ମାଟି ଅତଡ଼ା ଖସି ଶ୍ରମିକ ମୃତ: କ୍ଷତିପୂରଣଦାବି କରି ଧାରଣାରେ ବସିଲେ ସ୍ତ୍ରୀ

ମହାକାଳପଡ଼ା,୫।୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ମେରାଇନ୍‌ ଥାନା ଅଧୀନ ଗଗୁଆ ଗ୍ରାମସ୍ଥିତ ଆଇଓସିଏଲ୍‌ (ଭାରତୀୟ ତୈଳ ନିଗମ) ବିଟ୍‌ ହାଉସ୍‌ ପରିସର ମଧ୍ୟରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି । ଏକ ଖାଲ ଖୋଳା ହେଉଥିବା ବେଳେ ମାଟି ଅତଡ଼ା ଖସି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେଠାରେଥିବା ଅନ୍ୟ ୬ ଜଣ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମୃତକ ହେଲେ ଖଗେନ ମଣ୍ଡଳ (୫୫) । ସେ ସ୍ଥାନୀୟ ଗୁଲଦିଆ ଗ୍ରାମର ବୋଲି ଜଣାପଡ଼ିଛି। ଗୁରୁତର ଅବସ୍ଥାରେ ତାଙ୍କୁ କେନ୍ଦ୍ରାପଡ଼ା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଅନ୍ୟପଟେ କ୍ଷତିପୂରଣ ଦାବିରେ ତାଙ୍କ ସ୍ତ୍ରୀ ସୀତାରାଣୀ ମଣ୍ଡଳ ଓ ପରିବାରଲୋକେ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର

ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍‌ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

ଆଉ ୨ ଦିନ ଗରମ, ଗୁଳୁଗୁଳି

ଭୁବନେଶ୍ୱର ୨୭।୫ (ବନ୍ଦନା ସେଠୀ): ରାଜ୍ୟରେ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ମଙ୍ଗଳବାର ଗରମ ଓ ଗୁଳୁଗୁଳି ଜାରି ରହିଥିଲା। ୨୦ ସ୍ଥାନର ତାପମାତ୍ରା ୪୦…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

୧୦ ବର୍ଷର ଝିଅକୁ ବଳାତ୍କାର ପରେ ହତ୍ୟା ଘଟଣାର ପ୍ରେସମିଟ୍‌ କରୁଥିବାବେଳେ ହସି ହସି ଗଡ଼ିଲେ ୩ IPS: ଭିଡିଓ ଭାଇରାଲ ପରେ…

କୋଏମ୍ବାଟୁର,୨୭।୫: ତାମିଲନାଡୁର କୋଏମ୍ବାଟୁରରେ ଜଣେ ୧୦ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ନୃଶଂସ ହତ୍ୟାକାଣ୍ଡ ସମଗ୍ର ରାଜ୍ୟକୁ ଦୋହଲାଇ ଦେଇଛି। ବିଜୟ ସରକାର…

ବାପା ମାଛ ଧରାଳି, ପୁଅ ପାଇଲେ OAS: ବିନା କୋଚିଙ୍ଗ୍‌ରେ ମୋବାଇଲରୁ ପଢି ପାଇଲେ ସଫଳତା

ସୋରଡା,୨୭।୫( ରଜନି ମହାପାତ୍ର ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ ଦ୍ୱାରା ଆୟୋଜିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ୨୦୨୪-୨୫ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ସୋରଡା…

ମନ୍ତ୍ରୀଙ୍କ ଛାତି ଧଡ଼ପଡ଼: କାହାର ଯିବ ପଦ କିଏ ଯୋଡ଼ା ହେବେ ନୂଆ

ଭୁବନେଶ୍ୱର,୨୭।୫ ଓଡ଼ିଶାରେ ଖୁବ୍ ଶୀଘ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍ ଧରିଛି। ଏହାକୁ ନେଇ ମନ୍ତ୍ରୀ ଓ ବିଧାୟକମାନଙ୍କ ମଧ୍ୟରେ ଉତ୍ସୁକତା…

ପୁଣି ଦେବାଶିଷ ଯିବେ ରାଜ୍ୟ ସଭା ନା ଆଉ କିଏ? ବଡ଼ ଇସାରା ଦେଲେ ସୁରେଶ ପୂଜାରୀ, କହିଲେ ଯିଏ ଇସ୍ତଫା ଦେଇ…

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ଉପନିର୍ବାଚନ ପାଇଁ ECI ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଖାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri