ଡିସେମ୍ବର ୨୭ରୁ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା

ବରଗଡ଼ ଅଫିସ,୨୪ା୮: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୭ରୁ ଆରମ୍ଭ ହେବ। ଏହି ଯାତ୍ରା ଦୀର୍ଘ ୧୧ ଦିନ ବ୍ୟାପୀ ୨୦୨୩ ଜାନୁୟାରୀ ୬ ପର୍ଯ୍ୟନ୍ତ ଚାଲିବ। କରୋନା କଟକଣା ଯୋଗୁ ଦୀର୍ଘ ୨ ବର୍ଷ ଧରି ହୋଇପାରି ନ ଥିବାରୁ ଅନ୍ୟବର୍ଷ ତୁଳନାରେ ଏଥର ଧନୁଯାତ୍ରା ମହୋତ୍ସବକୁ ଅଧିକ ଆକର୍ଷଣୀୟ କରାଯିବ। ବୁଧବାର ବରଗଡ଼ ଜିଲାପାଳ ଅଫିସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଧନୁଯାତ୍ରା ମହୋତ୍ସବ ସମିତିର ସାଧାରଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ଧନୁଯାତ୍ରା ମହୋତ୍ସବ କମିଟିର ସଭାପତି ତଥା ବରଗଡ଼ ଜିଲାପାଳ ମୋନିଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସମିତିର ସମ୍ପାଦକ ସୁରେଶ୍ୱର ଶତପଥୀ ପ୍ରାରମ୍ଭିକ ବିବରଣୀ ଉପସ୍ଥାପନ କରିଥିଲେ। ବୈଠକରେ ଯୋଗଦେଇ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ କହିଥିଲେ, ଏଥର ଧନୁଯାତ୍ରା ପ୍ଲାଟିନମ ଜୁବୁଲି ପାଳନ କରିବାକୁ ଯାଉଛି। ସେହିପରି ଆସନ୍ତା ସେପ୍ଟେମ୍ବର ୧୫ ସୁଦ୍ଧା ରାଜ୍ୟ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ନିର୍ଦ୍ଦେଶକଙ୍କ ଏହି ଗସ୍ତରେ ବରଗଡ଼ ଧନୁଯାତ୍ରାକୁ ଆହୁରି ଆକର୍ଷଣୀୟ କରିବା ପାଇଁ ତାଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ସେ ସୂଚନା ଦେଇଥିଲେ। ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ବୈଠକରେ ଯୋଗଦେଇ ଏଥର ସ୍ବତନ୍ତ୍ର ଭାବେ ଧନୁଯାତ୍ରା ଆୟୋଜନ ସହିତ ସଞ୍ଚାର, ଧୂନକେଲ୍‌, କଳାକୁଞ୍ଜ ଭଳି ଲୋକକଳାକୁ ଗୁରୁତ୍ୱ ଦେବାକୁ ପ୍ରସ୍ତାବ ଦେଇଥିଲେ। ଏହା ସହିତ ଥିଏଟର୍‌, ଫିଲ୍ମ ଇଣ୍ଡଷ୍ଟ୍ରିର ପ୍ରଖ୍ୟାତ କଳାକାରଙ୍କୁ ଆମନ୍ତ୍ରଣ କରିବାକୁ ଛୁରିଆ ପ୍ରସ୍ତାବ ଦେଇଥିଲେ।

ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ରୀତା ସାହୁ ବୈଠକରେ ଉପସ୍ଥିତ ରହି ଧନୁଯାତ୍ରାରେ ବିଗତବର୍ଷ ଭଳି ଏଥର ମଧ୍ୟ ଜାତୀୟ ହସ୍ତତନ୍ତ ଏକ୍ସପୋ ଆୟୋଜନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯିବ ଏବଂ ଅନ୍ୟବର୍ଷ ତୁଳନାରେ ଅଧିକ ଆଡ଼ମ୍ବରରେ ଧନୁଯାତ୍ରା ପାଳନ  ପାଇଁ ପ୍ରସ୍ତାବ ଦେଇଥିଲେ। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ ଧନୁଯାତ୍ରାରେ ପାରମ୍ପରିକ ସହିତ ନୂତନତାକୁ ଯୋଡ଼ିବାକୁ ପ୍ରସ୍ତାବ ଦେଇଥିଲେ। ରାଜ୍ୟ ସରକାରଙ୍କ ବିନା ଅନୁମତିରେ ହାତୀ ଆସି ପାରୁ ନ ଥିବାରୁ ଧନୁଯାତ୍ରା ପାଇଁ ଉଦ୍ଦିଷ୍ଟ ହାତୀ ଆଣିବାକୁ ଏବେଠାରୁ ପଦକ୍ଷେପ ନେବା ପାଇଁ ସମିତିର ସମ୍ପାଦକ ଶତପଥୀ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସାଂସ୍କୃତିକ କମିଟିର ସଭ୍ୟା ସଙ୍ଗୀତା ପଣ୍ଡା ଷଡ଼ଙ୍ଗୀ ଧନୁଯାତ୍ରାବେଳେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମର ଆର୍ଥିକ କାରବାରରେ ସ୍ବଚ୍ଛତା ଆଣିବାକୁ ପ୍ରସ୍ତାବ ଦେଇଥିଲେ।

ଧନୁଯାତ୍ରାବେଳେ ହେଉଥିବା ଜମି ଅଧିଗ୍ରହଣ ପ୍ରକ୍ରିୟାରେ ଏକ ନିର୍ଦ୍ଦିଷ୍ଟ ମାଫିଆ ଗୋଷ୍ଠୀ ସକ୍ରିୟ ହେଉଥିବା ଏବଂ ଏଥିପାଇଁ ଦର୍ଶକ ଶୋଷିତ ହେଉଥିବାରୁ ଏଥିରେ ସ୍ବଚ୍ଛତା ଆଣିବା ଏବଂ କଳାକାରଙ୍କ ପୋଷାକ, ପରିଚ୍ଛଦ, ବ୍ୟବହୃତ ଖଣ୍ଡା, ମୁଦ୍‌ଗର ଉନ୍ନତ କରିବାକୁ ଆଡ଼ଭୋକେଟ୍‌ ଲିପ୍‌ସିତ୍‌ ମିଶ୍ର ପ୍ରସ୍ତାବ ଦେଇଥିଲେ । ରାଜେନ୍ଦ୍ର ସିକନ୍ଦର ତାଙ୍କ ପ୍ରସ୍ତାବରେ ପ୍ରଚାର, ପ୍ରସାରକୁ ଗୁରୁତ୍ୱ ଦେଇଥିବାବେଳେ ହରଦୀପ ସିଂ ସ୍ଥାୟୀ ମଞ୍ଚ ନିର୍ମାଣକୁ ଗୁରୁତ୍ୱ ଦେଇଥିଲେ । ଅଶୋକ ବେହେରା, ପ୍ରୀତମ ସିଂ ମଧ୍ୟ ଧନୁଯାତ୍ରାକୁ ଆକର୍ଷଣୀୟ କରିବାକୁ ପ୍ରସ୍ତାବ ଦେଇଥିଲେ। ଧନୁଯାତ୍ରାରେ ଗୋପପୁର ଉପେକ୍ଷିତ ହେଉଥିବା ନେଇ ଦୟାନିଧି ପ୍ରଧାନ, ରବିନ୍ଦ୍ର ପୂଜାରୀ, ଈଶ୍ୱର ବାଗ, ପଦ୍ମଲୋଚନ ମଲ୍ଲିକ ପ୍ରମୁଖ ସଭାରେ ଉପସ୍ଥିତ କମିଟିର କାର୍ଯ୍ୟକର୍ତ୍ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସ୍ଥାୟୀ ପଡ଼ିଆ, ମଣ୍ଡପ ନିର୍ମାଣ ସହିତ ଗୋପପୁର ଅନୁଦାନ ବଢ଼ାଇବାକୁ ସେମାନେ ଦାବି କରିଥିଲେ। ବୈଠକରେ ସମିତିର ଉପସଭାପତି ତଥା ଏସ୍‌ପି ସ୍ମିତ୍‌ ପି. ପରମାର୍‌, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ କୃତ୍ତିବାସ ରାଉତ, ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝିଙ୍କ ସମେତ ବିଭିନ୍ନ କମିଟିର ଆବାହକ, ସଦସ୍ୟ ଉପସ୍ଥିତ ଥିଲେ। ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ: ଚର୍ଚ୍ଚାରେ ସମ୍ବିତ ପାତ୍ରଙ୍କ ମନ୍ତବ୍ୟ

ନୂଆଦିଲ୍ଲୀ,୧୦।୬: ନିର୍ବାଚନ କମିଶନଙ୍କୁ ନେଇ ବିରୋଧୀ ଦଳଗୁଡ଼ିକର ଆକ୍ରମଣ ମଧ୍ୟରେ ପାଲଟା ଜବାବ ଦେଇଛି ଭାଜପା। ଭାଜପା ଏମ୍‌ପି ସମ୍ବିତ ପାତ୍ର ବିରୋଧୀ ଦଳଗୁଡ଼ିକ ଉପରେ ତୀବ୍ର…

ହଠାତ ଏମିତି ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇ ଦେଲେ ଏହି କ୍ରିକେଟର, ଏକ ଭାବପ୍ରବଣ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଲେ…

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦରୁ ସମସ୍ତ ଫର୍ମାଟରେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଏହି…

‘ପ୍ରଥମେ ନିଜ ନେମ୍‌ ଟ୍ୟାଗ ଲଗାନ୍ତୁ…’ ସାମ୍ବାଦିକମାନଙ୍କ ପାଇଁ ଦିଲ୍ଲୀ ପୋଲିସର ପରାମର୍ଶ ଉପରେ ଦୀପକେଙ୍କ ବ୍ୟଙ୍ଗ

ନୂଆଦିଲ୍ଲୀ,୬।୧୦: ଏକ ସୋସିଆଲ ମିଡିଆ ପୋଷ୍ଟରେ, ଦିଲ୍ଲୀ ପୋଲିସ କହିଛି ଯେ କାହାଣୀ ଗୁରୁତ୍ୱପୂର୍ଣ୍ଣ ହୋଇଥିଲେ ମଧ୍ୟ ଏହାକୁ କିପରି ଗ୍ରହଣ କରାଯାଏ ତାହା ମଧ୍ୟ ସମାନ…

ଯାତ୍ରୀଙ୍କୁ ବଡ଼ ଝଟକା; ଆଜି ରାତିରୁ ମହଙ୍ଗା ହେବ ଇଣ୍ଡିଗୋ ବିମାନ ଭଡ଼ା, ଜାଣନ୍ତୁ କେତେ

ନୂଆଦିଲ୍ଲୀ,୬ା୧୦: ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟରେ କ୍ରମାଗତ ବୃଦ୍ଧି ହେତୁ ଇଣ୍ଡିଗୋ ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ ବିମାନ ଯାତ୍ରା ଉପରେ ଇନ୍ଧନ ଶୁଳ୍କ (ଫ୍ୟୁଏଲ ଚାର୍ଜ) ବଢ଼ାଇବାକୁ…

‘ମିଡିଆ ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କ ଚୟନ ହୋଇଥିଲା…’ କୋଚ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କଲେ ଅଭିଜ୍ଞ ଖେଳାଳି

ନୂଆଦିଲ୍ଲୀ,୬।୧୦: ପୂର୍ବତନ କ୍ରିକେଟର ସୁବ୍ରମଣ୍ୟମ ବଦ୍ରିନାଥ ଦାବି କରିଛନ୍ତି ଯେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଗଣମାଧ୍ୟମର ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?