିଲେ। ଢେଙ୍କାନାଳ ଜିଲା କାମାକ୍ଷାନଗର ଏନ୍ଏସିରେ ମଙ୍ଗଳବାର ଘଟିଥିବା ଏଭଳି ଏକ ହୃଦୟ ବିଦାରକ ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା କଥା, କାମାକ୍ଷାନଗର ଏନ୍ଏସି ବସ୍ଷ୍ଟାଣ୍ଡ ପଛପାଖରେ ମଙ୍ଗଳବାର ସକାଳେ ଏକ ଘରୋଇ କୂଅ ଖୋଳା କାର୍ଯ୍ୟ ଚାଲିଥିଲା। ଏହି କାର୍ଯ୍ୟରେ କାମାକ୍ଷାନଗର କଲେଜ ନିକଟ ଦିଗୋଡିଆ ସାହିର ଧୂଳିଆ ମଲ୍ଲିକଙ୍କ ସମେତ ୫ ଜଣ ଶ୍ରମିକ ନିୟୋଜିତ ହୋଇଥିଲେ। ସୁରେଶ ସୁବୁଦ୍ଧିଙ୍କ ନେତୃତ୍ୱରେ କାମ ଆଗେଇ ଚାଲିଥିଲା। ଦେବରାଜ ମଲ୍ଲିକ, ଅଜୟ ମଲ୍ଲିକ, ରୋହିତ ମଲ୍ଲିକ କୂଅ ଉପରେ ଥିବାବେଳେ ଧୂଳିଆ କୂଅ ଭିତରକୁ ଯାଇ ମାଟି ଉଠାଉଥିଲେ। ଏହି ସମୟରେ ହଠାତ୍ ଏକ ବଡ଼ ଅତଡ଼ା ଖସିଥିଲା ଏବଂ ଧୂଳିଆ କୂଅରେ ପୋତିହୋଇ ରହିଯାଇଥିଲେ। ସୂଚନା ପାଇ କାମାକ୍ଷାନଗର ଅଗ୍ନିଶମ ବିଭାଗ ଅଧିକାରୀ ସରୋଜ କୁମାର ମହାପାତ୍ର ସଦଳବଳ ପହଞ୍ଚତ୍ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ୩ ବଡ଼ ମେଶିନ ଦୀର୍ଘ ୩ ଘଣ୍ଟା ଧରି ମାଟି ଖୋଳିବା ପରେ ଧୂଳିଆଙ୍କ ମୃତଦେହ ବାହାରକୁ ଆସିଥିଲା। କାମାକ୍ଷାନଗର ଉପଜିଲାପାଳ ବିଷ୍ଣୁପ୍ରସାଦ ଆଚାର୍ଯ୍ୟ, ତହସିଲଦାର ସଞ୍ଜୟ ରାଉତ, ଥାନାଧିକାରୀ ଅଭିନବ ଡାଳୁଆ ପ୍ରମୁଖ ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ ତଦାରଖ କରିଥିଲେ। ରେଡ୍କ୍ରସ୍ ପାଣ୍ଠିରୁ ମୃତକଙ୍କ ପରିବାରକୁ ୧୦ ହଜାର ଟଙ୍କା ଏବଂ ହରିଶ୍ଚନ୍ଦ୍ର ଯୋଜନାରେ ୩୦୦୦ ଟଙ୍କା ପ୍ରଦାନ କରାଯାଇଛି। ଏ ସଂକ୍ରାନ୍ତରେ ପୋଲିସ ପକ୍ଷରୁ ଏକ ଅପମୃତ୍ୟୁ ମାମଲା (ନଂ.୧୩/୨୧) ରୁଜୁ କରାଯାଇଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି। ସୂଚନାଯୋଗ୍ୟ, ମୃତ ଧୂଳିଆଙ୍କ ସ୍ତ୍ରୀଙ୍କ ମୃତ୍ୟୁ ହୋଇଯାଇଥିଲା। ଏକମାତ୍ର ଝିଅଙ୍କ ବିବାହ ହୋଇସାରିଛି। ଧୂଳିଆ ଝିଅଙ୍କ ପାଖରେ ରହୁଥିଲେ।
Posted inଆମ ଜିଲା ଖବର, ଢେଙ୍କାନାଳ View All
ରେଳ ଲାଇନ୍ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…
ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…
ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…
ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍. ଉଦୟଗିରି ଥାନା…
ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…
ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍। ମଙ୍ଗଳବାର ଅପରାହ୍ନ ପ୍ରାୟ…
ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’
ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…
ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…
ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…
ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…
ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍ପି ଶୁଭେନ୍ଦୁ କୁମାର ପାତ୍ର…
Archives

