Posted inଖେଳ

ବିଶ୍ୱକପ ପୂର୍ବରୁ ନବୀକରଣ ହେବ ୭ ଷ୍ଟାଡିୟମ, ବିସିସିଆଇ ଦେବ ୫୦-୫୦ କୋଟି

ନୂଆଦିଲ୍ଲୀ, ୩୦।୬: ୨୦୨୩ ଦିନିକିଆ କ୍ରିକେଟ ବିଶ୍ୱକପ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥର ଭାରତରେ ବିଶ୍ୱକପ ଅନୁଷ୍ଠିତ ହେବାକୁ ଯାଉଛି। ତେବେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଅକ୍ଟୋବର ୫ରେ ଅହମ୍ମଦାବାଦରେ ଖେଳାଯିବ। ତେଣୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଷ୍ଟାଡିୟମର ଉନ୍ନତି କାର୍ଯ୍ୟ ଆରମ୍ଭ କରିଛି। ପ୍ରାୟ ୭ଟି ଷ୍ଟାଡିୟମରେ ବିସିସିଆଇ ଉନ୍ନତିମୂଳକ କାର୍ଯ୍ୟ କରିବ। ଏକ ରିପୋର୍ଟ ଅନୁଯାୟୀ, ବୋର୍ଡ ଏଥିପାଇଁ ୫୦-୫୦ କୋଟି ଟଙ୍କା ଦେବ। ଏହି ତାଲିକାରେ ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଷ୍ଟାଡିୟମରୁ କୋଲକାତାର ଇଡେନ ଗାର୍ଡେନ ପର୍ଯ୍ୟନ୍ତ ନବୀକରଣ ହେବ।

ବିସିସିଆଇ ମୁମ୍ବାଇର ୱାନଖେଡେ ଷ୍ଟାଡିୟମରେ ନୂଆ ଫ୍ଲଡ ଲାଇଟ ସ୍ଥାପନ କରିବ। ଏହି ଷ୍ଟାଡିୟମରେ କର୍ପୋରେଟ ବାକ୍ସ ମଧ୍ୟ ସ୍ଥାପନ କରାଯିବ। କୋଲକାତାର ଇଡେନ ଗାର୍ଡେନ ଷ୍ଟାଡିୟମର ଡ୍ରେସିଂ ରୁମକୁ ନବୀକରଣ କରାଯିବ। ଧର୍ମଶାଲାରେ ଏକ ନୂତନ ଆଉଟଫିଲ୍ଡ ପ୍ରସ୍ତୁତ କରାଯାଉଛି। ସେହିପରି ପୁଣେ ଷ୍ଟାଡିୟମରେ ଛାତ କାମ କରାଯିବ। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଶିଟ୍‌ ଏବଂ ଶୈଚାଳୟ ମରାମତି କରାଯିବ। ଟିକେଟ ବ୍ୟବସ୍ଥା ମଧ୍ୟ ଏଠାରେ ନବୀକରଣ କରାଯିବ। ଲକ୍ଷ୍ନୌର ଷ୍ଟାଡିୟମରେ ପିଚ କାମ ଚାଲିଛ। ଚେନ୍ନାଇରେ ମଧ୍ୟ ପିଚ କାମ କରାଯିବ। ଏହା ସହିତ ଏଲଇଡି ଲାଇଟ ଲଗାଯିବ ।

ରିପୋର୍ଟ ଅନୁଯାୟୀ, ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଷ୍ଟାଡିୟମକୁ ବିସିସିଆଇ ବିଶେଷ ଧ୍ୟାନ ଦେଉଛି। ଏଠାରେ ଆଇପିଏଲ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚ କମ ସ୍କୋରିଂ ଥିଲା । ଏହି କାରଣରୁ ପିଚ୍‌କୁ ନେଇ ସମାଲୋଚନା କରାଯାଇଥିଲା। ସେଥିପାଇଁ ବର୍ତ୍ତମାନ ଏଠାରେ ବିଶେଷ ଧ୍ୟାନ ଦିଆଯାଉଛି । ରିପୋର୍ଟ ଅନୁଯାୟୀ ଷ୍ଟାଡିୟମରେ ୧୧ଟି ନୂଆ ପିଚ୍‌ ପ୍ରସ୍ତୁତ କରାଯାଇଛି। ଭୂମିରେ ନୂତନ ଘାସ ମଧ୍ୟ ଲଗାଯାଇଛି। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ମ୍ୟାଚ ୨୯ ଅକ୍ଟୋବରରେ ଏଠାରେ ଖେଳାଯିବ। ବିଶ୍ୱକପ ୨୦୨୩ର ମୋଟ ୫ ଟି ମ୍ୟାଚ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri