୨୨୨ ଟଙ୍କା ମଜୁରିରେ କାମ କରୁନାହାନ୍ତି ଶ୍ରମିକ

ବିଞ୍ଝାରପୁର,୨୧ା୪(ଡି.ଏନ.ଏ.): ବିଞ୍ଝାରପୁର ପଞ୍ଚାୟତ ସମିତିର ପ୍ରଥମ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ରଞ୍ଜିତା କୁମାରୀ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ମୁଖ୍ୟଅତିଥି ଭାବେ ବିଞ୍ଝାରପୁର ବିଧାୟିକା ତଥା ଶାସକଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଯୋଗଦେଇ ବ୍ଲକରେ ହୋଇଥିବା ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ସୂଚନା ଦେଇଥିଲେ। ଏହି ବୈଠକରେ ସମସ୍ତ ୨୯ଟି ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟ ସାମିଲ ହୋଇ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ। ସଭା ପ୍ରାରମ୍ଭରେ ୨୭ ନଂ. ଜୋନ୍‌ ଜିଲା ପରିଷଦ ସଭ୍ୟା ସୁନିତା ନାୟକ କହିଥିଲେ, ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଦତ ଦୈନିକ ମଜୁରୀର ମୂଲ୍ୟ ୨୨୨ ଟଙ୍କା ହୋଇଥିବାରୁ ସାଧାରଣ ଦିନ ମଜୁରିଆମାନେ କାମ କରିବା ପାଇଁ ଅନିଚ୍ଛା ପ୍ରକାଶ କରୁଛନ୍ତି। ତେଣୁ ଏ ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇ ରାଜ୍ୟ ସରକାରଙ୍କ ମାଧ୍ୟ୍ୟମରେ କେନ୍ଦ୍ର ସରକାରଙ୍କୁ ଦାବିପତ୍ର ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା।

ସେହିପରି ସ୍ବାସ୍ଥ୍ୟ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିଲା। ବିଞ୍ଝାରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରୁ ଆରମ୍ଭ କରି ଅଞ୍ଚଳର ବିଭିନ୍ନ ସ୍ଥାନରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀ ଆବଶ୍ୟକ ଅନୁଯାୟୀ ନ ଥିବା ସରପଞ୍ଚ ଓ ସମିତିସଭ୍ୟମାନେ ଅଭିଯୋଗ କରିଥିଲେ। ଏହାର ପ୍ରତି ଉତ୍ତରରେ ସ୍ବାସ୍ଥ୍ୟ ଅଧିକାରୀ କହିଥିଲେ ଯେ, ଆବଶ୍ୟକ ଅନୁଯାୟୀ କର୍ମଚାରୀ ନ ଥିବାରୁ ବିଭିନ୍ନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ପଠାଯାଇ ପରିଚାଳନା କରାଯାଉଛି। ଡାକ୍ତର ନିଯୁକ୍ତି ହେଲେ ଉକ୍ତ ସମସ୍ୟାର ସମାଧାନ ହୋଇ ପାରିବ ବୋଲି ସେ ପ୍ରକାଶ କରିଥିଲେ। ସେହିପରି ବିଞ୍ଝାରପୁର ବ୍ଲକର ବିଭିନ୍ନ ପଞ୍ଚାୟତରେ ଅଙ୍ଗନୱାଡି କେନ୍ଦ୍ରର ପରିଚାଳନାରେ ତ୍ରୁଟି ପରିଲିକ୍ଷିତ ହେଉଥିବା ଦର୍ଶାଇ ଜରି ସରପଞ୍ଚ ନନ୍ଦ ମଲ୍ଲିକ ସିଡିପିଓଙ୍କୁ ବିଭିନ୍ନ ପ୍ରଶ୍ନ ପଚାରିଥିଲେ। ସିଡିପିଓ ପ୍ରତି ଉତ୍ତରରେ କରୋନା ପରେ ଖୋଲା ଯାଇଥିବା ଅଙ୍ଗନୱାଡି କେନ୍ଦ୍ରରେ ହେଉଥିବା ତ୍ରୁଟିକୁ ନିଜେ ପ୍ରତି ମାସରେ ପରିଦର୍ଶନ କରି ସମସ୍ୟାର ସମାଧାନ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ବିଞ୍ଝାରପୁର ଏକ ତଳିଆ ଅଞ୍ଚଳ ହୋଇଥିବାରୁ ବର୍ଷା ଜଳ ନିଷ୍କାସନ ହୋଇପାରି ନ ଥିବାରୁ ଚାଷୀଙ୍କ ଶହଶହ ଏକର ଜମି ପାଣିରେ ବୁଡ଼ି ନଷ୍ଟ ହୋଇ ଯାଉଥିବା ସରପଞ୍ଚମାନେ ଅଧିକାରୀଙ୍କ ପାଖରେ ଅଭିଯୋଗ କରିଥିଲେ। ଏ ସମସ୍ୟାର ସମାଧାନ ପାଇଁ ଜଳ ନିଷ୍କାସନ ହେଉଥିବା ସ୍ଥାନଗୁଡ଼ିକରେ ଆଡ଼ି ବନ୍ଧ କରିବା ପୂର୍ବରୁ ପ୍ରଶାସନ ଅଧିକାରୀଙ୍କ ଜରିଆରେ ଉକ୍ତ ସ୍ଥାନରେ ୧୪୪ ଧରା ଜାରି କରିବା ପାଇଁ ଜଳ ନିସ୍କାସିତ ବିଭାଗ ଅଧିକାରୀ ଅନ୍ତର୍ଯ୍ୟାମୀ ମହାନ୍ତିଙ୍କୁ ପରାମର୍ଶ ଦିଆ ଯାଇଥିଲା। ସେହିପରି ଗ୍ରୀଷ୍ମ ଋତୁରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଥିବା ବେଳେ କେତେକ ପଞ୍ଚାୟତରେ ମେଗା ପ୍ରକଳ୍ପ ଶେଷ ହୋଇ ନ ଥିବାରୁ ପାଣି ସମସ୍ୟା ଦେଖା ଦେଇଛି। ତେଣୁ ଉକ୍ତ ସ୍ଥାନରେ ତୁରନ୍ତ ନଳ କୂପ ବସାଯାଇ ସମସ୍ୟାର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ତୃପ୍ତିମୟୀ ରଥ ପ୍ରତିଶ୍ରୁତି ଦେଇଥିଲେ। ବୈଠକରେ ୨୬ ନଂ. ଜୋନ ଜିଲା ପରିଷଦ ସଭ୍ୟ ନନ୍ଦକିଶୋର ସାମଲ, ବିଡିଓ ମୀନତି ଜଗଦେବ, ବ୍ଲକ ଉପାଧ୍ୟକ୍ଷ ସେକ୍‌ ଇର୍ସାଦ, ୨୮ନଂ. ଜୋନ୍‌ ଜିଲା ପରିଷଦ ସଭ୍ୟ ଖଗେଶ୍ୱର ମହାନ୍ତି, ୨୫ ନଂ. ଜୋନ୍‌ ଜିଲା ପରିଷଦ ସଭ୍ୟା ଅହଲ୍ୟା ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri