ଦାରିଙ୍ଗବାଡ଼ିରେ ବିଶ୍ୱ ପରିବେଶ ଦିବସ: ପ୍ଲାଷ୍ଟିକ୍‌ ବ୍ୟବହାର ନ କରିବାକୁ ଲୋକଙ୍କୁ ସଚେତନ

ଦାରିଙ୍ଗବାଡ଼ି,୫ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳ କାର୍ଯ୍ୟାଳୟ ପରିସର ମଧ୍ୟରେ ଗୁରୁବାର ବିଶ୍ୱ ପରିବେଶ ଦିବସ ପାଳନ କରାଯାଇଛି। ଏହି ଅବସରରେ ବନାଞ୍ଚଳ ଅଧିକାରୀ ମାଧବ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟ, ଏପିଓ କେଦାର ଚନ୍ଦ୍ର ପଣ୍ଡା,ବନପାଳ ସରୋଜ ମଙ୍ଗରାଜ, ବୁଡ଼ାଗୁଡା ବନପାଳ ମନ୍ମଥ ପରିଚ୍ଛା, ସିମନବାଡ଼ି ବନପାଳ ବନିତା ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ପ୍ଲାଷ୍ଟିକ୍‌ ଫ୍ରି ସମ୍ପର୍କରେ ଏକ ଆଲୋଚନଚକ୍ର ଅନୁଷ୍ଠିତ ହୋଇଥିଲା। ବର୍ତ୍ତମାନ ସମୟରେ ଯେଉଁ ଭଳି ଭାବରେ ପ୍ଲାଷ୍ଟିକ ବ୍ୟବହାର ହେଉଛି ତାକୁ ନା’କରିବା ସମୟ ଆସିଯାଇଛି। ପ୍ଲାଷ୍ଟିକର ବିକଳ୍ପ ଭାବେ ଶାଳପତ୍ର ବ୍ୟବହାର କରିବାକୁ ଲୋକଙ୍କୁ ସଚେତନ କରିବା ସମ୍ପର୍କରେ ଆଲୋଚନା କରାଯାଇଥିଲା।

ସେହିପରି ଅଞ୍ଚଳରେ ପୋଡୁଚାଷ ଅଧିକ ହେଉଥିଲା। ୧୯୯୬ ପରଠାରୁ ଏହା ଧିରେ ଧିରେ କମିବାରେ ଲାଗିଛି। ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ପଦକ୍ଷେପ ନେବା ଆବଶ୍ୟକ ବୋଲି ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟ କହିଥିଲେ। ଅନ୍ୟ ଜିଲା ଅପେକ୍ଷା କନ୍ଧମାଳ ଜିଲାରେ ଚଳିତ ବର୍ଷ ଜଙ୍ଗଲ ବୃଦ୍ଧି ପାଇଥିବା ସେ କହିଥିଲେ। ଦାରିଙ୍ଗବାଡ଼ି ପର୍ଯ୍ୟଟନକ୍ଷେତ୍ର ରହିଥିବା ବେଳେ ଦୈନିକ ଶହ ଶହ ପର୍ଯ୍ୟଟକ ଆସୁଛନ୍ତି ତେଣୁ ପ୍ଲାଷ୍ଟିକ ବ୍ୟବହାରକୁ ନା’କରିବାକୁ ସଚେତନ କରାଯିବାକୁ ଆଲୋଚନା କରାଯାଇଥିଲା। ସେହିପରି ଅଞ୍ଚଳରେ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ବ୍ୟବହାରକୁ ରୋକିବା ଦିଗରେ ପଦକ୍ଷେପ ନେବାକୁ ଆଲୋଚନା ହୋଇଥିଲା। ବ୍ୟାପକ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ବିଭିନ୍ନ ଭୟଙ୍କର ରୋଗ ସୃଷ୍ଟି ହେଉଥିବା କୁହାଯାଉଥିଲା। ତେଣୁ ପ୍ଲାଷ୍ଟିକ୍‌ ଫ୍ରି କରିବାକୁ କିଭଳି ଭାବେ ସମସ୍ତେ ପ୍ରୟାସ କରିବା ସହ ପରିବେଶକୁ ସୁରକ୍ଷା ଦେବାକୁ ଆଲୋଚନା କରାଯାଇଥିଲା।
ସେହିପରି ଜଙ୍ଗଲ ବଞ୍ଚିଲେ ପରିବେଶ ସୁନ୍ଦର ଓ ସ୍ବଚ୍ଛତା ରହିବ ଜଳବାୟୁ ସୁସ୍ଥ ରହିବ ବର୍ଷା, ଶୀତ ଓ ଗରମ ନିୟମିତ ରହିବ ଯାହାକି ଏବେ ପରିବେଶ ଦୂଷିତ ଯୋଗୁ ଜଳବାୟୁରେ ମଧ୍ୟ ପାରିବର୍ତ୍ତନ ହୋଇଛି। ତେଣୁ ପରିବେଶ ବଞ୍ଚାଇବାକୁ ଅଞ୍ଚଳରେ ଅଧିକରୁ ଅଧିକ ବୃକ୍ଷରୋପଣ କରାଯିବା ସହ ଜଙ୍ଗଲରେ ପାରମ୍ପରିକ ବୃକ୍ଷ ତଥା ଆମ୍ବ, ମହୁଲ, ପଣସ, ଲିଚୁ, ଜାମୁକୋଳି ଭଳି ଗଛ ଲଗାଇଲେ ଲୋକଙ୍କ ଜୀବନଜୀବିକା ସ୍ବାବଲମ୍ବୀ ହେବା ସହ ଜଙ୍ଗଲ ସୃଷ୍ଟି ହୋଇପାରିବ ବୋଲି କୁହାଯାଇଥିଲା। ଏହି ଅବସରରେ ବନ ବିଭାଗ ପକ୍ଷରୁ ବିଭିନ୍ନ ପ୍ରକାର ବୃକ୍ଷରୋପଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri