Posted inଖେଳ

ଆଜିଠାରୁ ବିଶ୍ୱକପ୍‌ ୱାର୍ମଅପ୍‌ ମ୍ୟାଚ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୨୯।୯: ୫ ଅକ୍ଟୋବର ୨୦୨୩ରୁ ଖେଳାଯିବାକୁ ଥିବା ଦିନିକିଆ ବିଶ୍ୱକପ ପୂର୍ବରୁ ଆଜିଠାରୁ ୱାର୍ମଅପ୍‌ ମ୍ୟାଚ ଖେଳାଯିବ। ପ୍ରଥମ ୱାର୍ମଅପ୍‌ ମ୍ୟାଚ ଗୁଆହାଟୀରେ ବାଂଲାଦେଶ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ପ୍ରଥମ ଦିନରେ ସମୁଦାୟ ତିନୋଟି ୱାର୍ମ ଅପ ମ୍ୟାଚ୍‌ ହେବ। ଦ୍ୱିତୀୟ ମ୍ୟାଚ ଥିରୁଭାନନ୍ତପୁରମରେ ଦକ୍ଷିଣ ଆଫ୍ରିକା ଏବଂ ଆଫଗାନିସ୍ତାନ ମଧ୍ୟରେ ଏବଂ ତୃତୀୟ ମ୍ୟାଚ ହାଇଦ୍ରାବାଦରେ ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ ହେବ। ଟିମ ଇଣ୍ଡିଆ ଏହାର ପ୍ରଥମ ୱାର୍ମଅପ୍‌ ମ୍ୟାଚ ୩୦ ସେପ୍ଟେମ୍ବରରେ ଇଂଲଣ୍ଡ ବିପକ୍ଷରେ ଖେଳିବ।
ୱାର୍ମଅପ୍‌ ମ୍ୟାଚରେ ଭାରତ ଇଂଲଣ୍ଡ ଏବଂ ନେଦରଲାଣ୍ଡକୁ ଭେଟିବ। ଭାରତର ପ୍ରଥମ ମ୍ୟାଚ ୩୦ ସେପ୍ଟେମ୍ବର ଗୁଆହାଟୀର ବାରସାପରା କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଏହା ପରେ ଦଳର ଦ୍ୱିତୀୟ ମ୍ୟାଚ ଅକ୍ଟୋବର ୩ରେ ଥିରୁଭାନନ୍ତପୁରମର ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ନେଦରଲାଣ୍ଡ ବିପକ୍ଷରେ ହେବ। ଭାରତୀୟ ସମୟ ଅନୁଯାୟୀ ମ୍ୟାଚ ଅପରାହ୍ନ ୨ଟାରୁ ଆରମ୍ଭ ହେବ।
ବିଶ୍ୱକପ ପୂର୍ବରୁ ସମସ୍ତ ୧୦ଟି ଦଳ ୨-୨ ୱାର୍ମଅପ୍‌ ମ୍ୟାଚ ଖେଳିବେ। ୨୯ ସେପ୍ଟେମ୍ବରରୁ ଆରମ୍ଭ ହେବାକୁ ଥିବା ୱାର୍ମଅପ୍‌ ମ୍ୟାଚ ୩ ଅକ୍ଟୋବର ପର୍ଯ୍ୟନ୍ତ ଖେଳାଯିବ। ପ୍ରଥମ ଏବଂ ଶେଷ ଦିନରେ ୩-୩ ମ୍ୟାଚ ହେବ, ଅବଶିଷ୍ଟ ଦୁଇ ଦିନରେ ୨-୨ ମ୍ୟାଚ ଖେଳାଯିବ। ୱାର୍ମଅପ୍‌ ମ୍ୟାଚ ପାଇଁ ବାରସାପରା କ୍ରିକେଟ ଷ୍ଟାଡିୟମ (ଗୁଆହାଟି), ଗ୍ରୀନ ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ (ଥିରୁଭାନନ୍ତପୁରମ) ଏବଂ ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମ (ହାଇଦ୍ରାବାଦ) ସମେତ ତିନୋଟି ସ୍ଥାନ ଚୟନ କରାଯାଇଥିଲା।
ସୂଚନାଯୋଗ୍ୟ ଯେ, ଅକ୍ଟୋବର ୨ ତାରିଖରୁ ବିଶ୍ୱକପ ଆରମ୍ଭ ହେବ। ଟର୍ନାମେଣ୍ଟର ପ୍ରଥମ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ଏହି ଟୁର୍ନାମେଣ୍ଟରେ ଟିମ ଇଣ୍ଡିଆ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ମ୍ୟାଚ ଅକ୍ଟୋବର ୮ରେ ଚେନ୍ନାଇରେ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri