Posted inଖେଳ

ବଦଳିଲା ଭାରତ-ପାକ୍‌ ମ୍ୟାଚ ତାରିଖ, ୧୫ ଅକ୍ଟୋବରରେ ନୁହେଁ ଏହି ଦିନ ହେବ ମୁକାବିଲା

ନୂଆଦିଲ୍ଲୀ,୨।୮: ୨୦୨୩ ବିଶ୍ୱକପ ୫ ଅକ୍ଟୋବରରୁ ଆରମ୍ଭ ହେଉଛ। ଏଥି ସହିତ ୧୪ ଅକ୍ଟୋବରରେ ଭାରତ ଏବଂ ପାକିସ୍ଥାନର ଦଳ ମୁହାଁମୁହିଁ ହେବେ। ହେଲେ ଏହା ପୂର୍ବରୁ ଅକ୍ଟୋବର ୧୫ରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ-ପାକିସ୍ଥାନ ମ୍ୟାଚ ଖେଳାଯିବ ବୋଲି ବିଶ୍ୱାସ କରାଯାଉଥିଲା, କିନ୍ତୁ ଅକ୍ଟୋବର ୧୪ରେ ଟିମ ଇଣ୍ଡିଆ ବାବର ଆଜାମଙ୍କ ଦଳ ସହ ମୁହାଁମୁହିଁ ହେବ ବୋଲି ସ୍ପଷ୍ଟ ହୋଇଛି।

ନିକଟରେ କ୍ରିକେଟ ବିଶ୍ୱକପ ୨୦୨୩ର କାର୍ଯ୍ୟସୂଚୀ ପ୍ରକାଶ ପାଇଥିଲା। ସେହି କାର୍ଯ୍ୟସୂଚୀ ଅନୁଯାୟୀ, ଅକ୍ଟୋବର ୧୫ରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ, କିନ୍ତୁ ବର୍ତ୍ତମାନ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଛି। ବାସ୍ତବରେ, ନବରାତ୍ରୀ ପର୍ବର ପ୍ରଥମ ଦିନ ୧୫ ଅକ୍ଟୋବରରେ। ଏହି କାରଣରୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ତାରିଖ ପରିବର୍ତ୍ତନ କରାଯାଇଛି। ତେବେ ବର୍ତ୍ତମାନ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ୧୫ ଅକ୍ଟୋବର ପରିବର୍ତ୍ତେ ୧୪ ଅକ୍ଟୋବରରେ ଖେଳାଯିବ। ତେବେ ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ସ୍ଥାନରେ କୌଣସିି ପରିବର୍ତ୍ତନ କରାଯାଇ ନାହିଁ। ଏହି ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri