ଦାରିଙ୍ଗବାଡ଼ିରେ ବିଶ୍ୱ ପରିବେଶ ଦିବସ: ପ୍ଲାଷ୍ଟିକ୍‌ ବ୍ୟବହାର ନ କରିବାକୁ ଲୋକଙ୍କୁ ସଚେତନ

ଦାରିଙ୍ଗବାଡ଼ି,୫ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳ କାର୍ଯ୍ୟାଳୟ ପରିସର ମଧ୍ୟରେ ଗୁରୁବାର ବିଶ୍ୱ ପରିବେଶ ଦିବସ ପାଳନ କରାଯାଇଛି। ଏହି ଅବସରରେ ବନାଞ୍ଚଳ ଅଧିକାରୀ ମାଧବ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟ, ଏପିଓ କେଦାର ଚନ୍ଦ୍ର ପଣ୍ଡା,ବନପାଳ ସରୋଜ ମଙ୍ଗରାଜ, ବୁଡ଼ାଗୁଡା ବନପାଳ ମନ୍ମଥ ପରିଚ୍ଛା, ସିମନବାଡ଼ି ବନପାଳ ବନିତା ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ପ୍ଲାଷ୍ଟିକ୍‌ ଫ୍ରି ସମ୍ପର୍କରେ ଏକ ଆଲୋଚନଚକ୍ର ଅନୁଷ୍ଠିତ ହୋଇଥିଲା। ବର୍ତ୍ତମାନ ସମୟରେ ଯେଉଁ ଭଳି ଭାବରେ ପ୍ଲାଷ୍ଟିକ ବ୍ୟବହାର ହେଉଛି ତାକୁ ନା’କରିବା ସମୟ ଆସିଯାଇଛି। ପ୍ଲାଷ୍ଟିକର ବିକଳ୍ପ ଭାବେ ଶାଳପତ୍ର ବ୍ୟବହାର କରିବାକୁ ଲୋକଙ୍କୁ ସଚେତନ କରିବା ସମ୍ପର୍କରେ ଆଲୋଚନା କରାଯାଇଥିଲା।

ସେହିପରି ଅଞ୍ଚଳରେ ପୋଡୁଚାଷ ଅଧିକ ହେଉଥିଲା। ୧୯୯୬ ପରଠାରୁ ଏହା ଧିରେ ଧିରେ କମିବାରେ ଲାଗିଛି। ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ପଦକ୍ଷେପ ନେବା ଆବଶ୍ୟକ ବୋଲି ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟ କହିଥିଲେ। ଅନ୍ୟ ଜିଲା ଅପେକ୍ଷା କନ୍ଧମାଳ ଜିଲାରେ ଚଳିତ ବର୍ଷ ଜଙ୍ଗଲ ବୃଦ୍ଧି ପାଇଥିବା ସେ କହିଥିଲେ। ଦାରିଙ୍ଗବାଡ଼ି ପର୍ଯ୍ୟଟନକ୍ଷେତ୍ର ରହିଥିବା ବେଳେ ଦୈନିକ ଶହ ଶହ ପର୍ଯ୍ୟଟକ ଆସୁଛନ୍ତି ତେଣୁ ପ୍ଲାଷ୍ଟିକ ବ୍ୟବହାରକୁ ନା’କରିବାକୁ ସଚେତନ କରାଯିବାକୁ ଆଲୋଚନା କରାଯାଇଥିଲା। ସେହିପରି ଅଞ୍ଚଳରେ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ବ୍ୟବହାରକୁ ରୋକିବା ଦିଗରେ ପଦକ୍ଷେପ ନେବାକୁ ଆଲୋଚନା ହୋଇଥିଲା। ବ୍ୟାପକ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ବିଭିନ୍ନ ଭୟଙ୍କର ରୋଗ ସୃଷ୍ଟି ହେଉଥିବା କୁହାଯାଉଥିଲା। ତେଣୁ ପ୍ଲାଷ୍ଟିକ୍‌ ଫ୍ରି କରିବାକୁ କିଭଳି ଭାବେ ସମସ୍ତେ ପ୍ରୟାସ କରିବା ସହ ପରିବେଶକୁ ସୁରକ୍ଷା ଦେବାକୁ ଆଲୋଚନା କରାଯାଇଥିଲା।
ସେହିପରି ଜଙ୍ଗଲ ବଞ୍ଚିଲେ ପରିବେଶ ସୁନ୍ଦର ଓ ସ୍ବଚ୍ଛତା ରହିବ ଜଳବାୟୁ ସୁସ୍ଥ ରହିବ ବର୍ଷା, ଶୀତ ଓ ଗରମ ନିୟମିତ ରହିବ ଯାହାକି ଏବେ ପରିବେଶ ଦୂଷିତ ଯୋଗୁ ଜଳବାୟୁରେ ମଧ୍ୟ ପାରିବର୍ତ୍ତନ ହୋଇଛି। ତେଣୁ ପରିବେଶ ବଞ୍ଚାଇବାକୁ ଅଞ୍ଚଳରେ ଅଧିକରୁ ଅଧିକ ବୃକ୍ଷରୋପଣ କରାଯିବା ସହ ଜଙ୍ଗଲରେ ପାରମ୍ପରିକ ବୃକ୍ଷ ତଥା ଆମ୍ବ, ମହୁଲ, ପଣସ, ଲିଚୁ, ଜାମୁକୋଳି ଭଳି ଗଛ ଲଗାଇଲେ ଲୋକଙ୍କ ଜୀବନଜୀବିକା ସ୍ବାବଲମ୍ବୀ ହେବା ସହ ଜଙ୍ଗଲ ସୃଷ୍ଟି ହୋଇପାରିବ ବୋଲି କୁହାଯାଇଥିଲା। ଏହି ଅବସରରେ ବନ ବିଭାଗ ପକ୍ଷରୁ ବିଭିନ୍ନ ପ୍ରକାର ବୃକ୍ଷରୋପଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri