Posted inଖେଳ

ୱାଲର୍‌ଡ ଆଥ୍‌ଲେଟିିକ୍ସ କଣ୍ଟିନେଣ୍ଟାଲ ଟୁର୍‌: କଳିଙ୍ଗରେ ପ୍ରଜ୍ଞା, ଅନିମେଶଙ୍କ ଚମକ

ଭୁବନେଶ୍ୱର, ୧୧।୮ (ତପନ ସ୍ବାଇଁ):କଳିଙ୍ଗ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ୱାଲର୍‌ଡ କଣ୍ଟିନେଣ୍ଟାଲ ଟୁର୍‌ (ବ୍ରୋଞ୍ଜ) ଲେଭଲ ପ୍ରତିଯୋଗିିତାରେ ଚମତ୍କାର ପ୍ରଦର୍ଶନ କରି ରାଜ୍ୟ ଓ ଦେଶକୁ ଗର୍ବିତ କରିଛନ୍ତି ଓଡ଼ିଶାର ପ୍ରଜ୍ଞା ପ୍ରଶାନ୍ତି ସାହୁ। ଓଡ଼ିଶା ଏଚ୍‌ପିସିର ଅନିମେଶ କୁଜୁର ମଧ୍ୟ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ୱାଲର୍‌ଡ କଣ୍ଟିନେଣ୍ଟାଲ ପରି ଏକ ସମ୍ମାନଜନକ ପ୍ରତିଯୋଗିତାରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରି ବାଲେଶ୍ୱରର ପ୍ରଜ୍ଞା ୧୦୦ ମିଟର ହର୍ଡଲ୍ସରେ ୧୩.୭୪ ସେକେଣ୍ଡ ସହିତ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। କେବଳ ଭାରତୀୟଙ୍କୁ ନେଇ ଅନୁଷ୍ଠିତ ଫାଇନାଲ୍ସରେ ନନ୍ଦିନୀ କୋଙ୍ଗାନ ୧୩.୮୦, ଅଞ୍ଜଳି ସି ୧୪.୦୦ ଓ ପ୍ରଞ୍ଜଳି ଦିଲୀପ ପାଟିଲ ୧୪.୦୩ ସେକେଣ୍ଡ ସହିତ ଯଥାକ୍ରମେ ଦ୍ୱିତୀୟରୁ ଚତୁର୍ଥ ସ୍ଥାନ ଅଧିକାର କରିଛନ୍ତି। ୨୦୧୮ରେ ଶ୍ରୀଲଙ୍କାର କଲମ୍ବୋରେ ଅନୁଷ୍ଠିତ ଦକ୍ଷିଣ ଏସୀୟ ଜୁନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ରୌପ୍ୟ ପଦକ ଜିତିଥିବା ପ୍ରଜ୍ଞା ୱାଲର୍‌ଡ ଆଥଲେଟିକ୍ସ ଟୁର୍‌ ଭଳି ଏକ ବଡ଼ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ନିଜ କ୍ୟାରିୟରକୁ ଋଦ୍ଧିମନ୍ତ କରିଛନ୍ତି। ଜାତୀୟସ୍ତରୀୟ ପ୍ରତିଯୋଗିତାରେ ସେ ଅନେକ ପଦକ ହାସଲ କରିଛନ୍ତି। ବାଲେଶ୍ୱର ଜିଲା ବସ୍ତା ଅନ୍ତର୍ଗତ ଟିକିରାପଡ଼ାର ପ୍ରଜ୍ଞାଙ୍କ ମା’ଙ୍କ ନାମ ସୁକାନ୍ତିମଣି ଜେନା ଓ ବାପା ପାର୍ଥ ସାରଥି ସାହୁ। ପୁରସ୍କାର ଆକାରରେ ପ୍ରଜ୍ଞା ୮୦୦ ଆମେରିକୀୟ ଡଲାର ଲାଭ କରିଛନ୍ତି। ଅନ୍ୟ ୩ ବିଜେତାଙ୍କୁ ଯଥାକ୍ରମେ ୪୦୦, ୩୦୦ ଓ ୨୦୦ ଆମେରିକୀୟ ଡଲାର ପ୍ରଦାନ କରାଯାଇଛି। ପୁରୁଷ ୨୦୦ ମିଟରରେ ଅନିମେଶ ୨୦.୭୭ ସେକେଣ୍ଡ ସମୟ ନେଇ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଦକ୍ଷିଣ କୋରିଆର କୋ ସେଉଙ୍ଘୱାନ ୨୦.୯୫ ସେକେଣ୍ଡ ସମୟ ନେଇ ଦ୍ୱିତୀୟ ଓ ଭାରତର ରଗୁଲ କୁମାର ଜି. ୨୧.୧୭ ସେକେଣ୍ଡ ସହ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଛତିଶଗଡ଼ର ଅନିମେଶ ଭୁବନେଶ୍ୱର ଏଚ୍‌ପିସିରେ ଟ୍ରେନିଂ ନେଉଥିବାରୁ ସେ ପ୍ରତିଯୋଗିତାରେ ଓଡ଼ିଶା ପକ୍ଷରୁ ପ୍ରତିନିଧିତ୍ୱ କରୁଛନ୍ତି। ଏହା ଏକ ଆମନ୍ତ୍ରଣୀୟ ପ୍ରତିଯୋଗିତା ହୋଇଥିବାରୁ ପ୍ରତିଯୋଗୀଙ୍କୁ ପଦକ ପ୍ରଦାନ କରାଯାଇ ନ ଥାଏ। କେବଳ ଆର୍ଥିକ ପୁରସ୍କାର ଦିଆଯାଏ। ତେବେ ଏଥିରୁ ପ୍ରତିଯୋଗୀମାନେ ଟାଇମିଂ ଅନୁସାରେ ମୂଲ୍ୟବାନ ର଼୍ୟାଙ୍କିଙ୍ଗ୍‌ ପଏଣ୍ଟ ପାଇଥାନ୍ତି, ଯାହାକି ଭବିଷ୍ୟତରେ ସେମାନଙ୍କୁ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ ପାଇଁ ସହାୟକ ହୋଇଥାଏ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ପୋଲିସ ଡିଜି ୱାଇ.ବି. ଖୁରାନିଆ, କ୍ରୀଡ଼ା ସଚିବ ସଚିନ ରାମଚନ୍ଦ୍ର ଯାଦବ ପ୍ରମୁଖ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri