ବିଶ୍ୱକପ୍‌ ହକି: ଆଜି ଆଉ ୮ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ)-ଓଡ଼ିଶାରେ ଆୟୋଜିତ ହେଉଥିବା ପୁରୁଷ ହକି ବିଶ୍ୱକପ୍‌ ଦେଖିବା ପାଇଁ ରାଜ୍ୟ ସରକାରଙ୍କ ମନ୍ତ୍ରୀମାନେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ କରୁଛନ୍ତି। ମଙ୍ଗଳବାର ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କୁ ନିମନ୍ତ୍ରଣ କରିଥିବା ବେଳେ ବୁଧବାର ଆଉ ୮ ଜଣ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ନୂଆଦିଲ୍ଲୀଠାରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀଙ୍କୁ ସାକ୍ଷାତ କରି ହକି ବିଶ୍ୱକପ୍‌ ପାଇଁ ନିମନ୍ତ୍ରଣପତ୍ର ପ୍ରଦାନ କରିଛନ୍ତି। ଏଥିସହିତ ରୁପାର ଅଶୋକଚକ୍ର ଓ ବିଶ୍ୱକପ୍‌ ହକିର ଜର୍ସି ପ୍ରଦାନ କରିଛନ୍ତି। ସେହିପରି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ନିମନ୍ତ୍ରଣ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଏସ୍‌ସି,ଏସ୍‌ଟି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ରାଞ୍ଚିଠାରେ ସୋରେନଙ୍କୁ ଭେଟି ନିମନ୍ତ୍ରଣପତ୍ର ଦେଇଛନ୍ତି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଚେନ୍ନାଇଠାରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ.ଷ୍ଟାଲିନଙ୍କୁ ସାକ୍ଷାତ କରି ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣପତ୍ର ପ୍ରଦାନ କରିଛନ୍ତି । ଏଥିସହିତ ସେ ପୁଡୁଚେରି ମୁଖ୍ୟମନ୍ତ୍ରୀ ଏନ୍‌. ରଙ୍ଗାସ୍ବାମୀଙ୍କୁ ମଧ୍ୟ ହକି ବିଶ୍ୱକପ୍‌କୁ ଆସିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ନିମନ୍ତ୍ରଣପତ୍ର ଦେଇଛନ୍ତି। ସେହିପରି ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ମୁଖ୍ୟମନ୍ତ୍ରୀଙ୍କ ତରଫରୁ ପାଟନାଠାରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଭେଟି ହକି ବିଶ୍ୱକପ୍‌ ପାଇଁ ନିମନ୍ତ୍ରଣ କରିଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହକି ବିଶ୍ୱକପ୍‌ ପାଇଁ ଆମନ୍ତ୍ରଣ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଦିତ୍ୟନାଥଙ୍କୁ ଲକ୍ଷ୍ମୌଠାରେ ସାକ୍ଷାତ କରି ନିମନ୍ତ୍ରଣପତ୍ର ସହ ବିଶ୍ୱକପ୍‌ ଜର୍ସି ପ୍ରଦାନ କରିଛନ୍ତି। ସେହିପରି ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ ପାତ୍ର ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କୁ ଡେରାଡୁନଠାରେ ସାକ୍ଷାତ କରି ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ହକି ବିଶ୍ୱକପ୍‌ ପାଇଁ ନିମନ୍ତ୍ରଣପତ୍ର ଓ ଜର୍ସି ପ୍ରଦାନ କରିଛନ୍ତି। ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ଜୟପୁରଠାରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ଭେଟି ମୁଖ୍ୟମନ୍ତ୍ରୀଙ୍କ ତରଫରୁ ନିମନ୍ତ୍ରଣପତ୍ର ଓ ହକି ଜର୍ସି ପ୍ରଦାନ କରିଛନ୍ତି।
ସୂଚନାଯୋଗ୍ୟ, ହକି ବିଶ୍ୱକପ୍‌ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଓଡ଼ିଶାକୁ ନିମନ୍ତ୍ରଣ କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୧୯ ଜଣ ମନ୍ତ୍ରୀ ବିଭିନ୍ନ ରାଜ୍ୟକୁ ଯାଇ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣପତ୍ର ପ୍ରଦାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ବୁଲିଲା ଦନ୍ତାହାତୀ

ହାଟଡିହୀ/ ବଉଳା, ୩୧।୧୨ (ଶୁଭକାନ୍ତ ନାୟକ /ଦୁର୍ଗା ପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଆମ୍ବୋ ଅଞ୍ଚଳରେ ମଙ୍ଗଳବାର ଏକ ଦନ୍ତା ହାତୀ ଆତଙ୍କ...

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri