ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ନେଇ କର୍ମଶାଳା

ଦିଗପହଣ୍ଡି,୨୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ପ୍ରଶିକ୍ଷଣ କର୍ମଶାଳା ଗୁରୁବାର ଅପରାହ୍ନରେ ଉଦ୍‌ଯାପିତ ହୋଇଯାଇଛି। ସ୍ଥାନୀୟ ବଡ଼ ଖେମୁଣ୍ଡି ହାଇସ୍କୁଲରେ ଗତ ମଙ୍ଗଳବାରଠାରୁ ଶୁଭାରମ୍ଭ ହୋଇଥିବା କର୍ମଶାଳା ଉଦ୍‌ଯାପନ କାର୍ଯ୍ୟକ୍ରମରେ ଭାରପ୍ରାପ୍ତ ବ୍ଲକ ଶିକ୍ଷାଧିକାରୀ କୁରେଶୁ ସେଠୀ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟବକ୍ତା ତଥା ନିରୀକ୍ଷିକା ଭାବେ ଚିକିଟିସ୍ଥିତ ଶିକ୍ଷା ତାଲିମ କେନ୍ଦ୍ର ( ଇଟିଇଆଇ)ର ଅଧ୍ୟକ୍ଷା ତଥା ଖଲ୍ଲିକୋଟ ଡାଏଟ ଅନୁଷ୍ଠାନର ସିନିୟର ଟିଚର ଏଜୁକେଟର ନିବେଦିତା ପାଢ଼ୀ ଏବଂ ସମ୍ମାନିତ ଅତିଥି ଭାବେ ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ତଥା ସହ ଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ, ବିଶ୍ରବା ପାଇକ,ରସାନନ୍ଦ ଘଡ଼େଇ ପ୍ରମୁଖ ଉପସ୍ଥିତ ଥିଲେ। ୧୬ ଗୋଷ୍ଠୀ ସାଧନ କର୍ମୀ ସିଆରସିସିିଙ୍କ ସହଯୋଗ କ୍ରମେ ୩୨ ଶିକ୍ଷୟିତ୍ରୀ ଶିକ୍ଷକ ୧୦୫ଟି ଶିକ୍ଷଣ ସାମଗ୍ରୀ ତଥା ବିଷୟ ଭିତ୍ତିକ ମଡେଲ ପ୍ରସ୍ତୁତ କରିଥିଲେ। କର୍ମଶାଳାରେ ସାମିଲ ସମସ୍ତ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମ ଶେଷରେ ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ଦିଗପହଣ୍ଡିରେ କାଳବୈଶାଖୀ: ଝଡ଼ବର୍ଷା ସାଙ୍ଗକୁ ପଡ଼ିଲା କୁଆପଥର

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ଟାରୁ ସାଢ଼େ ୨ ଯାଏ କାଳ ବୈଶାଖୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri