ସୋଆ ପକ୍ଷରୁ ବିଶ୍ୱ ଗଣ୍ଠିବାତ ଦିବସ

ଭୁବନେଶ୍ୱର,୧୩।୧୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦ୍ୱାରା ପରିଚାଳିତ ଆଇଏମ୍‌ଏସ୍‌ ଆଣ୍ଡ ସମ୍‌ ହସ୍ପିଟାଲ ପକ୍ଷରୁ ବୁଧବାର ବିଶ୍ୱ ଗଣ୍ଠିବାତ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଭୟ ସୋଆ ଓ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡ. ମନୋଜରଞ୍ଜନ ନାୟକ ଓଡ଼ିଶାବାସୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା କ୍ଷେତ୍ରରେ ଏକ ଉଦାହରଣ ସୃଷ୍ଟି କରିପାରିଛନ୍ତି ବୋଲି ସେ ମତବ୍ୟକ୍ତ କରିଛନ୍ତି। ସେହିଭଳି ଡାକ୍ତରମାନେ ଅବସର ନିଅନ୍ତି ନାହିଁ ମାତ୍ର ଜୀବନବ୍ୟାପୀ ରୋଗୀ ସେବାରେ ନିୟୋଜିତ ରହିଥାନ୍ତି ବୋଲି ସେ କହିଥିଲେ।

ସେହିପରି ସୋଆ କୁଳପତି ପ୍ରଫେସର ଡା. ଅଶୋକ କୁମାର ମହାପାତ୍ର କହିଥିଲେ, ଗଣ୍ଠିବାତ ସମସ୍ୟା ୩୦ ବର୍ଷ ପରେ ଯେକୌଣସି ବ୍ୟକ୍ତିଙ୍କୁ ମଧ୍ୟ ଆକ୍ରାନ୍ତ କରିପାରେ। ତେଣୁ ଯୁବପିଢ଼ି ନିଜ ଜୀବନଶୈଳୀ ଓ ଖାଦ୍ୟ ଗ୍ରହଣ ପ୍ରକ୍ରିୟାରେ ପରିବର୍ତ୍ତନ ଆଣିବା ଉଚିତ ବୋଲି ସେ ମତବ୍ୟକ୍ତ କରିଛନ୍ତି।]

ଏହି ପରିପ୍ରେକ୍ଷୀରେ ଆଇଏମ୍‌ଏସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍ର ଡିନ୍‌ ପ୍ରଫେସର ଡା. ସଂଘମିତ୍ରା ମିଶ୍ର ଏବଂ ମେଡିକାଲ୍‌ ସୁପରିଟେଣ୍ଡେଂଟ୍‌ ପ୍ରଫେସର ଡା. ପୁଷ୍ପରାଜ ସାମନ୍ତସିଂହାର ବିଏସକଓ୍ବୋଇ ଯୋଜନାରେ ସମ୍‌ ହସ୍ପିଟାଲରେ ଲୋକମାନେ କିଭଳି ଉପକୃତ ହେଉଛନ୍ତି ଏବଂ ଆର୍ଥାଇଟିସ (ଗଣ୍ଠିବାତ) ରୋଗରୁ ସୁସ୍ଥ ହେବା ନିମନ୍ତେ ଠିକ୍‌ ସମୟରେ ଚିକିତ୍ସା କରାଇବା ଉପରେ ଉଭୟ ଗୁରୁତ୍ୱ ଆରୋପ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ କ୍ଲିନିକାଲ୍‌ ଇମ୍ୟୁନୋଲଜି ଆଣ୍ଡ ର୍ୟୁମାଟୋଲଜି ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ପ୍ରଦୀପ୍ତ ଶେଖର ପାତ୍ର ସ୍ବାଗତ ଭାଷଣ ଦେଇଥିଲେ। ପରିଶେଷରେ ବିଭାଗର ଆସୋସିଏଟ୍‌ ପ୍ରଫେସର ଡାକ୍ତର ରଶ୍ମିରଞ୍ଜନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri