ବିଜେଡି ପାଇଁ କାମ କରିବା କୁଟ୍ଟେ, ଆଶିଷ ସିଂଙ୍କ ପୁରୁଣା ଅଭ୍ୟାସ: ଭାଜପା

ଭୁବନେଶ୍ୱର, ୩୦।୫(ସୁନିତ୍‌ ମିଶ୍ର)ପୋଲିସ ବିଭାଗରେ ଉଚ୍ଚପଦସ୍ଥ ଅଧିକାରୀଭାବେ ଅବସ୍ଥାପିତ ଡି.ଏସ୍‌. କୁଟ୍ଟେ ଓ ଆଶିଷ ସିଂ ବିଜେଡିର ଚାମଚାଗିରି କରୁଛନ୍ତି ବୋଲି ଭାଜପା ବାରମ୍ବାର ଓଡ଼ିଶାବାସୀଙ୍କୁ ଅବଗତ କରାଇଛି। ଏହା ହେଉଛି ଏହି ୨ ପୋଲିସ ଅଧିକାରୀଙ୍କ ପୁରୁଣା ଅଭ୍ୟାସ। ଶାସକ ବିଜେଡି ପାଇଁ କାମ କରୁଥିବା କାରଣରୁ ବରିଷ୍ଠ ଆଇପିଏସ୍‌ ଅଧିକାରୀ ଡି.ଏସ୍‌.କୁଟ୍ଟେଙ୍କୁ ନିଲମ୍ବନ ଓ ଆଶିଷ ସିଂଙ୍କୁ ମେଡିକାଲ ବୋର୍ଡ ଆଗରେ ହାଜର ହେବା ପାଇଁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି ବୋଲି
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ବୁଧବାର ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ଭାଜପାର ପୂର୍ବତନ ସଭାପତି ସମୀର ମହାନ୍ତି କହିଛନ୍ତି। ସେ କହିଛନ୍ତି ଏହି ୨ ଅଧିକାରୀ କିଏ, ଏକଥା ବିଜେଡିର ସମସ୍ତ ସଦସ୍ୟ ଜାଣିଛନ୍ତି। କୁଟ୍ଟେ କେଉଁଠି ବସି କାହାର ଆପଏଣ୍ଟମେଣ୍ଟ ଫିକ୍ସ କରନ୍ତି ତ କାହାର ବଦଳି କରନ୍ତି। ବିଜେଡିର କେଉଁ ନେତାଙ୍କୁ କେତେବେଳେ ଟାଇଟ ଓ ହୁଗୁଳା କରାଯିବ, କେଉଁ ପୋଲିସ ଷ୍ଟେଶନର ଏଏସ୍‌ଆଇ କାହା ଘରକୁ ଯାଇ ଡାକିବେ, ମ୍ୟୁନିସିପାଲିଟି ଓ ସହରାଞ୍ଚଳ ନିର୍ବାଚନ ବେଳେ କିଏ ପ୍ରାର୍ଥୀ ହେବେ, ଅଞ୍ଚଳର ପୋଲିସ ଷ୍ଟେଶନର ଅଧିକାରୀ କେଉଁ କାର୍ଯ୍ୟ କରିବେ ସେସବୁ ଉପରେ କୁଟ୍ଟେ ନିଷ୍ପତ୍ତି ନେଉଥିଲେ। ଗଞ୍ଜାମ ଜିଲା ରାଜନୀତି ସହ ଆଶିଷ ସିଂଙ୍କର କ’ଣ ସମ୍ପର୍କ ଏକଥା ବିଜେଡି, କଂଗ୍ରେସ ଏବଂ ଭାଜପା କାର୍ଯ୍ୟକର୍ତ୍ତାମାନେ ଅବଗତ ଅଛନ୍ତି ବୋଲି ସମୀର କହିଛନ୍ତି। ଓଡ଼ିଶାର ସାଧାରଣ ଜନତା ତଥା ଟିକସଦାତାଙ୍କ ଅର୍ଥରୁ ଦରମା ନେଉଥିବା ସରକାରୀ କର୍ମଚାରୀ ରାଜନୈତିକ ଦଳ ପାଇଁ କାର୍ଯ୍ୟ କରୁଛନ୍ତି। ଏନେଇ ଭାଜପା ବାରମ୍ବାର ତଥ୍ୟ ଓ ପ୍ରମାଣ ସହ ନିର୍ବାଚନ କମିଶନଙ୍କୁ ପୂର୍ବରୁ ଅବଗତ କରିଥିଲା। ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ହାତକୁ ଟାଣିବା ଏବଂ ଗୋଇଠା ମାରୁଛନ୍ତି ଗୁମାସ୍ତା। ମୁଖ୍ୟମନ୍ତ୍ରୀ ରବର କଣ୍ଡେଇ ନୁହନ୍ତି, ତାଙ୍କ ହାତକୁ ଟାଣିବା, ଗୋଇଠା ମାରିବା ଏବଂ ସୁରକ୍ଷା ଦାୟିତ୍ୱ ଥିବା ବ୍ୟକ୍ତିମାନେ କଟୁ ବ୍ୟବହାର କରିବା ଦୁଃଖଦ ଘଟଣା ବୋଲି ସମୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ସୁଭଦ୍ରା ଯୋଜନାକୁ ନେଇ ଭାଜପା ଉପରେ ବର୍ଷିଲେ ଲେଖାଶ୍ରୀ, କହିଲେ…

ଭୁବନେଶ୍ୱର,୨୬।୭: ରାଜ୍ୟ ସରକାର ବିଧାନସଭାରେ ତାଙ୍କର ପ୍ରଥମ ବଜେଟ ଗୁରୁବାର ଉପସ୍ଥାପନ କରିଥିଲେ । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ବଜେଟ୍‌ରେ ରାଜ୍ୟର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri