ବିଶ୍ୱ ହସ୍ତୀ ଦିବସ, ହାତୀଙ୍କ ସୁରକ୍ଷିତ ବାସସ୍ଥଳୀ ପାଲଟିଛି ଘୁମୁସର ଉତ୍ତର ବନଖଣ୍ଡ

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରରେ ଟାଟା ପାୱାର, ସ୍ୱେଚ୍ଛାସେବୀ ଅନୁଷ୍ଠାନ ‘ସ୍ନେହା’ ଏବଂ ବନ ବିଭାଗର ମିଳିତ ଆନୁକୂଲ୍ୟରେ ବୁଧବାର ବିଶ୍ୱ ହସ୍ତୀ ଦିବସ ପାଳିତ ହୋଇଯାଇଛି । ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟ ପରିସରରେ ଆୟୋଜିତ ଏହି ସଚେତନତା କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରଙ୍କୁ ହାତୀ ସଂରକ୍ଷଣ, ଜଙ୍ଗଲ ସୁରକ୍ଷା ଏବଂ ମଣିଷ-ହାତୀ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ନେଇ ସଚେତନ କରାଯାଇଥିଲା।

ଘୁମୁସର ଉତ୍ତର ବନଖଣ୍ଡ ଅଧିକାରୀ ହିମାଂଶୁ ଶେଖର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ, ଘୁମୁସର ଉତ୍ତର ବନଖଣ୍ଡ ହାତୀମାନଙ୍କ ପାଇଁ ଏକ ସୁରକ୍ଷିତ ବାସସ୍ଥାନରେ ପରିଣତ ହୋଇଛି । ଜଙ୍ଗଲ ବୃଦ୍ଧି ସହ ଉପଯୁକ୍ତ ପରିବେଶ ସୃଷ୍ଟି ହେବା ଯୋଗୁଁ ଏହା ସମ୍ଭବ ହୋଇପାରିଛି। ପରିବେଶର ସନ୍ତୁଳନ ରକ୍ଷା ପାଇଁ ପ୍ରତ୍ୟେକ ପ୍ରାଣୀର ବଞ୍ଚିବାର ଅଧିକାର ରହିଛି। ତେଣୁ ବନ୍ୟପ୍ରାଣୀଙ୍କ ସୁରକ୍ଷା ପ୍ରତି ସମସ୍ତେ ଦାୟିତ୍ୱବାନ ହେବା ଆବଶ୍ୟକ ବୋଲି ସେ କହିଥିଲେ ।
ଟାଟା ପାୱାରର ଅଧୀକ୍ଷଣ ଯନ୍ତ୍ରୀ ଅଭିଜିତ୍ ପାଢ଼ୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବନ୍ୟପ୍ରାଣୀ ସୁରକ୍ଷା ପାଇଁ ଟାଟା ପାୱାର ସର୍ବଦା ତତ୍ପର ରହିଛି ବୋଲି କହିଥିଲେ। ଜଙ୍ଗଲ ଅଞ୍ଚଳରେ ବିଦ୍ୟୁତ୍‌ଜନିତ ଦୁର୍ଘଟଣାକୁ ବହୁମାତ୍ରାରେ ହ୍ରାସ କରାଯାଇଥିବା ସେ ସୂଚନା ଦେଇଥିଲେ।
ଟାଟା ପାୱାର ଅଧିକାରୀ ଦିଲ୍ଲୀପ ସାହୁ, ଆଦିତ୍ୟ ଦାସ, ମୁଜାଗଡ଼ ରେଞ୍ଜର ବିମ୍ବାଧର ସାହୁ, ବନପାଳ ବବୁଲ ସେଠୀ ଏବଂ ପ୍ରଧାନଶିକ୍ଷକ ମଦନ ମୋହନ ରଥ , ଅରକ୍ଷିତ ପରିଚ୍ଛା ପ୍ରମୁଖ ଯୋଗଦେଇ ହାତୀ ସଂରକ୍ଷଣ ଓ ଜଙ୍ଗଲ ସୁରକ୍ଷାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ।
କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ ଛାତ୍ରୀଛାତ୍ରଙ୍କ ମଧ୍ୟରେ ହାତୀ ସଂରକ୍ଷଣ, ପରିବେଶ ସୁରକ୍ଷା ଏବଂ ମଣିଷ-ହାତୀ ମଧ୍ୟରେ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ସମ୍ପର୍କରେ ସଚେତନତା ବୃଦ୍ଧି କରିବା ବୋଲି ଅତିଥିମାନେ କହିଥିଲେ।
ଏହି ଅବସରରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ହାତୀ ଓ ପରିବେଶ ସୁରକ୍ଷା ସମ୍ପର୍କିତ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା କୃତୀ ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଶେଷରେ ସ୍ନେହା ଅନୁଷ୍ଠାନର କର୍ମଚାରୀ ପ୍ରଶାନ୍ତ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପୋତାଗଡ଼ରେ ନାହିଁ ପାନୀୟ ଜଳ ବ୍ୟବସ୍ଥା, ପର୍ଯ୍ୟଟକ ହନ୍ତସନ୍ତ

ଗଞ୍ଜାମ,୨୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରୁ କିଛି ଦୂରରେ ରହିଛି ଐତିହାସିକ ପୋତାଗଡ଼ । ଏହି ପୁରାତନ ବ୍ରିଟିଶ ଅମଳର ପୋତାଗଡ଼ ଦୁର୍ଗକୁ ଦେଖିବା ପାଇଁ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଘୁମୁସରୀ ଗାଈର ସୁରକ୍ଷା ପାଇଁ ସ୍ୱତନ୍ତ୍ର ବଜେଟ୍ ଦାବି: ଦାବି ପୂରଣ ନହେଲେ ଧର୍ମଘଟ ଚେତାବନୀ

ଭଞ୍ଜନଗର,୨୭।୯(ବାବୁଲା ପ୍ରଧାନ): ଘୁମୁସରୀ ଗୋପାଳ ସମିତି ପକ୍ଷରୁ କାରଗିଲ ଭବନ ଠାରେ ଘାସବାସ ଚାଷ ଓ ଗୋ-ଆଧାରିତ କୃଷିର ବିକାଶ ନିମନ୍ତେ ରବିବାର ଅପରାହ୍ନରେ ଏକ ସାମ୍ବାଦିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?