ବୈତରଣୀରେ ଭାସିଗଲେ ଶ୍ରମିକ

ଯାଜପୁର ଟାଉନ,୭ା୫(ଡି.ଏନ.ଏ.): ଯାଜପୁର ସହରର ଦଶାଶ୍ୱମେଧ ଘାଟ ନିକଟ ବୈତରଣୀ ନଦୀରେ ଏକ ବ୍ୟାରେଜ ନିର୍ମାଣ ଚାଲିଛି। ତେବେ ଏହି କାର୍ଯ୍ୟରେ ନିୟୋଜିତ ଜଣେ ଶ୍ରମିକଙ୍କ ଶୁକ୍ରବାର ଉକ୍ତ ନଦୀରେ ବୁଡ଼ି ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି ଜିଲାର ସୋମନାଥ ପଟେଲ(୪୫)। ସୋମନାଥ କାର୍ଯ୍ୟସାରି ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ନଦୀରେ ଗାଧୋଉଥିଲେ। ଏହି ସମୟରେ ତାଙ୍କ ଗୋଡ଼ ଖସିଯିବାରୁ ସେ ନଦୀରେ ଭାସି ଯାଇଥିଲେ। ତେବେ ବ୍ୟାରେଜ୍‌ କାର୍ଯ୍ୟ ଯୋଗୁ ସେଠାରେ ନଦୀର ଗଭୀର ଅଧିକ ରହିଥିବାରୁ ଘଟଣାସ୍ଥଳରେ ସୋମନାଥ ନିଖୋଜ ହୋଇ ଯାଇଥିଲେ। ଖବର ପ୍ରଚାରିତ ହେବାପରେ ସେଠାରେ ବହୁ ଜନ ସମାଗମ ହୋଇଥିଲା। ବ୍ୟାରେଜରେ କାମ କରୁଥିବା ଅନ୍ୟ ଶ୍ରମିକମାନେ ପହଞ୍ଚତ୍ ସ୍ଥାନୀୟ ଦମକଳ ବାହିନୀକୁ ଖବର ଦେଇଥିଲେ। ଦମକଳବାହିନୀ ପହଞ୍ଚତ୍ ପ୍ରାୟ ୨ ଘଣ୍ଟା ପରେ ସୋମନାଥଙ୍କୁ ଉଦ୍ଧାର କରିଥିଲେ। ସେତେବେଳକୁ ତାଙ୍କର ମୃତ୍ୟୁ ହୋଇ ସାରିଥିଲା। ପରେ ତାଙ୍କ ମୃତଦେହ ଯାଜପୁର ଟାଉନ ପୋଲିସ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ଯାଜପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ମୃତଦେହ ବ୍ୟବଚ୍ଛେଦ ପରେ ତାଙ୍କ ଭାଇଙ୍କୁ ହସ୍ତାନ୍ତର କରାଯାଇଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri