ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ ଅତ୍ୟନ୍ତ ଉତ୍ସାହର ସହ ପାଳିତ ହୋଇଯାଇଛି। ଏହି ଅବସରରେ ବ୍ୟାପକ ସଫେଇ ଅଭିଯାନ, ସଚେତନତା ଶୋଭାଯାତ୍ରା ଏବଂ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା।

ଶୁକ୍ରବାର ସକାଳେ ସ୍ଥାନୀୟ ମିନି ଷ୍ଟାଡିୟମଠାରୁ ଏକ ପରିବେଶ ସଚେତନତା ପଦଯାତ୍ରା ବାହାରିଥିଲା। ଏହି ପଦଯାତ୍ରା ସମଗ୍ର ସହର ପରିକ୍ରମା କରିବା ସହ ପ୍ରସିଦ୍ଧ ମା’ ମାଣିକେଶ୍ୱରୀ ମନ୍ଦିର ଦର୍ଶନ କରିଥିଲା। ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ଛାତ୍ରଛାତ୍ରୀ ଓ ସଦସ୍ୟମାନେ ସାମିଲ ହୋଇ ସ୍ଥାନୀୟ ବସ୍‌ଷ୍ଟାଣ୍ଡ ପରିସର ସଫା କରିବା ସହ ଜନସାଧାରଣଙ୍କୁ ପ୍ଲାଷ୍ଟିକ ବର୍ଜନ କରିବା ପାଇଁ ସଚେତନ କରିଥିଲେ।

ପଦଯାତ୍ରା ପରେ ମିନି ଷ୍ଟାଡିୟମ ପରିସରରେ ଏକ ସଭାର ଆୟୋଜନ କରାଯାଇଥିଲା। ଏଥିରେ ସ୍ଥାନୀୟ ଅଞ୍ଚଳର ଅନେକ ନେତୃମଣ୍ଡଳୀ ଓ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇଥିଲେ। ଅତିଥିମାନେ ଆଜିର ସମୟରେ ପରିବେଶ ସନ୍ତୁଳନ ରକ୍ଷା, ଜୈବ ବିବିଧତାର ସୁରକ୍ଷା ଏବଂ ଅଧିକରୁ ଅଧିକ ବୃକ୍ଷରୋପଣ କରିବାର ଆବଶ୍ୟକତା ଉପରେ ନିଜର ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ପ୍ରଦାନ କରିଥିଲେ।

ଏହି ସମାରୋହ ଅବସରରେ ସପ୍ତମରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଓଡ଼ିଆ, ହିନ୍ଦୀ ଓ ଇଂରାଜୀ ଭାଷାରେ ପ୍ରବନ୍ଧ ଏବଂ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କୃତୀ ପ୍ରତିଯୋଗୀମାନଙ୍କୁ ଟ୍ରଫି, ମାନପତ୍ର ଏବଂ ଆର୍ଥିକ ପୁରସ୍କାର ରାଶି ପ୍ରଦାନ କରାଯାଇଛି।ପ୍ରବନ୍ଧ ପ୍ରତିଯୋଗିତାରେ ଋଷିତା ପ୍ରิୟଦର୍ଶିନୀ ନାଏକ ପ୍ରଥମ ୧,୨୦୦, ଆରାଧ୍ୟା ପାଣିଗ୍ରାହୀ ଦ୍ୱିତୀୟ ୮୦୦ ଓ ଅଶ୍ୱିନୀ ନାଏକ ତୃତୀୟ ୫୦୦ ସ୍ଥାନ ଅଧିକାର କରିଥିବା ବେଳେ ବକ୍ତୃତା ପ୍ରତିଯୋଗିତାରେ ହୃଦାନନ୍ଦ ନାଏକ ପ୍ରଥମ ୧,୨୦୦, ସ୍ୱାତୀ ନାଏକ ଦ୍ୱିତୀୟ ୮୦୦ ଏବଂ ମଳୟ ନାଏକ ତୃତୀୟ ୫୦୦ ସ୍ଥାନ ହାସଲ କରି ଟ୍ରଫି ଓ ମାନପତ୍ର ସହ ପୁରସ୍କୃତ ହୋଇଛନ୍ତି।

କାର୍ଯ୍ୟକ୍ରମର ଶେଷ ଭାଗରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ଏକ ମନୋରଞ୍ଜନଧର୍ମୀ ଓ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ‘ଟିମ୍ ପରିବର୍ତ୍ତନ କ୍ଲାସେସ୍’ର ସମସ୍ତ ସଦସ୍ୟ ଏବଂ ସ୍ଥାନୀୟ ସ୍ୱେଚ୍ଛାସେବୀଙ୍କ ମିଳିତ ସହଯୋଗ ଓ ସମର୍ପଣ ଯୋଗୁ ସମଗ୍ର କାର୍ଯ୍ୟକ୍ରମଟି ବେଶ୍ ସଫଳତାର ସହ ସମ୍ପନ୍ନ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri