Posted inଖେଳ

ବିଶ୍ୱକପ ମ୍ୟାଚ ଦେଖିଯିବା ପାଇଁ ମାଗଣାରେ ମିଳୁଛି ହେଲିକପ୍ଟର ସେବା! ଭାଇରାଲ ହେଉଛି ପୋଷ୍ଟ

ନୂଆଦିଲ୍ଲୀ,୧୮।୧୧: ବିଶ୍ୱକପ ଫାଇନାଲ ମ୍ୟାଚ ନଭେମ୍ବର ୧୯କୁ ଅହମ୍ମଦବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଯାଉଛି। ଫାଇନାଲରେ କଙ୍ଗାରୁ ଟିମ୍‌ ଓ ଇଣ୍ଡିଆ ଟିମ୍‌ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଭାରତ ଜିତିବା ନେଇ ସାରା ଭାରତୀୟ ଆଶାବାନ୍ଧି ବସିଥିବାବେଳେ ରବିବାର ମ୍ୟାଚ ପାଇଁ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। କିଏ ଜିତିବ ଆଉ କିଏ ହାରିବ ଏନେଇ ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ ହେଉଥିବାବେଳେ ନିକଟରେ ଗୋଟିଏ ଖାସ୍‌ ପୋଷ୍ଟ ଖୁବ୍‌ ଭାଇରାଲ ହେଉଛି।

ସୋସିଆଲ ମିଡିଆ ଏକ୍ସରେ ଜଣେ ୨ayushpranav3 ନାମକ ୟୁଜର୍ସ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି। ସେ କହିଛନ୍ତି, ଫାଇନାଲ ମ୍ୟାଚ ଦେଖିବାକୁ ଇଛୁକ ଥିବା ବ୍ୟକ୍ତି ମୋ ସହ ହେଲିକପ୍ଟରରେ ଅହମ୍ମଦବାଦ ଯାଇପାରିବେ। ମୁଁ ଆଉ ୨ଜଣଙ୍କୁ ସାଙ୍ଗ କରିବାକୁ ଚାହୁଁଛି। ଶନିବାର ବିଏଲଆର ଏୟାରପୋର୍ଟରୁ ଅହମ୍ମଦବାଦ ପାଇଁ ଯାତ୍ରା କରିବା। ସେଠାରେ ପହଞ୍ଚି ବ୍ରେକଫାଷ୍ଟ କରିବା ସହ ମ୍ୟାଚ ଦେଖିସାରି ଘରକୁ ଫେରିବା।
ତେବେ ପୋଷ୍ଟ ଶେଷରେ ସେ କହିଛନ୍ତି, ମ୍ୟାଚ ଦେଖିବା ପାଇଁ ଇଛୁକ ତ ମୋତେ ଡିଏମ କରନ୍ତୁ। କିନ୍ତୁ ଆପଣଙ୍କ ପାଖରେ ହେଲିକପ୍ଟର ଓ ମ୍ୟାଚ ପାଇଁ ଟିକେଟ୍‌ ଥିବା ଦରକାର। ନହେଲେ ଆମେ ଯିବା କେମିତି?
ଏହି ପୋଷ୍ଟଟି ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ୩ଲକ୍ଷରୁ ଅଧିକ ଲୋକ ଏହାକୁ ଲାଇକ୍‌ କରିବା ସହ ମଜାଦାରା କମେଣ୍ଟ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri