ସୁରେଶ ପୂଜାରୀଙ୍କ ପ୍ରାର୍ଥୀତ୍ୱକୁ କର୍ମୀଙ୍କ ବିରୋଧ

ବ୍ରଜରାଜନଗର,୧୨ା୪(ବିଜୟ ବରାଡ଼): ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀ ଲଖନପୁର ବ୍ଲକ ଓ ୧୯ଖଣ୍ଡ ମୌଜାର ଭାଜପା ସମର୍ଥକମାନେ ଭାଜପା ପ୍ରାର୍ଥୀ ସୁରେଶ ପୂଜାରୀଙ୍କ ପ୍ରାର୍ଥୀତ୍ୱକୁ ବିରୋଧ କରିଛନ୍ତି।

ଏହାକୁ ନେଇ ଶୁକ୍ରବାର ଲଖନପୁର ବ୍ଲକର କଣ୍ଢେଇକେଲା, ରେମତା, ଚାରପାଲି, ବାଡି଼ମାଲ, ଭିକାମପାଲି, ମାଛିଦା, ଅତାବିରା, ପଞ୍ଚାଗାଁ, କାତରଭାଗା, ଜାମଗାଁ ଆଦି ପଞ୍ଚାୟତର ଶତାଧିକ ମହିଳାପୁରୁଷ ଏକାଠି ହୋଇଥିଲେ। ପରେ ସେମାନେ ବ୍ରଜରାଜନଗରସ୍ଥିତ ଭାଜପା ଯୁବମୋର୍ଚ୍ଚାର ରାଜ୍ୟ ସାଧାରଣ ସମ୍ପାଦକ ସୁଜିତ ସିଂଙ୍କ କାର୍ଯ୍ୟାଳୟକୁ ଯାଇ ସୁଜିତ ସ୍ବାଧୀନ ଭାବରେ ଲଢନ୍ତୁ ବୋଲି ଅଡିବସିଥିଲେ।

ସେମାନେ ଅଭିଯୋଗ କରିଥିଲେ, ରାଜ୍ୟ ସଭାପତିଙ୍କ ପ୍ରାର୍ଥୀ ଚୟନକୁ ଆମେ ବିରୋଧ କରୁଛୁ। ଭାଜପା ପକ୍ଷରୁ ସୁରେଶ ନିର୍ବାଚନ ଲଢିଲେ ଲଖନପୁର ବ୍ଲକ ତଥା ୧୯ଖଣ୍ଡ ମୌଜାରୁ କେହି ତାଙ୍କୁ ସମର୍ଥନ କରିବେ ନାହିଁ। ଦୀର୍ଘ ୪ବର୍ଷ ହେବ ସୁଜିତ ତାଙ୍କ ପାଖରେ ଛିଡା ହୋଇଛନ୍ତି। ତେଣୁ ରାଜ୍ୟ ନେତୃତ୍ୱ ପ୍ରାର୍ଥୀ ବଦଳାଇ ଦିଅନ୍ତୁ ବୋଲି ଦାବି କରିଥିଲେ।

ଏ ସମ୍ପର୍କରେ ସୁଜିତ କହନ୍ତି, ସେ ନିର୍ଦ୍ଦଳୀୟ ଲଢ଼ି ଦଳ ବିରୋଧୀ କାର୍ଯ୍ୟ କରିବେ ନାହିଁ। ଦଳର ଶୀର୍ଷ ନେତୃତ୍ୱ ଯାହା ନିଷ୍ପତ୍ତି ନେବେ ତାକୁ ସେ ମାନିବେ ବୋଲି କିିଛନ୍ତି। ସୁରେଶ ପୂଜାରୀଙ୍କୁ ପଚାରିବାରେ କର୍ମୀମାନଙ୍କୁ ବୁଝାଶୁଝା କରି ଆଗକୁ ବଢ଼ିବେ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

ହାଟଡିହୀ/ଛେନାପଦୀ,୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ସ୍ଥାୟୀ ବସ ଷ୍ଟାଣ୍ଡ ନାହିଁ କି ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ, ଯାହାଫଳରେ ବାଧ୍ୟ ହୋଇ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri