Posted inଖେଳ

ବିଶ୍ୱ ଚାମ୍ପିୟନଶିପ୍‌ରେ ରୋପ୍ୟ ଜିତି ଇତିହାସ ରଚିଲେ ନୀରଜ

ନୂଆଦିଲ୍ଲୀ,୨୪।୭: ବିଶ୍ୱ ଆଥଲେଟିକ ଚାମ୍ପିଅନଶିପ୍‌ରେ ରୋପ୍ୟ ଜିତି ଆଉ ଏକ ଇତିହାସ ରଚିଛନ୍ତି ଗୋଲ୍ଡେନ ବୟ ନୀରଜ ଚୋପ୍ରା। ୨୦୦୩ ପରେ ସେ ଏହି ଚାମ୍ପିୟନଶିପ୍‌ରେ ଭାରତକୁ ପ୍ରଥମ ପଦକ ପ୍ରଦାନ କରିଛନ୍ତି। ନିରଜ ଆମେରିକାର ୟୁଗେନରେ ଅନୁଷ୍ଠିତ ଚାମ୍ପିୟନଶିପ୍‌ର ଫାଇନାଲରେ ଚତୁର୍ଥ ରାଉଣ୍ଡରେ ୮୮.୧୩ ମି. ଜାଭଲିନ ଫିଙ୍ଗି ରୌପ୍ୟ ପଦକ ହାସଲ କରିଛନ୍ତି। ଏଥିସହ ସେ ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପରେ ରୌପ୍ୟ ପଦକ ଜିତିଥିବା ପ୍ରଥମ ଭାରତୀୟ ପୁରୁଷ ଆଥଲେଟ ପାଲଟିଛନ୍ତି। ଅପରପକ୍ଷେ ଚାମ୍ପିଅନଶିପ୍‌ର ଜାଭଲିନ ଥ୍ରୋରେ ଏଣ୍ଡରସନ ପିଟର୍ସ ୯୦.୪୬ ମିଟର ଜାଭଲିନ ଫିଙ୍ଗି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି।

ପ୍ରକାଶ ଯେ, ୨୪ ବର୍ଷୀୟ ନୀରଜ ଅଲିମ୍ପିକ୍ସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିଥିଲେ। ଏବେ ବିଶ୍ୱ ଚାମ୍ପିୟନଶିପରେ ମଧ୍ୟ ସେ ପଦକ ଜିତି ଭାରତ ପାଇଁ ଆଉ ଏକ ଗୌରବ ଆଣିଛନ୍ତି। ତାଙ୍କ ପୂର୍ବରୁ ପ୍ରଥମ ଭାରତୀୟ ଭାବେ ଅଞ୍ଜୁ ବବି ଜର୍ଜ ୨୦୦୩ରେ ବିଶ୍ୱ ଆଥଲେଟିକ ଚାମ୍ପିଅନଶିପ୍‌ରେ ଲଙ୍ଗ ଜମ୍ପରେ ପଦକ ହାସଲ କରିଥିଲେ। ଅଞ୍ଜୁ ବବି ବ୍ରୋଞ୍ଜ ପଦକ ପାଇଥିବା ବେଳେ ୧୯ ବର୍ଷ ପରେ ସୁନାପୁଅ ନୀରଜ ଭାରତ ପାଇଁ ରୌପ୍ୟ ପଦକ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri