Posted inଖେଳ

ବିଶ୍ୱକପ ଫାଇନାଲ ଅହମଦାବାଦରେ, କିନ୍ତୁ ଭାରତ-ପାକିସ୍ତାନ ସୀମା ଉତ୍ସବ ମୁଖର…

ଅହମଦାବାଦ,୧୯।୧୧ : ରବିବାର କ୍ରିକେଟ ବିଶ୍ୱକପର ଅନ୍ତିମ ମ୍ୟାଚରେ ଭାରତ ଓ ଅଷ୍ଟ୍ରେଲିଆ ମୁହାଁମୁହିଁ ହେବେ। ଅନ୍ତିମ ମ୍ୟାଚ ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଖେଳାଯିବ, କିନ୍ତୁ ଅହମଦାବାଦଠାରୁ ପ୍ରାୟ ୧୦୦୦ କିଲୋମିଟର ଦୂରରେ ପଞ୍ଜାବର ଫିରୋଜପୁରର ଭାରତ-ପାକିସ୍ଥାନ ସୀମା ନିକଟରେ ଅବସ୍ଥିତ ଚକ ଖେଡେୱାଲା ଗ୍ରାମ ଉତ୍ସବ ମୁଖର ହୋଇ ଉଠିଛି। ଏହାର କାରଣ ହେଉଛି ଭାରତୀୟ ଦଳ ସହିତ ଏହି ଗାଁର ଏକ ବିଶେଷ ସମ୍ପର୍କ ରହିଛି।

ଭାରତୀୟ କ୍ରିକେଟ ଦଳର ଓପନର୍‌ ତଥା ବିସ୍ଫୋରକ ବ୍ୟାଟ୍ସମ୍ୟାନ ଶୁବମାନ ଗିଲ ମୂଳତଃ ଖେଡେୱାଲା ଗାଁର ବାସିନ୍ଦା। ତାଙ୍କର ପରିବାର ବର୍ତ୍ତମାନ ଚଣ୍ଡିଗଡ଼ରେ ରହିବାକୁ ଆରମ୍ଭ କରିଛନ୍ତି, କିନ୍ତୁ ୮୭ ବର୍ଷ ବୟସ୍କା ଦାଦା ସର୍ଦ୍ଦାର ଦିଦର ସିଂ ଏବଂ ୭୫ ବର୍ଷ ବୟସ୍କା ଜେଜେମା ଗୁରୁମାଲ ସିଂ ଏବେ ମଧ୍ୟ ଗାଁରେ ରୁହନ୍ତି। ଗିଲଙ୍କ ପରିବାର ଜମିଦାର ବର୍ଗର ଅଛନ୍ତି। ସେଠାରେ ତାଙ୍କର ବହୁ ଜମି ଅଛି, କିନ୍ତୁ ପୈତୃକ ଘର ଅତ୍ୟନ୍ତ ପୁରାତନ ଶୈଳୀର।

ଇଣ୍ଡିଆନ ଏକ୍ସପ୍ରେସରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ନିକଟରେ ଗିଲ ପରିବାର ସେମାନଙ୍କ ପୈତୃକ ଘରେ ଅନେକ ପରିବର୍ତ୍ତନ କରିଥିଲେ, ଅନେକ ସ୍ଥାନରେ ଭଙ୍ଗାରୁଜା କରାଯାଇଥିଲା, କିନ୍ତୁ ଶୁଭମାନ ଗିଲଙ୍କ ଜେଜେମା ଗୁରୁମେଲ ସିମେଣ୍ଟ ଷ୍ଟ୍ରିପକୁ ଭାଙ୍ଗିବାକୁ ଦେଇ ନ ଥିଲେ ଯେଉଁଠାରେ ସେ ତାଙ୍କ ପିଲାଦିନରେ ଅଭ୍ୟାସ କରୁଥିଲେ।

ତାଙ୍କ ଜେଜେମା କହିଛନ୍ତି ସେ ତିନି ବର୍ଷ ବୟସରୁ କ୍ରିକେଟ ଖେଳୁଥିଲେ। ୬ ବର୍ଷ ବୟସରେ ସେ ପୁରା ରୋଷେଇ ଘରକୁ ନଷ୍ଟ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri