Posted inଖେଳ

ବିଶ୍ୱକପ୍‌ ଫାଇନାଲ: ୨୦୦୩ ପ୍ରତିଶୋଧ ନେବାର ସୁବର୍ଣ୍ଣ ସୁଯୋଗ

ଅହମଦାବାଦ,୧୬ା୧୧: ଦିନିକିଆ କ୍ରିକେଟ ବିଶ୍ୱକପ୍‌ ଫାଇନାଲରେ ଦ୍ୱିତୀୟ ଥର ଅଷ୍ଟ୍ରେଲିଆକୁ ଭେଟିବ ଭାରତ। ପ୍ରଥମ ଥର ୨୦୦୩ରେ ଉଭୟ ଦଳ ମୁହାଁମୁହିଁ ହୋଇଥିବା ବେଳେ ୨୦ ବର୍ଷ ପରେ ପୁନର୍ବାର ସମାନ ଘଟଣା ଆଉ ଥରେ ଦେଖିବେ ଭାରତୀୟ କ୍ରିକେଟ ଫ୍ୟାନ୍‌। ନ୍ୟୁଜିଲାଣ୍ଡକୁ ପରାସ୍ତ କରି ପ୍ରଥମ ଦଳ ଭାବେ ଭାରତ ଫାଇନାଲ ଟିକେଟ ହାସଲ କରି ନେଇଥିବା ବେଳେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି ଅଷ୍ଟ୍ରେଲିଆ। ୫ ଥରର ବିଶ୍ୱ ଚାମ୍ପିୟନ ଅଷ୍ଟ୍ରେଲିଆ ସହିତ ମୁକାବିଲା ରହିଥିବା ବେଳେ ୨୦୦୩ ବିଶ୍ୱକପ୍‌ ଫାଇନାଲ ପରାଜୟର ପ୍ରତିଶୋଧ ନେବା ଲକ୍ଷ୍ୟରେ ରହିବ ଭାରତ।

୨୦୦୩ରେ ଜୋହାନସ୍‌ବର୍ଗରେ ସୌରଭ ଗାଙ୍ଗୁଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳକୁ ୧୨୫ ରନ୍‌ରେ ପରାସ୍ତ କରି ଟାଇଟଲ ହାସଲ କରିଥିଲା ଅଷ୍ଟ୍ରେଲିଆ। ବର୍ତ୍ତମାନ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତ ନିକଟରେ ଏହାର ପ୍ରତିଶୋଧ ନେବାର ସୁବର୍ଣ୍ଣ ସୁଯୋଗ ରହିଛି। ଚଳିତ ଟୁର୍ନାମେଣ୍ଟରେ ଭାରତ ଗୋଟିଏ ବି ମ୍ୟାଚ୍‌ରେ ହାରିନାହିଁ। ଅନ୍ୟପକ୍ଷରେ ଲିଗ୍‌ ମ୍ୟାଚରେ ଦଳ ଅଷ୍ଟ୍ରେଲିଆକୁ ଥରେ ପରାସ୍ତ କରିସାରିଛି। ୨୦୧୧ରେ ଭାରତରେ ଖେଳାଯାଇଥିବା ବିଶ୍ୱକପ୍‌ର କ୍ୱାର୍ଟର ଫାଇନାଲରେ ଉଭୟ ଦଳ ସାମ୍ନାସାମ୍ନି ହୋଇଥିବା ବେଳେ ଭାରତ ବିଜୟୀ ହୋଇଥିଲା।

ତେବେ ୨୦୧୫ ବିଶ୍ୱକପ୍‌ ସେମିଫାଇନାଲରେ ଭାରତକୁ ହରାଇଥିଲା ଅଷ୍ଟ୍ରେଲିଆ। ଚଳିତ ବିଶ୍ୱକପ୍‌ରେ ଉଭୟ ଦଳ ଫାଇନାଲରେ ପ୍ରବେଶ କରିଥିବା ବେଳେ ଭାରତ ନିକଟରେ ପ୍ରତିଶୋଧ ନେବାର ସୁବର୍ଣ୍ଣ ସୁଯୋଗ ରହିଛି। ଦିନିକିଆ ବିଶ୍ୱକପ୍‌ରେ ଉଭୟ ଦଳ ୧୩ ଥର ସାମ୍ନାସାମ୍ନି ହୋଇଥିବା ବେଳେ ଅଷ୍ଟ୍ରେଲିଆ ୮ ଥର ଓ ଭାରତ ୫ ଥର ବିଜୟୀ ହୋଇଛି। ତେବେ ଘରୋଇ ମାଟିରେ ଭାରତ ଏହି ମ୍ୟାଚ ଖେଳୁଥିବା ବେଳେ ଭାରତର ପଲା ଭାରି ରହିବ। ଏହା ସହିତ ଭାରତୀୟ ବୋଲିଂ ଓ ବ୍ୟାଟିଂ ଆକ୍ରମଣ ବେଶ୍‌ ସନ୍ତୁଳିତ ମନେହେଉଥିବା ବେଳେ ୨୦ ବର୍ଷ ପରେ ଫାଇନାଲ ପରାଜୟର ପ୍ରତିଶୋଧ ନେବାକୁ ଦଳ ପ୍ରୟାସ କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

ଏହି ଅଲରାଉଣ୍ଡରଙ୍କ ପାଇଁ ଗୌତମ ଗମ୍ଭୀରଙ୍କ ଉପରେ ବର୍ଷିଲେ ରବିଚନ୍ଦ୍ରନ ଅଶ୍ୱିନ

ନୂଆଦିଲ୍ଲୀ,୬।୧୨: ପୂର୍ବତନ ଭାରତୀୟ ସ୍ପିନ ବୋଲର ରବିଚନ୍ଦ୍ରନ ଅଶ୍ୱିନ ପୁଣି ଥରେ ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କରିଛନ୍ତି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ପ୍ରଶଂସକଙ୍କ ପାଇଁ ଖୁସିଖବର: ଦକ୍ଷିଣ ଆଫ୍ରିକା ODI ସିରିଜ ପରେ ଟି-୨୦କୁ ଫେରିବେ ରୋହିତ!

ନୂଆଦିଲ୍ଲୀ,୫।୧୨: ରୋହିତ ଶର୍ମା ଭାରତୀୟ ଘରୋଇ କ୍ରିକେଟ ପ୍ରତି ଏତେ ପ୍ରତିବଦ୍ଧତା ଦେଖାଉଛନ୍ତି ଯେ ସେ କେବଳ ଲିଷ୍ଟ ଏ କ୍ରିକେଟ ନୁହେଁ ବରଂ ଟି-୨୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri