ପରିବେଶର ସୁରକ୍ଷା ପାଇ ପ୍ରାଚୀନ ପଦ୍ଧତିର ଅନୁସରଣ

ଛତ୍ରପୁର,୫ା୬(ଡି.ଏନ୍‌.ଏ.): ଛତ୍ରପୁର ନିକଟସ୍ଥ ତାମ୍ପରା ଆଦ୍ରଭୂମି ଠାରେ ବ୍ରହ୍ମପୁର ବନଖଣ୍ଡ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ସନି ଖୋଖରଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ପ୍ରଶାନ୍ତ କୁମାର ମିଶ୍ର ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଜୁଲୋଜିକାଲ ସର୍ଭେ ଅଫ ଇଣ୍ଡିଆର ଗୋପାଳପୁର ଶାଖା ମୁଖ୍ୟ ତଥା ଗବେଷକ ଅନିଲ ମହାପାତ୍ର, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରିବେଶ ବିଭାଗର ଅଧ୍ୟାପକ ଅଞ୍ଜନ ପୃଷ୍ଟି, ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ରବିନ୍ଦ୍ରନାଥ ସାହୁ, ଏସିଏଫ ଡ. ରୁଦ୍ର ରଥ ମଞ୍ଚାସୀନ ଥିଲେ। ଚଳିତବର୍ଷ ଦେଶରେ ଥିବା ବିଭିନ୍ନ ଆଦ୍ରଭୂମିଗୁଡିକରେ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଏହି ଦିବସକୁ ପାଳନ କରାଯାଉଥିବା ବେଳେ ବ୍ରହ୍ମପୁର ବନଖଣ୍ଡ ପକ୍ଷରୁ ତାମ୍ପରାଠାରେ ଏହାକୁ ପାଳନ କରାଯାଇଛି। ପରିବେଶକୁ ସୁରକ୍ଷିତ ରଖିବା ଏବଂ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ପ୍ରାଚୀନ ପଦ୍ଧତିକୁ ଅନୁସରଣ କରିବା ପୂର୍ବକ ସମସ୍ତେ ପୁଣି ମାଟି ପାତ୍ରକୁ ଗୁରୁତ୍ୱଦେବାକୁ ମୁଖ୍ୟ ଅତିଥି ସମସ୍ତଙ୍କୁ ଆହ୍ବାନ ଦେଇଥିଲେ। ପ୍ଲାଷ୍ଟିକ ପରିବେଶ ଏବଂ ଆମମାନଙ୍କ ଉପରେ କେତେ ପ୍ରଭାବ ପକାଇ ଥାଏ ସେ ନେଇ ଅନ୍ୟ ଅତିଥିମାନେ ସଚେତନ କରିଥିଲେ। ଏହି ଅବସରରେ ପୂର୍ବରୁ ଛାତ୍ରୀଛାତ୍ରମାନଙ୍କୁ ନେଇ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଚିତ୍ରାଙ୍କନରେ ଡିଏଭି ସ୍କୁଲର ଶ୍ରଦ୍ଧା ସାଇ ନନ୍ଦ, କେ ଶୁଭମ କଳିଙ୍ଗ ବିଦ୍ୟା ମନ୍ଦିରର ଦେବହୁତି ମହାନ୍ତି, ସ୍ଲୋଗାନରେ ଏସଏସଭିଏମର ଅନିଶ କୁମାର ବେହେରା, ସିଟି ହାଇସ୍କୁଲର ହିମାଂଶୁ ପାଣିଗ୍ରାହୀ, କପିଲ ବେହେରା ପୁରସ୍କୃତ ହୋଇଛନ୍ତି। ଗଞ୍ଜାମ ଜିଲା ଇକୋ କ୍ଲବ ସଂଯୋଜକ ଡ. ଶଙ୍କର ନାରାୟଣ ବେଜ ମଞ୍ଚ ପରିଚାଳନା କରିଥିବା ବେଳେ ଏସିଏଫ ଡ ରୁଦ୍ର ରଥ ଧନ୍ୟବାଦ ଅର୍ପଣ କରିଥିଲେ। ଏସିଏଫ ଏ ମାଧବୀ ଲତା, ଅବସରପ୍ରାପ୍ତ ଏସିଏଫ ତ୍ରିନାଥ ପଟ୍ଟନାୟକ,ବ୍ରହ୍ମପୁର ବନାଞ୍ଚଳ ଅଧିକାରୀ ମନୋଜ ପାତ୍ର, ଦିଗପହଣ୍ଡି ବନାଞ୍ଚଳ ଅଧିକାରୀ କାହ୍ନୁଚରଣ ପଟ୍ଟନାୟକ, ଖଲ୍ଲିକୋଟ ବନାଞ୍ଚଳ ଅଧିକାରୀ ସିଦ୍ଧାର୍ଥ ଶଙ୍କର ସାହୁଙ୍କ ସମେତ ସମସ୍ତ ବନପାଳ, ବନରକ୍ଷୀ ଓ ପାରା ବନ କର୍ମଚାରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri