Posted inଖେଳ

ଆଜି ବାଂଲାଦେଶକୁ ଭେଟିବ ଭାରତ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଆଡିଲେଡ,୨।୧୧: ଟି-୨୦ ବିଶ୍ୱକପ ସୁପର ୧୨ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ପରାସ୍ତ ହେବା ପରେ ଭାରତୀୟ କ୍ରିକେଟ ଦଳ ଆଜି ବାଂଲାଦେଶକୁ ଭେଟିବ। ଦୁଇ ଦଳ ମଧ୍ୟରେ ଏହି ମ୍ୟାଚ ଆଡିଲେଡରେ ଖେଳାଯିବ। ଟିମ ଇଣ୍ଡିଆ ପାଇଁ ଏହି ମ୍ୟାଚରେ ବିଜୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ମ୍ୟାଚ ଜିତି ଭାରତ ସେମିଫାଇନାଲ ଦାବିକୁ ଦୃଢ କରିବ।
ପଏଣ୍ଟ ଟେବୁଲ ବିଷୟରେ କହିବାକୁ ଗଲେ ଭାରତ ଏବଂ ବାଂଲାଦେଶ ସମାନ ୪-୪ ପଏଣ୍ଟ ପାଇଛନ୍ତି। ଉଭୟ ଦଳ ତିନୋଟି ମ୍ୟାଚ ଖେଳିଛନ୍ତି। କିନ୍ତୁ  ନେଟ ରନ ହାର ଆଧାରରେ ଟିମ ଇଣ୍ଡିଆ ଦୁଇ ନମ୍ବରରେ ଥିବାବେଳେ ବାଂଲାଦେଶ ଦଳ ତୃତୀୟ ସ୍ଥାନରେ ରହିଛି। ଅଭିଜ୍ଞ ଅଲରାଉଣ୍ଡର ଶାକିବ ଅଲ ହାସନଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳ ବାଂଲାଦେଶ ଦଳକୁ ହାଲୁକା ଭାବେ ଗ୍ରହଣ କରିବାରେ ଭୁଲ କରିବ ନାହିଁ।
ଭାରତ ଏବଂ ବାଂଲାଦେଶ ମଧ୍ୟରେ ମ୍ୟାଚ ୨ ଅକ୍ଟୋବରରେ ଖେଳାଯିବ। ଏହି ମ୍ୟାଚ ଆଡିଲେଡ କ୍ରିକେଟ ଗ୍ରାଉଣ୍ଡରେ ଭାରତୀୟ ସମୟ ଦିନ ୧.୩୦ରୁ ଆରମ୍ଭ ହେବ। ଟସ୍‌ ୧୨.୩୦ରେ ପଡିବ। ଷ୍ଟାର ସ୍ପୋର୍ଟସ ନେଟୱାର୍କର ଟି-୨୦ ବିଶ୍ୱକପ ପ୍ରସାରଣ କରିବାର ଅଧିକାର ଅଛି। ହିନ୍ଦୀ ଏବଂ ଇଂରାଜୀ ବ୍ୟତୀତ ଆପଣ ଷ୍ଟାର ସ୍ପୋର୍ଟସର ବିଭିନ୍ନ ଚ୍ୟାନେଲରେ ଦେଶର ଅନ୍ୟ ଭାଷାରେ କମେଣ୍ଟ୍ରି ସହିତ ଭାରତ ଏବଂ ବାଂଲାଦେଶ ମ୍ୟାଚ ଦେଖିପାରିବେ। ଏହି ମ୍ୟାଚର ଲାଇଭ ଷ୍ଟ୍ରିମିଂ ଭାରତର ଡିଜନି ପ୍ଲସ ହଟଷ୍ଟାର୍‌ ଆପରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri