ପରିବେଶର ସୁରକ୍ଷା ପାଇ ପ୍ରାଚୀନ ପଦ୍ଧତିର ଅନୁସରଣ

ଛତ୍ରପୁର,୫ା୬(ଡି.ଏନ୍‌.ଏ.): ଛତ୍ରପୁର ନିକଟସ୍ଥ ତାମ୍ପରା ଆଦ୍ରଭୂମି ଠାରେ ବ୍ରହ୍ମପୁର ବନଖଣ୍ଡ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ସନି ଖୋଖରଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ପ୍ରଶାନ୍ତ କୁମାର ମିଶ୍ର ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଜୁଲୋଜିକାଲ ସର୍ଭେ ଅଫ ଇଣ୍ଡିଆର ଗୋପାଳପୁର ଶାଖା ମୁଖ୍ୟ ତଥା ଗବେଷକ ଅନିଲ ମହାପାତ୍ର, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରିବେଶ ବିଭାଗର ଅଧ୍ୟାପକ ଅଞ୍ଜନ ପୃଷ୍ଟି, ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ରବିନ୍ଦ୍ରନାଥ ସାହୁ, ଏସିଏଫ ଡ. ରୁଦ୍ର ରଥ ମଞ୍ଚାସୀନ ଥିଲେ। ଚଳିତବର୍ଷ ଦେଶରେ ଥିବା ବିଭିନ୍ନ ଆଦ୍ରଭୂମିଗୁଡିକରେ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଏହି ଦିବସକୁ ପାଳନ କରାଯାଉଥିବା ବେଳେ ବ୍ରହ୍ମପୁର ବନଖଣ୍ଡ ପକ୍ଷରୁ ତାମ୍ପରାଠାରେ ଏହାକୁ ପାଳନ କରାଯାଇଛି। ପରିବେଶକୁ ସୁରକ୍ଷିତ ରଖିବା ଏବଂ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ପ୍ରାଚୀନ ପଦ୍ଧତିକୁ ଅନୁସରଣ କରିବା ପୂର୍ବକ ସମସ୍ତେ ପୁଣି ମାଟି ପାତ୍ରକୁ ଗୁରୁତ୍ୱଦେବାକୁ ମୁଖ୍ୟ ଅତିଥି ସମସ୍ତଙ୍କୁ ଆହ୍ବାନ ଦେଇଥିଲେ। ପ୍ଲାଷ୍ଟିକ ପରିବେଶ ଏବଂ ଆମମାନଙ୍କ ଉପରେ କେତେ ପ୍ରଭାବ ପକାଇ ଥାଏ ସେ ନେଇ ଅନ୍ୟ ଅତିଥିମାନେ ସଚେତନ କରିଥିଲେ। ଏହି ଅବସରରେ ପୂର୍ବରୁ ଛାତ୍ରୀଛାତ୍ରମାନଙ୍କୁ ନେଇ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଚିତ୍ରାଙ୍କନରେ ଡିଏଭି ସ୍କୁଲର ଶ୍ରଦ୍ଧା ସାଇ ନନ୍ଦ, କେ ଶୁଭମ କଳିଙ୍ଗ ବିଦ୍ୟା ମନ୍ଦିରର ଦେବହୁତି ମହାନ୍ତି, ସ୍ଲୋଗାନରେ ଏସଏସଭିଏମର ଅନିଶ କୁମାର ବେହେରା, ସିଟି ହାଇସ୍କୁଲର ହିମାଂଶୁ ପାଣିଗ୍ରାହୀ, କପିଲ ବେହେରା ପୁରସ୍କୃତ ହୋଇଛନ୍ତି। ଗଞ୍ଜାମ ଜିଲା ଇକୋ କ୍ଲବ ସଂଯୋଜକ ଡ. ଶଙ୍କର ନାରାୟଣ ବେଜ ମଞ୍ଚ ପରିଚାଳନା କରିଥିବା ବେଳେ ଏସିଏଫ ଡ ରୁଦ୍ର ରଥ ଧନ୍ୟବାଦ ଅର୍ପଣ କରିଥିଲେ। ଏସିଏଫ ଏ ମାଧବୀ ଲତା, ଅବସରପ୍ରାପ୍ତ ଏସିଏଫ ତ୍ରିନାଥ ପଟ୍ଟନାୟକ,ବ୍ରହ୍ମପୁର ବନାଞ୍ଚଳ ଅଧିକାରୀ ମନୋଜ ପାତ୍ର, ଦିଗପହଣ୍ଡି ବନାଞ୍ଚଳ ଅଧିକାରୀ କାହ୍ନୁଚରଣ ପଟ୍ଟନାୟକ, ଖଲ୍ଲିକୋଟ ବନାଞ୍ଚଳ ଅଧିକାରୀ ସିଦ୍ଧାର୍ଥ ଶଙ୍କର ସାହୁଙ୍କ ସମେତ ସମସ୍ତ ବନପାଳ, ବନରକ୍ଷୀ ଓ ପାରା ବନ କର୍ମଚାରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri