ପ୍ରାକୃତିକ ବିପର୍ଯ୍ୟୟରେ ମହିଳାଙ୍କ ସୁରକ୍ଷା ଓ ଅନ୍ତର୍ଭୁକ୍ତୀକରଣ ଉପରେ କର୍ମଶାଳା

ଭଞ୍ଜନଗର, ୨୫ା୧୦ (ବାବୁଲା ପ୍ରଧାନ): ପ୍ରାକୃତିକ ବିପର୍ଯ୍ୟୟ ସମୟରେ ମହିଳାଙ୍କ ସୁରକ୍ଷା ଓ ସେମାନଙ୍କ ଅନ୍ତର୍ଭୁକ୍ତୀକରଣକୁ ଗୁରୁତ୍ୱ ଦେବା ଉଦ୍ଦେଶ୍ୟରେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଓଏସ୍‌ଡିଏମ୍‌ଏ) ପକ୍ଷରୁ ଭଞ୍ଜନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ବିପର୍ଯ୍ୟୟ ବିପଦ ହ୍ରାସ କ୍ଷେତ୍ରରେ ଲିଙ୍ଗଗତ ସମାନତା ଓ ସାମାଜିକ ଅନ୍ତର୍ଭୁକ୍ତୀକରଣକୁ ଗୁରୁତ୍ୱ ଦେବା ଏହି କର୍ମଶାଳାର ମୁଖ୍ୟ ଉଦ୍ଦେଶ୍ୟ ଥିଲା।

କର୍ମଶାଳାରେ ଡେପୁଟି କଲେକ୍ଟର ଦେବେନ୍ଦ୍ର ନାୟକ ଓ ଭଞ୍ଜନଗର ବ୍ଲକର ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ (ଏବିଡିଓ) ପୂର୍ଣ୍ଣଚନ୍ଦ୍ର ପାଢ଼ୀ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ବିପର୍ଯ୍ୟୟ ପରିଚାଳନାରେ ସମାଜର ସମସ୍ତ ବର୍ଗର ଲୋକଙ୍କୁ ସାମିଲ କରିବା ସହ ମହିଳାଙ୍କ ସୁରକ୍ଷାକୁ ପ୍ରାଥମିକତା ଦେବା ଉପରେ ସେମାନେ ଗୁରୁତ୍ୱାରୋପ କରିଥିଲେ।

ବାତ୍ୟା ଓ ବନ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ପୂର୍ବରୁ ପ୍ରଶାସନ ପକ୍ଷରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ପଦକ୍ଷେପ ନିଆଯାଉଛି। ତେବେ ଅନେକ ସମୟରେ ମହିଳାମାନେ ବିଭିନ୍ନ କାରଣରୁ ସୁରକ୍ଷିତ ସ୍ଥାନକୁ ଯିବାରେ ଅନିଚ୍ଛା ପ୍ରକାଶ କରୁଥିବାରୁ ବିପଦର ସମ୍ମୁଖୀନ ହେଉଛନ୍ତି। ତେଣୁ ଭବିଷ୍ୟତରେ ଯେକୌଣସି ବିପର୍ଯ୍ୟୟ ସମୟରେ ମହିଳାଙ୍କୁ ପ୍ରାଥମିକତା ଦେଇ ଠିକ୍‌ ସମୟରେ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ସହ ସେମାନଙ୍କ ମଧ୍ୟରେ ସଚେତନତା ବୃଦ୍ଧି କରିବା ଉପରେ ଅତିଥିମାନେ ମତ ରଖିଥିଲେ।

ବିପର୍ଯ୍ୟୟ ସମୟରେ ମହିଳା, ଶିଶୁ, ବୟସ୍କ ଓ ଦିବ୍ୟାଙ୍ଗଙ୍କ ସୁରକ୍ଷା ସହ ଉଦ୍ଧାର, ଥଇଥାନ ଓ ରିଲିଫ୍‌ କାର୍ଯ୍ୟରେ ସେମାନଙ୍କ ଆବଶ୍ୟକତାକୁ ପ୍ରାଥମିକତା ଦେବା ଉପରେ ମଧ୍ୟ ଆଲୋଚନା ହୋଇଥିଲା। ସ୍ଥାନୀୟ ସ୍ତରରେ ବିପର୍ଯ୍ୟୟର ମୁକାବିଲା ପାଇଁ ପ୍ରସ୍ତୁତି, ଜନସଚେତନତା ଓ ସମସ୍ତଙ୍କ ସହଯୋଗ ଅତ୍ୟନ୍ତ ଜରୁରୀ ବୋଲି ବକ୍ତାମାନେ ମତ ପ୍ରକାଶ କରିଥିଲେ।

ସୂଚନାଯୋଗ୍ୟ, ଆସନ୍ତା ୨୮ ଓ ୨୯ ତାରିଖରେ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ବିପର୍ଯ୍ୟୟର ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଆବଶ୍ୟକ ପ୍ରସ୍ତୁତି ଓ ପଦକ୍ଷେପ ନିଆଯାଇଥିବା ସୂଚନା ଦିଆଯାଇଛି। କର୍ମଶାଳାରେ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଆଶଙ୍କା: ୫ IASଙ୍କୁ ମିଳିଲା ପରିଚାଳନା ଦାୟିତ୍ୱ, ଜାଣନ୍ତୁ କାହାକୁ କେଉଁ ଜିଲା…

ଭୁବନେଶ୍ୱର,୨୫ା୧୦: ସମ୍ଭାବ୍ୟ ବାତ୍ୟା ଓ ଏହାର ପରବର୍ତ୍ତୀ ସ୍ଥିତିର ସଫଳ ପରିଚାଳନା ପାଇଁ ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ବାତ୍ୟା ଯୋଗୁ ଅଧିକ ପ୍ରଭାବିତ…

ଘର ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟି ନେଲେ ୨୦ ଭରି ସୁନା ଅଳଙ୍କାର ସହ ସ୍କୁଟି

ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧ ନଂ ଓ୍ବାର୍ଡ ପୁଞ୍ଜିକୟଁା ଛକ ବିଷଧର ନଗରରେ ରହୁଥିବା ପ୍ରଧାନଶିକ୍ଷକ ପଦ୍ମନ ଶବରଙ୍କ ଘର ଗ୍ରୀଲ୍‌…

ଉତ୍ସବ ମୁଖର ରିଷିଡ଼ା: ଭକ୍ତିମୟ ପରିବେଶରେ ମା’ ଗଜଲକ୍ଷ୍ମୀଙ୍କୁ ଆବାହନ ପାଇଁ ମହିଳାଙ୍କ…

ରିଷିଡ଼ା,୨୫ା୧୦(ସୁଶାନ୍ତ ମଲ୍ଲିକ): ଚତୁର୍ଦ୍ଦିଗରେ ଘଣ୍ଟ, ଘଣ୍ଟା, ହୁଳହୁଳି ଏବଂ ସଙ୍କୀର୍ତ୍ତନର ପ୍ରତିଧ୍ୱନି; ସାରା ପରିବେଶ ହୋଇପଡ଼ିଛି ଆଧ୍ୟାତ୍ମିକ ଏବଂ ଉତ୍ସବମୁଖର। ମା’ ଜଗଜ୍ଜନନୀ ମା’ ଗଜଲକ୍ଷ୍ମୀଙ୍କ ଆଗମନରେ…

୧୧ ସପ୍ତାହରେ ୨ ବହି ପ୍ରକାଶ କରି ବିଶ୍ୱ ରେକର୍ଡ ହାସଲ କଲେ ଶୁଭସ୍ମିତା

ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିଜର ପ୍ରତିଭା, ଅଧ୍ୟବସାୟ ଓ ଦୃଢ଼ ଇଚ୍ଛାଶକ୍ତି ବଳରେ ସାହିତ୍ୟ ଓ ଚିତ୍ରକଳା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି ଗଞ୍ଜାମ ଜିଲା…

ଜୁଆଆଡ୍ଡାରେ ଚଢ଼ାଉ: ପୋଲିସକୁ ଦେଖି ଦୌଡ଼ି ପଳାଉଥିଲେ, ୪ ଜୁଆଡ଼ିଙ୍କୁ ମାଡ଼ି ବସି…

ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଆଶ୍ୱିନ କୁମାର ପୂର୍ଣ୍ଣମୀ ଅବ୍ୟବହିତ ପୂର୍ବରୁ ୪ ଦିନ ମଧ୍ୟରେ ୩ଟି ଜୁଆଖେଳର ଅତର୍କିତ ଚଢ଼ାଉ କରି…

ଲଗାତାର ୨ ପରାଜୟ ପରେ ନ୍ୟୁଜିଲାଣ୍ଡ ଦଳରେ ବଡ଼ ପରିବର୍ତ୍ତନ: ପୂରା ସିରିଜରୁ ବାଦ୍‌ ପଡିଲେ…

ନୂଆଦିଲ୍ଲୀ, ୨୫।୧୦: ଭାରତ ବନାମ ନ୍ୟୁଜିଲାଣ୍ଡ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦୁଇଟି ମ୍ୟାଚ ଶେଷ ହୋଇଛି। ତୃତୀୟ ମ୍ୟାଚ ମଙ୍ଗଳବାର ୱେଲିଂଟନରେ ଖେଳାଯିବ। ଟିମ…

ସ୍କୁଲ ବସ୍‌ରେ ଲାଗିଲା ନିଆଁ, ଜାଣିଶୁଣି କେହି…

ନବରଙ୍ଗପୁର,୨୫ା୧୦(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟସ୍ଥିତ ସ୍ବାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ସ୍କୁଲ ପରିସରରେ ଥିବା ଏକ ଅବ୍ୟବହୃତ ବସ୍‌ରେ ନିଆଁ ଲାଗି ଜଳିଯାଇଛି। ବସ୍‌ଟି ହୁତୁହୁତୁ ହୋଇ…

୬ ନଭେମ୍ୱର ଯାଏଁ ଚମକିବ ଭାଗ୍ୟ, ତ୍ରିଗ୍ରହୀ ଯୋଗରୁ ଏହି ୩ ରାଶିଙ୍କ ପ୍ରବଳ ଧନଲାଭ!

ତ୍ରିଗ୍ରହୀ ଯୋଗ ସୃଷ୍ଟି ହେବା ତିନୋଟି ରାଶି ପାଇଁ ବେଶ ଭାଗ୍ୟଶାଳୀ ସାବ୍ୟସ୍ତ ହେବ। ନଭେମ୍ୱର ୬ ତାରିଖରେ ଶୁକ୍ର ଗ୍ରହ ତୁଳା ରାଶିରୁ କନ୍ୟା ରାଶିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?