Posted inଖେଳ

କ୍ରିକେଟ ବିଶ୍ୱକପ କାର୍ଯ୍ୟସୂଚୀ ଘୋଷଣା: ଜାଣନ୍ତୁ କେବେ, କେଉଁଠି ହେବ ଭାରତ-ପାକିସ୍ତାନ ମହାମୁକାବିଲା

ନୂଆଦିଲ୍ଲୀ,୨୭।୬: ଦିନିକିଆ ବିଶ୍ୱକପ ୨୦୨୩ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆଜିଠୁ ୧୦୦ଦିନ ପରେ ବିଶ୍ୱକପ ମ୍ୟାଚ ଆରମ୍ଭ ହେବ। ବିଶ୍ୱକପ ୨୦୨୩ କାର୍ଯ୍ୟସୂଚୀରେ, ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ୧୫ ଅକ୍ଟୋବରରେ ଅହମ୍ମଦାବାଦରେ ଖେଳାଯିବ। ଉଲ୍ଲେଖଥାଉ କି, ବିଶ୍ୱକପ ୫ ଅକ୍ଟୋବରରୁ ଆରମ୍ଭ ହେବ। ଏଥିସହ ଭାରତୀୟ ଦଳ ଅଷ୍ଟ୍ରେଲିଆ ବିପକ୍ଷ ବିଶ୍ୱକପରେ ପ୍ରଥମ ମ୍ୟାଚ ୮ ଅକ୍ଟୋବରରେ ଖେଳିବ। ବିଶ୍ୱକପ ୨୦୨୩ର ପ୍ରଥମ ମ୍ୟାଚ ଡିଫେଣ୍ଡିଂ ଚାମ୍ପିୟନ ଇଂଲଣ୍ଡ ଏବଂ ରନର୍‌ ଅପ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହେବ। ତେବେ ବିଶ୍ୱକପ ୨୦୨୩ର ଫାଇନାଲ ମ୍ୟାଚ ନରେନ୍ଦ୍ର ମୋଦି ଷ୍ଟାଡିୟମ ଅହମ୍ମଦାବାଦରେ ୧୯ ନଭେମ୍ବରରେ ଖେଳାଯିବ। ପ୍ରଥମ ଥର ପାଇଁ ସମଗ୍ର ଟୁର୍ନାମେଣ୍ଟ ଭାରତରେ ଖେଳାଯିବ।

ଏଥର ମୋଟ ୧୦ଟି ଦଳ ଏହି ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିବେ, ପ୍ରଥମ ଆଠଟି ଦଳ କ୍ରିକେଟ ବିଶ୍ୱକପ ସୁପର ଲିଗ ମାଧ୍ୟମରେ ଯୋଗ୍ୟତା ଅର୍ଜନ କରିସାରିଛନ୍ତି । ଜୁଲାଇ ୯ରେ ଶେଷ ହେବାକୁ ଥିବା ଜିମ୍ବାୱେରେ କ୍ୱାଲିଫାୟର ଟୁର୍ନାମେଣ୍ଟ ଶେଷରେ ଅନ୍ତିମ ଦୁଇଟି ସ୍ଥାନ ସ୍ଥିର ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

୧୫ ବର୍ଷରେ ବୈଭବ ସୂର୍ଯ୍ୟବଂଶୀଙ୍କ ୭ଟି ବଡ଼ ରେକର୍ଡ: ଭାଙ୍ଗିବା ପ୍ରାୟ ଅସମ୍ଭବ! ବଡ଼ ବଡ଼ କ୍ରିକେଟର ଫଡିବେ ଫିକା

ନୂଆଦିଲ୍ଲୀ,୩୧।୮: ବୟସ ମାତ୍ର ୧୫ ବର୍ଷ। କିନ୍ତୁ କ୍ରିକେଟ ମଇଦାନରେ ରେକର୍ଡ ପରେ ରେକର୍ଡ କରି ଚର୍ଚ୍ଚାରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ। ଅତ୍ୟନ୍ତ କମ ବୟସରେ…

ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲା; ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ସର୍ତ୍ତମୂଳକ ଜାମିନ

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡରେ ଫସିଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଅଶ୍ଵସ୍ତି ମିଳିଛି । ଆଜି ବିକ୍ରମ ପଣ୍ଡାଙ୍କ ଜାମିନ…

ଫୋରିୟର ଟ୍ରାନ୍ସଫର୍ମର

ଚିନ୍ତା କରନ୍ତୁ, ଆପଣ ରଥଯାତ୍ରା ଦେଖିବାକୁ ଯାଇଛନ୍ତି, ବାୟୁ ଚାପର ତୀବ୍ର ପରିବର୍ତ୍ତନ ଯୋଗୁ ଆପଣଙ୍କ କାନରେ ଏକ ଗୋଳମାଳିଆ ଓ ପ୍ରକମ୍ପିତ ଶବ୍ଦ ତରଙ୍ଗ ଆସି…

ଗୁଡାରି ଏନଏସିକୁ ମିଳିଲା ଦୁଇ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀ….

ଗୁଡାରି,୩୧।୮(ପ୍ରମୋଦ କୁମାର ପତି ): ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ କରକମଳରେ…

କଂଗ୍ରେସ-TVK ମଧ୍ୟରେ ବଢ଼ିଲା ବିବାଦ, ୨୦୨୯ରେ ରାହୁଲଙ୍କୁ ପିଏମ୍ ପ୍ରାର୍ଥୀ ନକଲେ….

ଚେନ୍ନାଇ,୩୧।୮: ତାମିଲନାଡୁରେ କଂଗ୍ରେସ ଓ TVK ମଧ୍ୟରେ ୨୦୨୯ ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ ବିବାଦ ଆରମ୍ଭ ହୋଇଛି। କଂଗ୍ରେସ ନେତା ତଥା ପର୍ଯ୍ୟଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri