Posted inଖେଳ

ବିଶ୍ୱକପ ମ୍ୟାଚ ଦେଖିଯିବା ପାଇଁ ମାଗଣାରେ ମିଳୁଛି ହେଲିକପ୍ଟର ସେବା! ଭାଇରାଲ ହେଉଛି ପୋଷ୍ଟ

ନୂଆଦିଲ୍ଲୀ,୧୮।୧୧: ବିଶ୍ୱକପ ଫାଇନାଲ ମ୍ୟାଚ ନଭେମ୍ବର ୧୯କୁ ଅହମ୍ମଦବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଯାଉଛି। ଫାଇନାଲରେ କଙ୍ଗାରୁ ଟିମ୍‌ ଓ ଇଣ୍ଡିଆ ଟିମ୍‌ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଭାରତ ଜିତିବା ନେଇ ସାରା ଭାରତୀୟ ଆଶାବାନ୍ଧି ବସିଥିବାବେଳେ ରବିବାର ମ୍ୟାଚ ପାଇଁ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। କିଏ ଜିତିବ ଆଉ କିଏ ହାରିବ ଏନେଇ ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ ହେଉଥିବାବେଳେ ନିକଟରେ ଗୋଟିଏ ଖାସ୍‌ ପୋଷ୍ଟ ଖୁବ୍‌ ଭାଇରାଲ ହେଉଛି।

ସୋସିଆଲ ମିଡିଆ ଏକ୍ସରେ ଜଣେ ୨ayushpranav3 ନାମକ ୟୁଜର୍ସ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି। ସେ କହିଛନ୍ତି, ଫାଇନାଲ ମ୍ୟାଚ ଦେଖିବାକୁ ଇଛୁକ ଥିବା ବ୍ୟକ୍ତି ମୋ ସହ ହେଲିକପ୍ଟରରେ ଅହମ୍ମଦବାଦ ଯାଇପାରିବେ। ମୁଁ ଆଉ ୨ଜଣଙ୍କୁ ସାଙ୍ଗ କରିବାକୁ ଚାହୁଁଛି। ଶନିବାର ବିଏଲଆର ଏୟାରପୋର୍ଟରୁ ଅହମ୍ମଦବାଦ ପାଇଁ ଯାତ୍ରା କରିବା। ସେଠାରେ ପହଞ୍ଚି ବ୍ରେକଫାଷ୍ଟ କରିବା ସହ ମ୍ୟାଚ ଦେଖିସାରି ଘରକୁ ଫେରିବା।
ତେବେ ପୋଷ୍ଟ ଶେଷରେ ସେ କହିଛନ୍ତି, ମ୍ୟାଚ ଦେଖିବା ପାଇଁ ଇଛୁକ ତ ମୋତେ ଡିଏମ କରନ୍ତୁ। କିନ୍ତୁ ଆପଣଙ୍କ ପାଖରେ ହେଲିକପ୍ଟର ଓ ମ୍ୟାଚ ପାଇଁ ଟିକେଟ୍‌ ଥିବା ଦରକାର। ନହେଲେ ଆମେ ଯିବା କେମିତି?
ଏହି ପୋଷ୍ଟଟି ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ୩ଲକ୍ଷରୁ ଅଧିକ ଲୋକ ଏହାକୁ ଲାଇକ୍‌ କରିବା ସହ ମଜାଦାରା କମେଣ୍ଟ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri