ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା ୫ଟାରେ ଝାଡ଼ଦୀପ ପ୍ରଜ୍ୱଳିତ ହେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟର ବିଭିନ୍ନ ଅଞ୍ଚଳ ସମେତ ନେପାଳ, ଗୁଜରାଟ, ଆସାମ, ଝାଡ଼ଖଣ୍ଡ, ଛତିଶଗଡ଼, ଆନ୍ଧ୍ର ପ୍ରଦେଶ ଆଦି ରାଜ୍ୟରୁ ମହିମା ସାଧୁ ସନ୍ନ୍ୟାସୀ ଓ ଶ୍ରଦ୍ଧାଳୁ୍‌ଙ୍କ ସମାଗମ ହୋଇଛି।
ଚଳିତବର୍ଷ ମାଘମେଳା ୧୫୩ ବର୍ଷରେ ପହଞ୍ଚତ୍ଛି। ସେହିପରି ମହିମା ସ୍ବାମୀଙ୍କ ଆବିର୍ଭାବର ୨୦୦ ବର୍ଷ ପୂର୍ତ୍ତି ହୋଇଥିବା ମହିମା ଜ୍ୟୋତିଯାତ୍ରା ସଂଯୋଜକ ପ୍ରଦ୍ୟୁମ୍ନ ରଥଙ୍କ ସୂଚନାରୁ ଜଣାପଡିଛି। ପ୍ରସିଦ୍ଧ ମାଘମେଳା ଅବସରରେ ମହିମା ପୀଠରେ ଗାଦି ମନ୍ଦିର, ବତି ମନ୍ଦିର, ଧୁନୀ ମନ୍ଦିର ଓ ଶୂନ୍ୟ ମନ୍ଦିର ଆଦିରେ ଝାଡ଼ଦୀପ ପ୍ରଜ୍ୱଳିତ ହେବ। ସମଗ୍ର ବିଶ୍ୱ ଓ ଜୀବଜଗତର ମଙ୍ଗଳ କାମନା ପାଇଁ ମହିମା ସାଧୁ ସନ୍ନ୍ୟାସୀ ଓ ଶ୍ରଦ୍ଧାଳୁମାନେ ଘୃତାହୁତି କରିବେ। ଚଳିତବର୍ଷ ମେଳା ଅବସରରେ ୧ ତାରିଖ ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋରନ୍ଦା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ବିଭିନ୍ନ ଉନ୍ନତୀକରଣ କାର୍ଯ୍ୟର ଶିଳାନ୍ୟାସ କରିବେ ବୋଲି ଜଣାପଡିଛି। ମାଘମେଳା ସାଙ୍ଗକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ତପତ୍ରତା ପ୍ରକାଶ ପାଇଛି। ଜିଲାପାଳ ଆଶିଷ ଈଶ୍ୱର ପାଟିଲ, ଏସ୍‌ପି ଅଭିନବ ସୋନକର ଯୋରନ୍ଦାରେ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମର ତଦାରଖ କରୁଛନ୍ତି। ମେଳାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଚଳିତବର୍ଷ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ଏସ୍‌ପିଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ୨ଜଣ ଅତିରିକ୍ତ ଏସ୍‌ପି, ୫ଜଣ ଡିଏସ୍‌ପି, ୧୬ଜଣ ଇନ୍ସପେକ୍ଟର, ଏସ୍‌ଆଇ ଓ ଏଏସ୍‌ଆଇ ମିଶି ୬୦ଜଣ ଏବଂ ୧୪ ପ୍ଲାଟୁନ ପୋଲିସ ଫୋର୍ସ ମେଳା ପାଇଁ ମୁତୟନ ହେବେ। ସେହିପରି ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି ୧୫ ପ୍ଲାଟୁନ ସଶସ୍ତ୍ର ପୋଲିସ ଫୋର୍ସ ମୁତୟନ ହେବେ। ଏତଦବ୍ୟତୀତ ମେଳାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ସନ୍ଧାନୀ କୁକୁର, ମେଟାଲ ଡିଟେକ୍ଟର ଓ ସିସିଟିଭି କ୍ୟାମେରା ବ୍ୟବସ୍ଥା ସମେତ ଆଣ୍ଟି ଡକାୟତି ସ୍କ୍ବାର୍ଡ ମଧ୍ୟ ମୁତୟନ କରାଯିବ ବୋଲି ଏସ୍‌ପି ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri