ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ ଅନୁଷ୍ଠିତ ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ଅନ୍ତିମ ଦିବସରେ ଅନୁଷ୍ଠିତ ବ୍ୟକ୍ତିଗତ କମ୍ପାଉଣ୍ଡ ଇଭେଣ୍ଟରେ ବିଶ୍ୱର ନମ୍ବର ୧ ଖେଳାଳି ଭାରତର ଶୀତଲ୍‌ ଦେବୀଙ୍କୁ ୧୩୯-୧୩୬ ପଏଣ୍ଟରେ ପରାସ୍ତ କରି ସ୍ବର୍ଣ୍ଣପଦକ ହାସଲ କରିବା ସହ ନୂଆ ଇତିହାସ ରଚିଛନ୍ତି ପାୟଲ। ଶୁକ୍ରବାର ପାୟଲ ଏବଂ ଶୀତଲ୍‌ ଦେବୀ କମ୍ପାଉଣ୍ଡ ଟିମ୍‌ ଇଭେଣ୍ଡ ଫାଇନାଲରେ ମିଳିତ ଭାବେ ସ୍ବର୍ଣ୍ଣପଦକ ଜିତିଥିଲେ। ଉଭୟ ହାତ ଏବଂ ଗୋଡ଼ ନ ଥିବା ପାୟଲ ବିଶ୍ୱର ପ୍ରଥମ ପାରା ତୀରନ୍ଦାଜ ଭାବେ ଏହି ସଫଳତା ହାସଲ କରିଥିବାରୁ ତାଙ୍କ ପାଖକୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି।

ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ୍‌ ଅନ୍ତର୍ଗତ ଯମୁନାବାହାଲ ଗାଁର ଏକ ଗରିବ ପରିବାରରେ ପାୟଲ ନାଗଙ୍କ ଜନ୍ମ। ୨୦୧୫ରେ ମାତ୍ର ୮ବର୍ଷ ବୟସରେ ପାୟଲ ତାଙ୍କ ମା’ ଜନତା ନାଗ ଓ ପିତା ବିଜୟ ନାଗଙ୍କ ସହ ଛତିଶଗଡ଼ ରାଜଧାନୀ ରାୟପୁରକୁ ଦାଦନ ଖଟିବାକୁ ଯାଇଥିଲେ। ସେଠାରେ ଏକ ନିର୍ମାଣାଧୀନ କୋଠାରେ କାମ କଲାବେଳେ ଉଚ୍ଚଶକ୍ତିସମ୍ପନ୍ନ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଦୁଇ ହାତ ଓ ଦୁଇ ଗୋଡ଼ ହରାଇ ସମ୍ପୂର୍ଣ୍ଣ ଭିନ୍ନକ୍ଷମ ପାଲଟି ଯାଇଥିଲେ। ଏହାପରେ ତାଙ୍କ ଜୀବନ ଦୁର୍ବିଷହ ହୋଇପଡ଼ିଥିଲା। ତାଙ୍କୁ ବଲାଙ୍ଗୀରସ୍ଥିତ ପାର୍ବତୀ ଗିରି ବାଲ୍‌ ନିକେତନକୁ ଆଣି ରଖାଯାଇଥିଲା। ସେଠାରେ ରହଣି ସମୟରେ ପାୟଲଙ୍କ ଭିତରେ ଅଦ୍ଭୁତ ଚିତ୍ରକଳା ପ୍ରତିଭା ରହିଥିବା ଜଣାପଡ଼ିଥିଲା। ପାୟଲଙ୍କ ବିଚକ୍ଷଣ ପ୍ରତିଭା ଦେଖି ତତ୍କାଳୀନ ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରାଣା ତାଙ୍କୁ ତୀରନ୍ଦାଜୀ ପ୍ରଶିକ୍ଷଣ ପାଇଁ ଜମ୍ମୁ-କଶ୍ମୀରର କଟ୍ରାସ୍ଥିତ ତୀରନ୍ଦାଜୀ ପ୍ରଶିକ୍ଷଣ କେନ୍ଦ୍ରକୁ ପଠାଇଥିଲେ। ସେଠାରୁ ଏକ ଭିନ୍ନ ପାୟଲଙ୍କ ଆବିର୍ଭାବ ହୋଇଥିଲା। କୋଚ୍‌ ଅଭିଳାଷା ଚୌଧୁରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପାୟଲ ବ୍ୟାଙ୍କକ୍‌ଠାରେ ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ରେ ଭାଗ ନେଇଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri