ବିଶ୍ୱକପ୍‌ ହକି: ଆଜି ଆଉ ୮ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ)-ଓଡ଼ିଶାରେ ଆୟୋଜିତ ହେଉଥିବା ପୁରୁଷ ହକି ବିଶ୍ୱକପ୍‌ ଦେଖିବା ପାଇଁ ରାଜ୍ୟ ସରକାରଙ୍କ ମନ୍ତ୍ରୀମାନେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ କରୁଛନ୍ତି। ମଙ୍ଗଳବାର ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କୁ ନିମନ୍ତ୍ରଣ କରିଥିବା ବେଳେ ବୁଧବାର ଆଉ ୮ ଜଣ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ନୂଆଦିଲ୍ଲୀଠାରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀଙ୍କୁ ସାକ୍ଷାତ କରି ହକି ବିଶ୍ୱକପ୍‌ ପାଇଁ ନିମନ୍ତ୍ରଣପତ୍ର ପ୍ରଦାନ କରିଛନ୍ତି। ଏଥିସହିତ ରୁପାର ଅଶୋକଚକ୍ର ଓ ବିଶ୍ୱକପ୍‌ ହକିର ଜର୍ସି ପ୍ରଦାନ କରିଛନ୍ତି। ସେହିପରି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ନିମନ୍ତ୍ରଣ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଏସ୍‌ସି,ଏସ୍‌ଟି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ରାଞ୍ଚିଠାରେ ସୋରେନଙ୍କୁ ଭେଟି ନିମନ୍ତ୍ରଣପତ୍ର ଦେଇଛନ୍ତି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଚେନ୍ନାଇଠାରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ.ଷ୍ଟାଲିନଙ୍କୁ ସାକ୍ଷାତ କରି ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣପତ୍ର ପ୍ରଦାନ କରିଛନ୍ତି । ଏଥିସହିତ ସେ ପୁଡୁଚେରି ମୁଖ୍ୟମନ୍ତ୍ରୀ ଏନ୍‌. ରଙ୍ଗାସ୍ବାମୀଙ୍କୁ ମଧ୍ୟ ହକି ବିଶ୍ୱକପ୍‌କୁ ଆସିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ନିମନ୍ତ୍ରଣପତ୍ର ଦେଇଛନ୍ତି। ସେହିପରି ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ମୁଖ୍ୟମନ୍ତ୍ରୀଙ୍କ ତରଫରୁ ପାଟନାଠାରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଭେଟି ହକି ବିଶ୍ୱକପ୍‌ ପାଇଁ ନିମନ୍ତ୍ରଣ କରିଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହକି ବିଶ୍ୱକପ୍‌ ପାଇଁ ଆମନ୍ତ୍ରଣ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଦିତ୍ୟନାଥଙ୍କୁ ଲକ୍ଷ୍ମୌଠାରେ ସାକ୍ଷାତ କରି ନିମନ୍ତ୍ରଣପତ୍ର ସହ ବିଶ୍ୱକପ୍‌ ଜର୍ସି ପ୍ରଦାନ କରିଛନ୍ତି। ସେହିପରି ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ ପାତ୍ର ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କୁ ଡେରାଡୁନଠାରେ ସାକ୍ଷାତ କରି ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ହକି ବିଶ୍ୱକପ୍‌ ପାଇଁ ନିମନ୍ତ୍ରଣପତ୍ର ଓ ଜର୍ସି ପ୍ରଦାନ କରିଛନ୍ତି। ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ଜୟପୁରଠାରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ଭେଟି ମୁଖ୍ୟମନ୍ତ୍ରୀଙ୍କ ତରଫରୁ ନିମନ୍ତ୍ରଣପତ୍ର ଓ ହକି ଜର୍ସି ପ୍ରଦାନ କରିଛନ୍ତି।
ସୂଚନାଯୋଗ୍ୟ, ହକି ବିଶ୍ୱକପ୍‌ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଓଡ଼ିଶାକୁ ନିମନ୍ତ୍ରଣ କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୧୯ ଜଣ ମନ୍ତ୍ରୀ ବିଭିନ୍ନ ରାଜ୍ୟକୁ ଯାଇ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣପତ୍ର ପ୍ରଦାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri