ମିଳିମିଶି ପଦ୍ମପୁର ପାଇଁ କାମ କରିବା: ନବୀନ

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନରେ ବିଜୟୀ ହେବା ପରେ ବିଜେଡିର ନବନିର୍ବାଚିତ ବିଧାୟିକା ବର୍ଷା ସିଂ ବରିହା ଶୁକ୍ରବାର ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଶୀର୍ବାଦ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କୁ ଏହି ବିଜୟ ପାଇଁ ସ୍ବାଗତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବହୁତ ବହୁତ ସ୍ବାଗତ..। ଆମେ ସମସ୍ତେ ମିଳିମିଶି ପଦ୍ମପୁର ପାଇଁ ବହୁତ କାମ କରିବା। ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ସମୟରେ ଦଳୀୟ ନେତା ଓ କର୍ମୀମାନେ ନବୀନ ପଟ୍ଟନାୟକ ଜିନ୍ଦାବାଦ ଧ୍ୱନିରେ ନବୀନ ନିବାସକୁ କମ୍ପାଇ ଦେଇଥିଲେ।
ମୁଖ୍ୟମନ୍ତ୍ରୀ ନିଜେ ଖୁବ୍‌ କମ୍‌ ଦିନ ମଧ୍ୟରେ ପଦ୍ମପୁର ଗସ୍ତ କରିବେ ବୋଲି ଘୋଷଣା କରିଛନ୍ତି। ଏଥିସହିତ ମହିଳାମାନଙ୍କୁ ସମ୍ମାନ ଦେଇ ଗଣତାନ୍ତ୍ରିକ ମହାପର୍ବରେ ସାମିଲ କରିବାକୁ ବିଜେଡି ଯେପରି ସୁଯୋଗ ଦେଇଥିଲା, ତାହା ଉଲ୍ଲେଖନୀୟ ବୋଲି କହିଛନ୍ତି। କିନ୍ତୁ ବିରୋଧୀ ଦଳ ଯେପରି ଜଣେ ମହିଳାଙ୍କୁ ବାରମ୍ବାର ଅପପ୍ରଚାର ମାଧ୍ୟମରେ କଷ୍ଟ ଓ ଲାଞ୍ଛନା ଦେଇଥିଲା ତାହା ଗଣତନ୍ତ୍ରରେ ସ୍ପୃହଣୀୟ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବର୍ଷାଙ୍କ ସହିତ ପଶ୍ଚିମ ଓଡ଼ିଶାର ସମସ୍ତ ବିଧାୟକ, ମନ୍ତ୍ରୀ ରୀତା ସାହୁ, ଟୁକୁନି ସାହୁ, ସୁଶାନ୍ତ ସିଂ ଏବଂ ସ୍ନେହାଙ୍ଗିନୀ ଛୁରିଆ ନବୀନ ନିବାସରେ ଉପସ୍ଥିତ ଥିଲେ।
ଏଠାରେ ଉଲ୍ଲେଖଯୋଗ୍ୟ ଯେ ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ମୃତ୍ୟୁ ପରେ ସେଠାରେ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା। ବିଜେଡି ସ୍ବର୍ଗତ ବିଜୟ ରଞ୍ଜନ ସିଂ ବରିହାଙ୍କ କନ୍ୟା ବର୍ଷାଙ୍କୁ ନିର୍ବାଚନ ମଇଦାନକୁ ଓହ୍ଲାଇଥିଲା। ଡିସେମ୍ବର ୫ ତାରିଖରେ ଉପନିର୍ବାଚନ ହୋଇଥିବା ବେଳେ ୮ ତାରିଖରେ ଫଳାଫଳ ପ୍ରକାଶ ପାଇଥିଲା। ବର୍ଷା ୪୨ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri