Posted inଖେଳ

ୱାଲର୍‌ଡ ଆଥ୍‌ଲେଟିିକ୍ସ କଣ୍ଟିନେଣ୍ଟାଲ ଟୁର୍‌: କଳିଙ୍ଗରେ ପ୍ରଜ୍ଞା, ଅନିମେଶଙ୍କ ଚମକ

ଭୁବନେଶ୍ୱର, ୧୧।୮ (ତପନ ସ୍ବାଇଁ):କଳିଙ୍ଗ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ୱାଲର୍‌ଡ କଣ୍ଟିନେଣ୍ଟାଲ ଟୁର୍‌ (ବ୍ରୋଞ୍ଜ) ଲେଭଲ ପ୍ରତିଯୋଗିିତାରେ ଚମତ୍କାର ପ୍ରଦର୍ଶନ କରି ରାଜ୍ୟ ଓ ଦେଶକୁ ଗର୍ବିତ କରିଛନ୍ତି ଓଡ଼ିଶାର ପ୍ରଜ୍ଞା ପ୍ରଶାନ୍ତି ସାହୁ। ଓଡ଼ିଶା ଏଚ୍‌ପିସିର ଅନିମେଶ କୁଜୁର ମଧ୍ୟ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ୱାଲର୍‌ଡ କଣ୍ଟିନେଣ୍ଟାଲ ପରି ଏକ ସମ୍ମାନଜନକ ପ୍ରତିଯୋଗିତାରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରି ବାଲେଶ୍ୱରର ପ୍ରଜ୍ଞା ୧୦୦ ମିଟର ହର୍ଡଲ୍ସରେ ୧୩.୭୪ ସେକେଣ୍ଡ ସହିତ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। କେବଳ ଭାରତୀୟଙ୍କୁ ନେଇ ଅନୁଷ୍ଠିତ ଫାଇନାଲ୍ସରେ ନନ୍ଦିନୀ କୋଙ୍ଗାନ ୧୩.୮୦, ଅଞ୍ଜଳି ସି ୧୪.୦୦ ଓ ପ୍ରଞ୍ଜଳି ଦିଲୀପ ପାଟିଲ ୧୪.୦୩ ସେକେଣ୍ଡ ସହିତ ଯଥାକ୍ରମେ ଦ୍ୱିତୀୟରୁ ଚତୁର୍ଥ ସ୍ଥାନ ଅଧିକାର କରିଛନ୍ତି। ୨୦୧୮ରେ ଶ୍ରୀଲଙ୍କାର କଲମ୍ବୋରେ ଅନୁଷ୍ଠିତ ଦକ୍ଷିଣ ଏସୀୟ ଜୁନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ରୌପ୍ୟ ପଦକ ଜିତିଥିବା ପ୍ରଜ୍ଞା ୱାଲର୍‌ଡ ଆଥଲେଟିକ୍ସ ଟୁର୍‌ ଭଳି ଏକ ବଡ଼ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ନିଜ କ୍ୟାରିୟରକୁ ଋଦ୍ଧିମନ୍ତ କରିଛନ୍ତି। ଜାତୀୟସ୍ତରୀୟ ପ୍ରତିଯୋଗିତାରେ ସେ ଅନେକ ପଦକ ହାସଲ କରିଛନ୍ତି। ବାଲେଶ୍ୱର ଜିଲା ବସ୍ତା ଅନ୍ତର୍ଗତ ଟିକିରାପଡ଼ାର ପ୍ରଜ୍ଞାଙ୍କ ମା’ଙ୍କ ନାମ ସୁକାନ୍ତିମଣି ଜେନା ଓ ବାପା ପାର୍ଥ ସାରଥି ସାହୁ। ପୁରସ୍କାର ଆକାରରେ ପ୍ରଜ୍ଞା ୮୦୦ ଆମେରିକୀୟ ଡଲାର ଲାଭ କରିଛନ୍ତି। ଅନ୍ୟ ୩ ବିଜେତାଙ୍କୁ ଯଥାକ୍ରମେ ୪୦୦, ୩୦୦ ଓ ୨୦୦ ଆମେରିକୀୟ ଡଲାର ପ୍ରଦାନ କରାଯାଇଛି। ପୁରୁଷ ୨୦୦ ମିଟରରେ ଅନିମେଶ ୨୦.୭୭ ସେକେଣ୍ଡ ସମୟ ନେଇ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଦକ୍ଷିଣ କୋରିଆର କୋ ସେଉଙ୍ଘୱାନ ୨୦.୯୫ ସେକେଣ୍ଡ ସମୟ ନେଇ ଦ୍ୱିତୀୟ ଓ ଭାରତର ରଗୁଲ କୁମାର ଜି. ୨୧.୧୭ ସେକେଣ୍ଡ ସହ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଛତିଶଗଡ଼ର ଅନିମେଶ ଭୁବନେଶ୍ୱର ଏଚ୍‌ପିସିରେ ଟ୍ରେନିଂ ନେଉଥିବାରୁ ସେ ପ୍ରତିଯୋଗିତାରେ ଓଡ଼ିଶା ପକ୍ଷରୁ ପ୍ରତିନିଧିତ୍ୱ କରୁଛନ୍ତି। ଏହା ଏକ ଆମନ୍ତ୍ରଣୀୟ ପ୍ରତିଯୋଗିତା ହୋଇଥିବାରୁ ପ୍ରତିଯୋଗୀଙ୍କୁ ପଦକ ପ୍ରଦାନ କରାଯାଇ ନ ଥାଏ। କେବଳ ଆର୍ଥିକ ପୁରସ୍କାର ଦିଆଯାଏ। ତେବେ ଏଥିରୁ ପ୍ରତିଯୋଗୀମାନେ ଟାଇମିଂ ଅନୁସାରେ ମୂଲ୍ୟବାନ ର଼୍ୟାଙ୍କିଙ୍ଗ୍‌ ପଏଣ୍ଟ ପାଇଥାନ୍ତି, ଯାହାକି ଭବିଷ୍ୟତରେ ସେମାନଙ୍କୁ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ ପାଇଁ ସହାୟକ ହୋଇଥାଏ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ପୋଲିସ ଡିଜି ୱାଇ.ବି. ଖୁରାନିଆ, କ୍ରୀଡ଼ା ସଚିବ ସଚିନ ରାମଚନ୍ଦ୍ର ଯାଦବ ପ୍ରମୁଖ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri