ମିଳିମିଶି କାମକଲେ ରୋଗ ରୋକିପାରିବା

ଢେଙ୍କାନାଳ ଅଫିସ,୧୭।୫ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସୋମବାର ଭିଡିଓ କନଫରେନି୍ସଂ ଜରିଆରେ ଜାତୀୟ ଡେଙ୍ଗୁ ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ ଅଧ୍ୟକ୍ଷତା କରି କହିଲେ ଯେ, ଢେଙ୍କାନାଳ ଜିଲାରେ ଡେଙ୍ଗୁ ରୋଗ ବହୁ ପରିମାଣରେ କମିଛି। ସମସ୍ତେ ମିଳିମିଶି କାମକଲେ ଏହି ରୋଗକୁ ରୋକାଯାଇପାରିବ। ସମସ୍ତ ଜିଲାସ୍ତରୀୟ ଅଧିକାରୀ, ଶିଳ୍ପସଂସ୍ଥା, ଆଶା, ଅଙ୍ଗନୱାଡି, ସ୍ବାସ୍ଥ୍ୟକର୍ମୀ, ବେସରକାରୀ ଅନୁଷ୍ଠାନ ଓ ସ୍ବେଚ୍ଛାସେବୀମାନେ ଆଗେଇ ଆସି ରୋଗ ଚିହ୍ନଟ, ପ୍ରତିକାର, ଘର ଚାରିପାଖ ସଫାସୁତରା ରଖିବା ଦିଗରେ ସଚେତନତା ସୃଷ୍ଟି କରିବାକୁ ପରାମର୍ଶ ଦେଇଥିଲେ। ଜିଲାରେ ୨୦୧୩ ବର୍ଷରେ ୪୧୬ ଜଣ, ୨୦୧୪ରେ ୨୭୪ ଜଣ, ୨୦୧୫ରେ ୪୪ଜଣ, ୨୦୧୬ରେ ୧୧୭ଜଣ, ୨୦୧୭ରେ ୫୧, ୨୦୧୮ରେ ୬୧, ୨୦୧୯ରେ ୯୬, ୨୦୨୦ରେ ୬, ୨୦୨୧ରେ ୫୧ ଓ ୨୦୨୨ରେ ବର୍ତ୍ତମାନ ସୁଦ୍ଧା ୪ଜଣ ଡେଙ୍ଗୁ ରୋଗୀ ତ୍‌ଚିହ୍ନଟ ହୋଇଛନ୍ତି। ତେବେ ଏହି ରୋଗରେ କାହାରି ମୃତ୍ୟୁ ହୋଇନାହିଁ। ଜଲା ମୁଖ୍ୟ ଚିକିତ୍ସାଳୟ ତୃତୀୟ ମହଲାର ୯୩ନଂ କୋଠରୀରେ ଏହି ରୋଗର ଚିକିତ୍ସା ବିନା ମୂଲ୍ୟରେ କରାଯାଉଛି ବୋଲି ସୂଚନା ଦିଆଯାଇଥିଲା। ଜିଲା ଭେକ୍ଟର ବାହିତ ପରାମର୍ଶଦାତା ତପନ କୁମାର ସାହୁ ଡେଙ୍ଗୁ ରୋଗର ଲକ୍ଷଣ ଓ ପ୍ରତିକାର ବିଷୟରେ ବିବରଣୀ ରଖିଥିଲେ। ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର ପାଣି ରଖିଥିବା ଟାଙ୍କି, କୁଲର ଓ ପାତ୍ରକୁ ୩ଦିନରେ ଥରେ ବଦଳାଇବା ଉଚିତ ବୋଲି କହିଥିଲେ। ଜିଲା ଭେକ୍ଟର ବାହିତ ରୋଗ ଅଧିକାରୀ ଡା. ହିମାଂଶୁ ଶେଖର ହେମ୍ବ୍ରମ୍‌ ଏହି ରୋଗର ପ୍ରତିଷେଧକ ଟିକା ନାହିଁ ବୋଲି କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ମୁଖ୍ୟ ଚିକିତ୍ସାଳୟର ଲାବୋରେଟୋରି ପରୀକ୍ଷକ ଏସ୍‌ଏସ୍‌ ରହିମ, ହିସାବ ରକ୍ଷକ ସୁଶାନ୍ତ କୁମାର ଚାନ୍ଦ, ଅମିୟ ରଞ୍ଜନ ରାଉତ ପ୍ରମୁଖ ଉପସ୍ଥିତ ଥିଲେ। ବ୍ଲକ ଓ ଜିଲାସ୍ତରର ସମସ୍ତ ଅଧିକାରୀ ଓ କର୍ମକର୍ତ୍ତା ଭିଡିଓ କନଫରେନ୍ସରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri