୨୬ରେ ଶ୍ରମିକ ସଂଗଠନର ଧର୍ମଘଟ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): କେନ୍ଦ୍ରର ଭାଜପା ସରକାର ଶ୍ରମିକମାନଙ୍କ ସ୍ବାର୍ଥକୁ ଅଣଦେଖା କରି ପାର୍ଲାମେଣ୍ଟରେ ଆଣିଥିବା ଶ୍ରମିକ କୋର୍ଡକୁ ବାତିଲ, କୃଷକ ବିରୋଧୀ ଆଇନ ଏବଂ ରାଷ୍ଟ୍ରୀୟ ସମ୍ପତ୍ତିକୁ ଘରୋଇକରଣ କରିବା ବିରୋଧରେ ଆସନ୍ତା ୨୬ ତାରିଖରେ ୬ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ ଧର୍ମଘଟ ଡାକରା ଦେଇଛନ୍ତି। ଆଇଏନଟିୟୁସି, ଏଆଇଟିୟୁସି, ଏଚଏମଏସ, ସିଆଇଟିୟୁ, ଏଆଇୟୁଟିୟୁସି ଏବଂ ଏଆଇସିସିଟିୟୁ ଆହୁତ ଧର୍ମଘଟକୁ ସଫଳ କରିବାକୁ କେନ୍ଦ୍ରୀୟ ଟ୍ରେଡ ୟୁନିୟନର ମିଳିତ ମଞ୍ଚ ନେତୃତ୍ୱ ପ୍ରମୁଖ ଶନିବାର ପିସିସି ସଭାପତି ନୀରଞ୍ଜନ ପଟ୍ଟନାୟକଙ୍କୁ ଭେଟି ସମର୍ଥନ ଲୋଡିଥିଲେ। ପିସିିସି ସଭାପତି ମଞ୍ଚର ନେତା ରାମ ଚନ୍ଦ୍ର ଖୁଣ୍ଟିଆ, ରାମକୃଷ୍ଣ ପଣ୍ଡା, ବୀରେନ୍ଦ୍ର ଦାସ, ମହେନ୍ଦ୍ର ପରିଡା ଓ କିଶୋର ଜେନା ପ୍ରମୁଖଙ୍କ ସହ ଆଲୋଚନା କରିବା ପରେ ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି ଧର୍ମଘଟ ଡାକରାକୁ କଂଗ୍ରେସ ଦଳ ସମର୍ଥନ କରିବ ବୋଲି ଘୋଷଣା କରିଛନ୍ତି। ଧର୍ମଘଟକୁ ସଫଳ କରିବାକୁ ସମସ୍ତ ଜିଲା କଂଗ୍ରେସ କମିଟି, ରାଜ୍ୟର ଛାମୁଆ ସଂଗଠନ, ପ୍ରକୋଷ୍ଠ ଓ ବିଭାଗର ସାହାଯ୍ୟ ଓ ସହଯୋଗ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?