ବିଶ୍ୱ ଏଡସ୍ ଦିବସ: ରାମଜୀ କଲେଜରେ ସଚେତନତା ସଭା, ଶୋଭାଯାତ୍ରା ଅନୁଷ୍ଠିତ

ଦିଗପହଣ୍ଡି,୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ କଲେଜ ପରିସରରେ ସୋମବାର ଦିନ ବିଶ୍ୱ ଏଡସ୍ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଏକ ସଚେତନତା ସଭା ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା।

ଡିଗ୍ରୀ କଲେଜ ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟାପିକା ପ୍ରିୟଙ୍କା ପଣ୍ଡା ଯୋଗ ଦେଇଥିଲେ। ଅଧ୍ୟାପିକା କୁମାରୀ ପ୍ରିୟଦର୍ଶିନୀ ପ୍ରଧାନ, ଅଧ୍ୟାପକ ପ୍ରଶାନ୍ତ କୁମାର ପଣ୍ଡା, ଦେବଦତ୍ତ ପଣ୍ଡା ପ୍ରମୁଖ ମଞ୍ଚାସୀନ ଥିଲେ।

ସଭାରେ ଏଡସ୍‌ର କାରଣ ଓ ନିରାକରଣ ସମ୍ପର୍କରେ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇ କୃତୀ ଛାତ୍ରୀଛାତ୍ରମାନଙ୍କୁ ପୁରସ୍କୃତ କରାଯାଇଥିଲା। ଅତିଥିବୃନ୍ଦ ସଚେତନତା ହିଁ ଏଡସ୍ ରୋଗ ନିରାକରଣର ମୁଖ୍ୟ ମାଧ୍ୟମ ବୋଲି ମତ ଦେଇଥିଲେ।

ଯୁବ ରେଡକ୍ରସ୍ ଉପଦେଷ୍ଟା ଅଧ୍ୟାପକ ରଞ୍ଜନ ଗୌଡ଼ ଧନ୍ୟବାଦ ଅର୍ପଣ କରିବା ପରେ ଶେଷରେ ଛାତ୍ରୀଛାତ୍ରମାନେ ଏକ ସଚେତନତା ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ

ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ...

ମହୁଲି ଭାଟି ଉପରେ ପୋଲିସର ଚଢ଼ାଉ, ମଦ ରନ୍ଧା ସାମଗ୍ରୀରେ ଲଗାଇଦେଲା ନିଆଁ

ପାଟଣା,୫ା୧୨(ବୀରକିଶୋର ଦାଶ): ବେଆଇନଦେଶୀ ମହୁଲି ଭାଟି ଉପରେ ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମହୁଲି ମଦ ସହ ପୋଚ ନଷ୍ଟ କରିଛି। କେନ୍ଦୁଝର ଜିଲାତୁରୁମୁଙ୍ଗା...

ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ

ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଲାଞ୍ଚ ମାଗିବା ବେଳେ ମାଡ଼ିବସିଲା…

ଝାରସୁଗୁଡ଼ା,୫ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri