ମହିଳା ସଶକ୍ତିକରଣ ସମ୍ପର୍କିତ ‘ଶକ୍ତିଶ୍ରୀ’ କର୍ମଶାଳା

ଦିଗପହଣ୍ଡି,୩୦ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ମହିଳା ସଶକ୍ତିକରଣ ସମ୍ପର୍କିତ ଶକ୍ତିଶ୍ରୀ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କର୍ମଶାଳାରେ ଶକ୍ତିଶ୍ରୀ କାର୍ଯ୍ୟକ୍ରମ ସଂଯୋଜିକା ତଥା ଅଧ୍ୟାପିକା ଡ.ନିର୍ମଳା ମହାନ୍ତି ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ଦିଗପହଣ୍ଡି ରେଞ୍ଜର ଦିବ୍ୟ ରଞ୍ଜନ ସାହୁ, ଫରେଷ୍ଟର ସନ୍ତୋଷ ବିଷୋୟୀ ରତ୍ନ, ଶିବାନୀ ଗୌଡ଼, ଫରେଷ୍ଟ ଗାର୍ଡ ମମତାଜ ଷଣ୍ଢ, ପ୍ରଦୀପ ସ୍ବାଇଁ ଅତିଥି ଭାବେ ମଞ୍ଚାସୀନ ଥିଲେ। ଛାତ୍ରୀମାନଙ୍କ ସୁରକ୍ଷା, ଅଧିକାର ଓ ମହିଳା ସଶକ୍ତିକରଣ ସମ୍ପର୍କରେ ଉପସ୍ଥିତ ଛାତ୍ରୀମାନଙ୍କୁ ଅତିଥିବୃନ୍ଦ ସଚେତନ କରିଥିଲେ। ଅଧ୍ୟାପିକା ଆରତୀ ପାତ୍ର, ସସ୍ମିତା ସ୍ବାଇଁ, ଅଧ୍ୟାପକ ଡ. ଧ୍ରୁବ କୁମାର ବିଶ୍ୱାସ, ସତ୍ୟନାରାୟଣ ମିଶ୍ର, ଶୁଭାଶିଷ ପାଣିଗ୍ରାହୀ ପ୍ରମୁଖ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ ଅଧ୍ୟାପିକା ସରିତା ନାହାକ ଧନ୍ୟବାଦ ଅର୍ପଣ କରିଥିଲେ। ସେହିପରି ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ ଶକ୍ତିଶ୍ରୀ ସମ୍ପର୍କୀତ ଏକଦିବସୀୟ କର୍ମଶାଳା ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦିଗପହଣ୍ଡି ବିଜୁ ପଟ୍ଟନାୟକ ମହିଳା କଲେଜର ଶକ୍ତିଶ୍ରୀ କାର୍ଯ୍ୟକ୍ରମ ନୋଡାଲ ଅଫିସର ଅଧ୍ୟାପିକା ସୌଦାମିନୀ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ସ୍ନାତକୋତ୍ତର ଶିକ୍ଷୟିତ୍ରୀ ରାଜଲକ୍ଷ୍ମୀ ସାହୁ ଏବଂ ଦିଗପହଣ୍ଡି ଅଙ୍ଗନଓ୍ବାଡ଼ି ପର୍ଯ୍ୟବେକ୍ଷିକା ଲକ୍ଷ୍ମୀ ଶବର ଯୋଗଦେଇଥିଲେ। ଛାତ୍ରୀମାନଙ୍କ ସାମୁହିକ ବିକାଶ ଓ ସୁରକ୍ଷା ନିମନ୍ତେ ସରକାରଙ୍କ ଏହି କାର୍ଯ୍ୟକ୍ରମ ନିହାତି ସ୍ବାଗତଯୋଗ୍ୟ ଏବଂ ଛାତ୍ରୀଙ୍କ ସୁରକ୍ଷା ସମସ୍ତଙ୍କ ଉତ୍ତର ଦାୟିତ୍ୱ ବୋଲି ସଚେତନତା ସଭାରେ ମତପ୍ରକାଶ ପାଇଥିଲା। କଲେଜ ଶକ୍ତିଶ୍ରୀ କାର୍ଯ୍ୟକ୍ରମ ସଂଯୋଜିକା ତଥା ଅଧ୍ୟାପିକା ସସ୍ମିତା ପ୍ରଧାନ ଏବଂ ସହ ସଂଯୋଜିକା ଅଧ୍ୟାପିକା ଇତିପ୍ରଭା ସେନାପତି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଅଧ୍ୟାପକ ପ୍ରଶାନ୍ତ କୁମାର ପଣ୍ଡା, ରଞ୍ଜନ ଗୌଡ଼, ଅଧ୍ୟାପିକା ପ୍ରିୟଦର୍ଶିନୀ ପ୍ରଧାନ, ରଶ୍ମିତା ମେକାପଙ୍କ ସମେତ ବହୁ ସଂଖ୍ୟକ ଛାତ୍ରୀ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ଶେଷରେ ଅଧ୍ୟାପକ ଦେବଦତ୍ତ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?