ଭାରତକୁ ପ୍ରଶଂସା କଲା ବିଶ୍ୱ ବ୍ୟାଙ୍କ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୭।୧୦: କରୋନା ମହାମାରୀ ବିରୋଧରେ ସଫଳ ଟିକାକରଣ କାର୍ଯ୍ୟକ୍ରମ ପାଇଁ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ ଡେଭିଡ ମାଲପାସ ଭାରତକୁ ଅଭିନନ୍ଦନ ଜଣାଇଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ସହ ଏକ ବୈଠକରେ ସେ ଟିକା ଉତ୍ପାଦନ ତଥା ବିତରଣରେ ଅନ୍ତର୍ଜାତୀୟସ୍ତରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବାରୁ ଭାରତକୁ ଧନ୍ୟବାଦ ଜଣାଇଛନ୍ତି।

ସୀତାରମଣଙ୍କ ସହ ତାଙ୍କର ସାକ୍ଷାତ ସମୟରେ ମାଲପାସ ୱାଶିଂଟନ ଭିତ୍ତିକ ଅନ୍ତର୍ଜାତୀୟ ଆର୍ଥିକ ପ୍ରତିଷ୍ଠାନର ଆନ୍ତର୍ଜାତୀକ ଅର୍ଥ ନିଗମ ଏବଂ ବହୁପକ୍ଷୀୟ ନିବେଶ ଗ୍ୟାରେଣ୍ଟି ଏଜେନ୍ସି ସମେତ ବିଶ ବ୍ୟାଙ୍କ ଗ୍ରୁପର ସମସ୍ତ ସଂସ୍ଥା ମଧ୍ୟରେ ଭାରତ ସହିତ ପ୍ରତିବଦ୍ଧତାକୁ ଦୋହରାଇଛନ୍ତି। ବିଶ୍ୱ ବ୍ୟାଙ୍କ ଏକ ବିବୃତ୍ତି ଜାରି କରି କହିଛି ଯେ ଜଳବାୟୁ ପରିବର୍ତ୍ତନ ନେଇ ଭାରତର ଉଦ୍ୟମ ଉପରେ ମଧ୍ୟ ସେମାନେ ଆଲୋଚନା କରିଛନ୍ତି।

ଏସବୁ ବ୍ୟତୀତ ଡେଭିଡ ଅନ୍ତର୍ଜାତୀୟ ବିକାଶ ଆସୋସିଏଶନରେ ଭାରତର ସକ୍ରିୟ ଅବଦାନକୁ ମଧ୍ୟ ପ୍ରଶଂସା କରିଛନ୍ତି। ଭବିଷ୍ୟତରେ ମଧ୍ୟ ଭାରତ ଏଭଳି ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ ବୋଲି ସେ ଆଶା ପ୍ରକଟ କରିଛନ୍ତି। ବାର୍ତ୍ତାଳାପ ସମୟରେ ଭାରତୀୟ ଅର୍ଥନୀତି ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ ଖୁସି ବ୍ୟକ୍ତ କରିଛନ୍ତି ଯେ ସମୟ ସହିତ ଭାରତ ଅନେକ ଗୁରୁତ୍ୱପୂର୍ଣ୍ଣ ସଂସ୍କାର ଆଣିଛି। ସେ କହିଛନ୍ତି ଯେ ବିଶ୍ୱ ବ୍ୟାଙ୍କରୁ ଭାରତ ସବୁ ପ୍ରକାର ସହାୟତା ପାଇ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଗୋଲ୍ଡି ମାନିଲେ

କାନାଡାରେ ଜୁନ୍‌ ୨୦୨୩ରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପାଇଁ କାନାଡାର ତତ୍କାଳୀନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଭାରତକୁ…

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri