ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ: ଏହି କାମ ପାଇଁ ରାଜ୍ୟ ସରକାରଙ୍କୁ କଲେ ପ୍ରଶଂସା

ଭୁବନେଶ୍ୱର,୨୯।୧: ଗୁରୁବାର ଲୋକସେବା ଭାବନାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ବିଶ୍ବବ୍ୟାଙ୍କ ଅଧ୍ୟକ୍ଷ ଅଜୟ ବାଙ୍ଗା। ଓଡ଼ିଶାର ବିକାଶ ଧାରାକୁ ଆହୁରି ଗତିଶୀଳ କରିବା ଉପରେ ଉଭୟଙ୍କ ମଧ୍ୟରେ ହୋଇଛି ଆଲୋଚନା। ଏହି ଉଚ୍ଚସ୍ତରୀୟ ବୈଠକରେ ଓଡ଼ିଶାର ଦୀର୍ଘକାଳୀନ ବିକାଶ ଏବଂ ଆର୍ଥିକ ସଂସ୍କାର ସମ୍ପର୍କରେ ଗୁରୁତ୍ୱ ଦିଆଯାଇଛି।

ଓଡ଼ିଶାର ବର୍ତ୍ତମାନର ବିକାଶ ପ୍ରକ୍ରିୟା ଏବଂ ସଂସ୍କାରମୂଳକ ଆଭିମୁଖ୍ୟକୁ ବିଶ୍ୱ ବ୍ୟାଙ୍କ ପ୍ରତିନିଧି ଦଳ ଉଚ୍ଚ ପ୍ରଶଂସା କରିଛନ୍ତି। ଘରୋଇ କ୍ଷେତ୍ରରେ ରାଜ୍ୟର ଯୁବପିଢିଙ୍କ ପାଇଁ ସୃଷ୍ଟି କରାଯାଉଥିବା ଅଧିକ ନିଯୁକ୍ତି ସୁଯୋଗ ଏବଂ ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ବିଶ୍ୱ ବ୍ୟାଙ୍କ ପକ୍ଷରୁ ସ୍ୱାଗତ କରାଯାଇଛି।

ବୈଠକରେ ବିଶେଷ କରି ଦକ୍ଷତା ବିକାଶ, ଭିତ୍ତିଭୂମି ଅଭିବୃଦ୍ଧି ଏବଂ ସାମାଜିକ କ୍ଷେତ୍ରର ଉନ୍ନତି ଉପରେ ଗୁରୁତ୍ୱାରୋପ କରାଯାଇଛି। ଯୁବପିଢି ଓ ମହିଳାଙ୍କ ଆର୍ଥିକ ସଶକ୍ତିକରଣ ପାଇଁ ନୂତନ ସୁଯୋଗ ସୃଷ୍ଟି କରିବା ଏହି ଆଲୋଚନାର ମୂଳ ଲକ୍ଷ୍ୟ ରହିଥିଲା।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷଙ୍କୁ ‘ଓଡ଼ିଶା ଭିଜନ୍‌ ଡକ୍ୟୁମେଣ୍ଟ’ ପ୍ରଦାନ କରିଛନ୍ତି। ଏଥିରେ ଆଗାମୀ ବର୍ଷଗୁଡ଼ିକ ପାଇଁ ରାଜ୍ୟର ବିକାଶମୂଳକ ରୋଡମ୍ୟାପ୍ ଏବଂ “ବିକଶିତ ଓଡ଼ିଶା” ଗଠନର ପରିକଳ୍ପନା ସ୍ଥାନ ପାଇଛି।

“ଓଡ଼ିଶା ଆଜି ଦ୍ରୁତ ଅଭିବୃଦ୍ଧି ପଥରେ ଅଗ୍ରସର। ବିଶ୍ୱ ବ୍ୟାଙ୍କ ସହ ଏହି ସହଯୋଗ ଆମର ଭିତ୍ତିଭୂମି ଓ ଯୁବପିଢିଙ୍କ ଦକ୍ଷତାକୁ ନୂତନ ଶିଖରକୁ ନେଇଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନରଙ୍କ ସମେତ ବିଶ୍ୱ ବ୍ୟାଙ୍କର ବରିଷ୍ଠ ପ୍ରତିନିଧିମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। Dharitri – Odisha’s No.1 Odia Daily

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜୟ ମହାପାତ୍ରଙ୍କ ବିସ୍ଫୋରକ ବୟାନ, ଆଗକୁ ଓଡ଼ିଶା ରାଜନୀତିରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନକୁ ନେଇ ବରିଷ୍ଠ ରାଜନେତା ବିଜୟ ମହାପାତ୍ର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଆଗକୁ ରାଜ୍ୟରେ ଏକ ବଡ଼ ରାଜନୈତିକ ପରିବର୍ତ୍ତନ…

ଗଜପତି ଜିଲାର ୪ ବ୍ଲକରେ ରବର ଚାଷ ରବରଚାଷରେ ହେକ୍ଟର ପିଛା ଚାଷୀଙ୍କୁ ଲାଭ ୨ ଲକ୍ଷ

ପାରଳାଖେମୁଣ୍ଡି,୧୬ା୩(ଗିରିଧାରୀ ପରିଚ୍ଛା): ରବର ଚାଷ ପାଇଁ ଗଜପତି ଜିଲାର ସୁନାମ ରହିଛି। ପାହାଡିଆ ଅଞ୍ଚଳରେ ରବର ଚାଷ କରି ଚାଷୀ ବେଶ୍‌ ଉପକୃତ ହେଉଛନ୍ତି। ଜିଲାର ଗୁମ୍ମା,…

ଛତ୍ରପୁରରେ ଭୟଙ୍କର ଗ୍ୟାସ୍‌ ସଙ୍କଟ: ସିଲିଣ୍ଡର ନେବାକୁ ଉପଭୋକ୍ତାଙ୍କ ଲମ୍ବା ଲାଇନ୍‌

ଛତ୍ରପୁର,୧୬ା୩(ଦିଲ୍ଲୀ ସାମଲ): ଗ୍ୟାସ୍‌ ବୁକିଂ ନମ୍ବର ଲାଗୁନାହିଁ, ପୂର୍ବରୁ ବୁକିଂ ଥିଲେ ବିଳମ୍ବ ହେଉଛି। ମଧ୍ୟପ୍ରାଚ୍ୟରେ ଯୁଦ୍ଧର ତାଣ୍ଡବ ମଧ୍ୟରେ ମୁଣ୍ଡ ଟେକିଛି ବଡ଼ ଧରଣର ଶକ୍ତି…

ରୋହିତ-ବିରାଟଙ୍କ ଟେଷ୍ଟ ଅବସର ପଛରେ କିଏ? ଗମ୍ଭୀରଙ୍କ ବଡ଼ ବୟାନ: ‘ଭୁଲ୍ ହୋଇଥାଇପାରେ’

କୋଲକାତା,୧୬।୩: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଷ୍ଟାର୍ ବ୍ୟାଟସମ୍ୟାନ୍ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେବା…

ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ପ୍ରଥମ ତାଲିକା ପ୍ରକାଶ କଲା ଭାଜପା, ଏଥର ପୁଣି ମମତା-ଶୁଭେନ୍ଦୁଙ୍କ କଡ଼ା ଟକ୍କର

କୋଲକାତା,୧୬ା୩: ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ଭାଜପା ୧୪୪ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଭାରତୀୟ ଜନତା ପାର୍ଟି ଶୁଭେନ୍ଦୁ ଅଧିକାରୀ ଏବଂ ଦିଲୀପ ଘୋଷଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri