Posted inଖେଳ

କିଟ୍‌ରେ ଓ୍ବାଲର୍‌ଡ ଆଥ୍‌ଲେଟିକ୍ସ କୋଚ୍‌ ଏଜୁକେଶନ ପ୍ରୋଗ୍ରାମ

ଭୁବନେଶ୍ୱର, ୧୬।୧(ତପନ ସ୍ବାଇଁ): ଆଥ୍‌ଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ଆନୁକୂଲ୍ୟରେ ଓ୍ବାଲର୍‌ଡ ଆଥ୍‌ଲେଟିକ୍ସ କୋଚ୍‌ମାନଙ୍କର ଏଜୁକେଶନ ପ୍ରୋଗ୍ରାମ (ଲେଭଲ-୧) ସୋମବାର କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଆରମ୍ଭ ହୋଇଛି। ଓଡ଼ିଶାରେ ପ୍ରଥମଥର ପାଇଁ ଆୟୋଜନ ହୋଇଥିବା ଏହି ପ୍ରୋଗ୍ରାମ ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଭାରତର ବିଭିନ୍ନ ପ୍ରାନ୍ତରୁ ୨୫ ଜଣ କୋଚ୍‌ଙ୍କୁ ଏହି ପ୍ରୋଗ୍ରାମ ପାଇଁ ମନୋନୀତ କରାଯାଇଛି। ଏହା ମଧ୍ୟରେ ଓଡ଼ିଶାର ଅଲିମ୍ପିଆନ ଅନୁରାଧା ବିଶ୍ୱାଳ, ପଶ୍ଚିମବଙ୍ଗର ସୁସ୍ମିତା ସିଂ ରୟ ଏବଂ ଓମ୍‌ ପ୍ରକାଶ ସିଂ, ମଣିକନ୍ଦରାଜ ମୁରୁଗମ, ଏଲାଭରସି ମଣିକନ୍ଦରାଜନ ଓ ମୃଦୁଲା କୋରାଡାଙ୍କ ପରି ଅନ୍ତର୍ଜାତୀୟ ଖେଳାଳି ସାମିଲ ଅଛନ୍ତି। ହରିୟାଣା ସେଣ୍ଟ୍ରାଲ ୟୁନିଭର୍ସିଟିର ଫିଜିକାଲ ଏଜୁକେଶନ ବିଭାଗ ମୁଖ୍ୟ ଜୟ ପ୍ରକାଶ ଭୁକର ଏହି ପ୍ରୋଗ୍ରାମର ଚିଫ୍‌ ଏଜୁକେଟର ଏବଂ ବେଙ୍ଗାଲୁରୁସ୍ଥିତ ସାଇର ଏନ୍‌ସିଓଇ ଆଥ୍‌ଲେଟିକ୍ସ କୋଚ୍‌ ସୁମା ପତଲୁମାନେ କୋ-ଏଜୁକେଟର ଦାୟିତ୍ୱ ତୁଲାଇବେ। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ କିଟ୍‌ ଓ କିସ୍‌ର କ୍ରୀଡ଼ା ମହାନିର୍ଦ୍ଦେଶକ ଗଗନେନ୍ଦୁ ଦାଶ ନିଜ ମତ ରଖିବା ସହ ବିଶ୍ୱବିଦ୍ୟାଳୟ ପରିସରରେ ଥିବା କ୍ରୀଡ଼ା ଭିତ୍ତିଭୂମି ଓ ଅନୁଷ୍ଠାନର ବଡ଼ ସଫଳତାଗୁଡ଼ିକ ସମ୍ପର୍କରେ ଅବତାରଣା କରିଥିଲେ। କ୍ରୀଡ଼ା ଓ କ୍ରୀଡ଼ାବିତ୍‌ଙ୍କୁ ସମର୍ଥନ ଯୋଗାଇ ଆସୁଥିବାରୁ ସେ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତଙ୍କୁ ଧନ୍ୟବାଦ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଭାରତୀୟ ଜୁନିୟର ଆଥ୍‌ଲେଟିକ୍‌ ଟିମ୍‌ର ପୂର୍ବତନ ଜାତୀୟ କୋଚ୍‌ ତଥା ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗର ସିନିୟର ମୁଖ୍ୟ କୋଚ୍‌ ସଞ୍ଜୟ କୁମାର ଗଡ଼ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri