ସୋଆ ପକ୍ଷରୁ ବିଶ୍ୱ ଗଣ୍ଠିବାତ ଦିବସ

ଭୁବନେଶ୍ୱର,୧୩।୧୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦ୍ୱାରା ପରିଚାଳିତ ଆଇଏମ୍‌ଏସ୍‌ ଆଣ୍ଡ ସମ୍‌ ହସ୍ପିଟାଲ ପକ୍ଷରୁ ବୁଧବାର ବିଶ୍ୱ ଗଣ୍ଠିବାତ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଭୟ ସୋଆ ଓ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡ. ମନୋଜରଞ୍ଜନ ନାୟକ ଓଡ଼ିଶାବାସୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା କ୍ଷେତ୍ରରେ ଏକ ଉଦାହରଣ ସୃଷ୍ଟି କରିପାରିଛନ୍ତି ବୋଲି ସେ ମତବ୍ୟକ୍ତ କରିଛନ୍ତି। ସେହିଭଳି ଡାକ୍ତରମାନେ ଅବସର ନିଅନ୍ତି ନାହିଁ ମାତ୍ର ଜୀବନବ୍ୟାପୀ ରୋଗୀ ସେବାରେ ନିୟୋଜିତ ରହିଥାନ୍ତି ବୋଲି ସେ କହିଥିଲେ।

ସେହିପରି ସୋଆ କୁଳପତି ପ୍ରଫେସର ଡା. ଅଶୋକ କୁମାର ମହାପାତ୍ର କହିଥିଲେ, ଗଣ୍ଠିବାତ ସମସ୍ୟା ୩୦ ବର୍ଷ ପରେ ଯେକୌଣସି ବ୍ୟକ୍ତିଙ୍କୁ ମଧ୍ୟ ଆକ୍ରାନ୍ତ କରିପାରେ। ତେଣୁ ଯୁବପିଢ଼ି ନିଜ ଜୀବନଶୈଳୀ ଓ ଖାଦ୍ୟ ଗ୍ରହଣ ପ୍ରକ୍ରିୟାରେ ପରିବର୍ତ୍ତନ ଆଣିବା ଉଚିତ ବୋଲି ସେ ମତବ୍ୟକ୍ତ କରିଛନ୍ତି।]

ଏହି ପରିପ୍ରେକ୍ଷୀରେ ଆଇଏମ୍‌ଏସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍ର ଡିନ୍‌ ପ୍ରଫେସର ଡା. ସଂଘମିତ୍ରା ମିଶ୍ର ଏବଂ ମେଡିକାଲ୍‌ ସୁପରିଟେଣ୍ଡେଂଟ୍‌ ପ୍ରଫେସର ଡା. ପୁଷ୍ପରାଜ ସାମନ୍ତସିଂହାର ବିଏସକଓ୍ବୋଇ ଯୋଜନାରେ ସମ୍‌ ହସ୍ପିଟାଲରେ ଲୋକମାନେ କିଭଳି ଉପକୃତ ହେଉଛନ୍ତି ଏବଂ ଆର୍ଥାଇଟିସ (ଗଣ୍ଠିବାତ) ରୋଗରୁ ସୁସ୍ଥ ହେବା ନିମନ୍ତେ ଠିକ୍‌ ସମୟରେ ଚିକିତ୍ସା କରାଇବା ଉପରେ ଉଭୟ ଗୁରୁତ୍ୱ ଆରୋପ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ କ୍ଲିନିକାଲ୍‌ ଇମ୍ୟୁନୋଲଜି ଆଣ୍ଡ ର୍ୟୁମାଟୋଲଜି ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ପ୍ରଦୀପ୍ତ ଶେଖର ପାତ୍ର ସ୍ବାଗତ ଭାଷଣ ଦେଇଥିଲେ। ପରିଶେଷରେ ବିଭାଗର ଆସୋସିଏଟ୍‌ ପ୍ରଫେସର ଡାକ୍ତର ରଶ୍ମିରଞ୍ଜନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କୁ AK47ରେ ଫାୟାରିଂ: ପୋଲିସ ଅଧିକାରୀ ସସ୍ପେଣ୍ଡ

ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

ୱାଙ୍ଗଚୁକଙ୍କ ବଡ଼ ଘୋଷଣା: କହିଲେ- ଘରକୁ ଯିବା ପୂର୍ବରୁ…

ନୂଆଦିଲ୍ଲୀ, ୨୭॥୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନେକ ଦିନ ଧରି ଅନଶନରେ ବସିଥିଲେ। ପରେ…

ପଞ୍ଚଲିଙ୍ଗେଶ୍ୱରରେ ବାବାଙ୍କୁ ସ୍ପର୍ଶ ମନା: ଲାଗୁ ହେଲା କଟକଣା, ଜାଣନ୍ତୁ କାହିଁକି

ନୀଳଗିରି, ୨୭।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ ଝରଣା ପାଣିର ପ୍ରଖର ସ୍ରୋତ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ନଦୀରେ ବୁଡ଼ିଗଲେ ନାବାଳିକା କାଉଡ଼ିଆ: ଶିବ ମନ୍ଦିରରେ ଜଳଲାଗି ପାଇଁ….

ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା…

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ…

ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri