ଶ୍ରମିକଙ୍କ ଗୋଡ଼ ହାତ କଟା ଘଟଣା: ଥାନାରେ ରୁଜୁ ହେଲା ମାମଲା

ଆର୍‌.ଉଦୟଗିରି,୧୦।୧୦(ଡି.ଏନ୍‌.ଏ.): ଗଜପତି ଜିଲା ଅଡ଼ବା ଥାନା କଲବା ଗାଁର ଦାଦନ ଶ୍ରମିକ ଶାଙ୍କ ମୁର୍ମୁଙ୍କ ଗୋଡ଼ ହାତ କଟା ଘଟଣାର ଦୀର୍ଘଦିନ ପରେ ପୋଲିସ ଏକ ମାମଲା ରୁଜୁ କରିଛି। ଶାଙ୍କଙ୍କ ସ୍ତ୍ରୀ ସୁଶୀଳା ମୁର୍ମୁଙ୍କ ଏତଲାକୁ ଭିତ୍ତିକରି ଅଡ଼ବା ପୋଲିସ ମାମଲା (ନଂ. ୧୧୯/୨୨) ରୁଜୁକରି ତଦନ୍ତ ଆରମ୍ଭ କରିଛି। ଅଡ଼ବା ଥାନା ଅଧିକାରୀ ଆନନ୍ଦ୍ର ଚନ୍ଦ୍ର ପାତ୍ର କହିଛନ୍ତି, ଖୁବ୍‌ଶୀଘ୍ର ଏକ ଟିମ୍‌ ଉତ୍ତରପ୍ରଦେଶ ଯାଇ ଘଟଣାର ତଦନ୍ତ କରିବ। ଏପରି କି ଜିଲା ଶ୍ରମ ବିଭାଗ ଘଟଣାର ତଦନ୍ତ କରିବ ବୋଲି କହିଛନ୍ତି ଥାନା ଅଧିକାରୀ।

ଅଭିଯୋଗ ଅନୁଯାୟୀ, ଜଣେ ଦାଦନ ସର୍ଦ୍ଦାର ଶାଙ୍କଙ୍କୁ ମାସିକ ୨୦ ହଜାର ଟଙ୍କା ଦିଆଯିବ ବୋଲି କହିବା ସହ ବିଭିନ୍ନ ପ୍ରଲୋଭନ ଦେଖାଇ ତାଙ୍କୁ ଉତ୍ତରପ୍ରଦେଶର ଏକ ସିମେଣ୍ଟ କମ୍ପାନୀକୁ ନେଇଥିଲେ। ସେଠାରେ ସେ କିଛିଦିନ କାମ କରିବା ପରେ ଶାଙ୍କ ମଜୁରି ଟଙ୍କା ମାଗିଥିଲେ। ହେଲେ ତାଙ୍କୁ ଟଙ୍କା ମିଳି ନ ଥିଲା। ଏଭଳି ସ୍ଥିତିରେ ଦିନେ ତାଙ୍କୁ ଅଚେତ କରି ଦିଆଯାଇଥିଲା। ଚେତା ଫେରିବା ପରେ ତାଙ୍କର ଗୋଟିଏ ଗୋଡ଼ ଓ ପାପୁଲି କଟାହୋଇଥିବା ସେ ଜାଣିବାକୁ ପାଇଥିଲେ। ପରେ ତାଙ୍କୁ ଏକ ହସ୍ପିଟାଲରେ ଚିକିତ୍ସା କରାଯାଇ ଗାଁକୁ ପଠାଇ ଦିଆଯାଇଥିଲା। ରେଳଲାଇନରେ ପଡ଼ିଥିବା ବେଳେ ତାଙ୍କୁ ଉଦ୍ଧାରକରି ଆଣିଛୁ ବୋଲି ଶାଙ୍କଙ୍କୁ ଗ୍ରାମକୁ ଛାଡିବାକୁ ଆସିଥିବା ଯୁବକମାନେ କହିଥିଲେ। ଏନେଇ ବ୍ରହ୍ମପୁର ସାମାଜିକ କର୍ମୀ ରବୀନ୍ଦ୍ର ମିଶ୍ର ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। କମିଶନ ମାମଲାକୁ ଗ୍ରହଣକରି ଆସନ୍ତା ୮ ସପ୍ତାହ ମଧ୍ୟରେ ରିପୋର୍ଟ ଦେବାକୁ ଗଜପତି ଜିଲାପାଳଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?