କାନ ଚିରି ବାହାରିଗଲା ଗୁଳି…ମରଣାନ୍ତକ ଆକ୍ରମଣ ପରେ ବଡ଼ ବୟାନ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧୪।୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ପେନସିଲଭାନିଆରେ ଏକ ନିର୍ବାଚନ ରାଲିରେ ତାଙ୍କୁ ଗୁଳି କରାଯାଇଛି। ଏହି ଗୁଳିମାଡ଼ରେ ଟ୍ରମ୍ପ ଆହତ ହୋଇଛନ୍ତି। ତାଙ୍କ ମୁହଁ ଏବଂ କାନରେ ରକ୍ତ ଦାଗ ଦେଖିବାକୁ ମିଳିଛି। ତୁରନ୍ତ ତାଙ୍କୁ ଡାକ୍ତରଖାନା ନିଆଯାଇଥିବା ବେଳେ ଏବେ ସେ ବିପଦ ମୁକ୍ତ ଅଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ରହିଛି। ଅପରପକ୍ଷେ ସୁରକ୍ଷାକର୍ମୀମାନେ ଦୁଇଜଣ ଆକ୍ରମଣକାରୀ(ଶୁଟର୍‌)ଙ୍କୁ ହତ୍ୟା କରିଥିବା ଜଣାପଡ଼ିଛି।

ଆକ୍ରମଣ ପରେ ଟ୍ରମ୍ପ ନିଜର ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି, ‘ମୋର ଡାହାଣ କାନର ଉପର ଭାଗରେ ଗୁଳି ବାଜିଛି। କାନର ଉପର ଭାଗକୁ ବିଦ୍ଧ କରି ବୁଲେଟ୍‌ ଚାଲିଯାଇଥିଲା। ଫଳରେ ବହୁତ ରକ୍ତତ୍ସାବ ହୋଇଛି। ଭଗବାନ ଆମେରିକାକୁ ଆଶୀର୍ବାଦ କରନ୍ତୁ।’

ତେବେ ଟ୍ରମ୍ପଙ୍କୁ ଗୁଳିମାଡ଼ ସମୟରେ ଜଣେ ଶୁଟର୍‌ ରାଲି ଭିଡରେ ଉପସ୍ଥିତ ଥିବା ବେଳେ ଅନ୍ୟ ଜଣେ ୧୦୦ ଫୁଟ୍‌ ଦୂର ଏକ କୋଠାର ଛାତରେ ଥିଲେ। ସେଠାରୁ ସେ ଟ୍ରମ୍ପଙ୍କୁ ଟାର୍ଗେଟ କରିଥିଲେ। ହେଲେ ସୁରକ୍ଷାକର୍ମୀମାନେ ତାଙ୍କୁ ହତ୍ୟା କରିଥିଲେ। ଗୁଳି ବାଜିବା ପରେ ମଧ୍ୟ ଟ୍ରମ୍ପ ସ୍ଲୋଗାନ ଜାରି ରଖିଥିଲେ। ଘଟଣାକୁ ନେଇ ଦେଶରେ ଉତ୍ତେଜନା ବଢ଼ିଥିବା ବେଳେ ନ୍ୟୁୟର୍କରେ ସୁରକ୍ଷା କଡ଼ାକଡ଼ି କରାଯାଇଛି।

ଏନେଇ ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି, ମୋତେ ଟ୍ରମ୍ପଙ୍କ ରାଲିରେ ଗୁଳିମାଡ଼ ନେଇ ସୂଚନା ମିଳିଛି। ସେ ସୁରକ୍ଷିତ ଥିବା ଜାଣି ମୁଁ ଖୁସି। ସେ ଏବଂ ତାଙ୍କ ପରିବାର ସହ ରାଲିରେ ଉପସ୍ଥିତ ସମସ୍ତ ଲୋକଙ୍କ ପାଇଁ ପ୍ରାର୍ଥନା କରୁଛି। ସେମାନଙ୍କୁ ସୁରକ୍ଷିତ ଭାବେ ବାହାର କରିବା ଲାଗି ଜିଲ୍‌ ଏବଂ ଗୁପ୍ତ ସେବା ଉପରେ କୃତଜ୍ଞ। ଆମେରିକାରେ ଏଭଳି ହିଂସା ପାଇଁ କୌଣସି ସ୍ଥାନ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri