ମିଳିମିଶି କାମକଲେ ରୋଗ ରୋକିପାରିବା

ଢେଙ୍କାନାଳ ଅଫିସ,୧୭।୫ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସୋମବାର ଭିଡିଓ କନଫରେନି୍ସଂ ଜରିଆରେ ଜାତୀୟ ଡେଙ୍ଗୁ ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ ଅଧ୍ୟକ୍ଷତା କରି କହିଲେ ଯେ, ଢେଙ୍କାନାଳ ଜିଲାରେ ଡେଙ୍ଗୁ ରୋଗ ବହୁ ପରିମାଣରେ କମିଛି। ସମସ୍ତେ ମିଳିମିଶି କାମକଲେ ଏହି ରୋଗକୁ ରୋକାଯାଇପାରିବ। ସମସ୍ତ ଜିଲାସ୍ତରୀୟ ଅଧିକାରୀ, ଶିଳ୍ପସଂସ୍ଥା, ଆଶା, ଅଙ୍ଗନୱାଡି, ସ୍ବାସ୍ଥ୍ୟକର୍ମୀ, ବେସରକାରୀ ଅନୁଷ୍ଠାନ ଓ ସ୍ବେଚ୍ଛାସେବୀମାନେ ଆଗେଇ ଆସି ରୋଗ ଚିହ୍ନଟ, ପ୍ରତିକାର, ଘର ଚାରିପାଖ ସଫାସୁତରା ରଖିବା ଦିଗରେ ସଚେତନତା ସୃଷ୍ଟି କରିବାକୁ ପରାମର୍ଶ ଦେଇଥିଲେ। ଜିଲାରେ ୨୦୧୩ ବର୍ଷରେ ୪୧୬ ଜଣ, ୨୦୧୪ରେ ୨୭୪ ଜଣ, ୨୦୧୫ରେ ୪୪ଜଣ, ୨୦୧୬ରେ ୧୧୭ଜଣ, ୨୦୧୭ରେ ୫୧, ୨୦୧୮ରେ ୬୧, ୨୦୧୯ରେ ୯୬, ୨୦୨୦ରେ ୬, ୨୦୨୧ରେ ୫୧ ଓ ୨୦୨୨ରେ ବର୍ତ୍ତମାନ ସୁଦ୍ଧା ୪ଜଣ ଡେଙ୍ଗୁ ରୋଗୀ ତ୍‌ଚିହ୍ନଟ ହୋଇଛନ୍ତି। ତେବେ ଏହି ରୋଗରେ କାହାରି ମୃତ୍ୟୁ ହୋଇନାହିଁ। ଜଲା ମୁଖ୍ୟ ଚିକିତ୍ସାଳୟ ତୃତୀୟ ମହଲାର ୯୩ନଂ କୋଠରୀରେ ଏହି ରୋଗର ଚିକିତ୍ସା ବିନା ମୂଲ୍ୟରେ କରାଯାଉଛି ବୋଲି ସୂଚନା ଦିଆଯାଇଥିଲା। ଜିଲା ଭେକ୍ଟର ବାହିତ ପରାମର୍ଶଦାତା ତପନ କୁମାର ସାହୁ ଡେଙ୍ଗୁ ରୋଗର ଲକ୍ଷଣ ଓ ପ୍ରତିକାର ବିଷୟରେ ବିବରଣୀ ରଖିଥିଲେ। ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର ପାଣି ରଖିଥିବା ଟାଙ୍କି, କୁଲର ଓ ପାତ୍ରକୁ ୩ଦିନରେ ଥରେ ବଦଳାଇବା ଉଚିତ ବୋଲି କହିଥିଲେ। ଜିଲା ଭେକ୍ଟର ବାହିତ ରୋଗ ଅଧିକାରୀ ଡା. ହିମାଂଶୁ ଶେଖର ହେମ୍ବ୍ରମ୍‌ ଏହି ରୋଗର ପ୍ରତିଷେଧକ ଟିକା ନାହିଁ ବୋଲି କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ମୁଖ୍ୟ ଚିକିତ୍ସାଳୟର ଲାବୋରେଟୋରି ପରୀକ୍ଷକ ଏସ୍‌ଏସ୍‌ ରହିମ, ହିସାବ ରକ୍ଷକ ସୁଶାନ୍ତ କୁମାର ଚାନ୍ଦ, ଅମିୟ ରଞ୍ଜନ ରାଉତ ପ୍ରମୁଖ ଉପସ୍ଥିତ ଥିଲେ। ବ୍ଲକ ଓ ଜିଲାସ୍ତରର ସମସ୍ତ ଅଧିକାରୀ ଓ କର୍ମକର୍ତ୍ତା ଭିଡିଓ କନଫରେନ୍ସରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri