ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା ୫ଟାରେ ଝାଡ଼ଦୀପ ପ୍ରଜ୍ୱଳିତ ହେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟର ବିଭିନ୍ନ ଅଞ୍ଚଳ ସମେତ ନେପାଳ, ଗୁଜରାଟ, ଆସାମ, ଝାଡ଼ଖଣ୍ଡ, ଛତିଶଗଡ଼, ଆନ୍ଧ୍ର ପ୍ରଦେଶ ଆଦି ରାଜ୍ୟରୁ ମହିମା ସାଧୁ ସନ୍ନ୍ୟାସୀ ଓ ଶ୍ରଦ୍ଧାଳୁ୍‌ଙ୍କ ସମାଗମ ହୋଇଛି।
ଚଳିତବର୍ଷ ମାଘମେଳା ୧୫୩ ବର୍ଷରେ ପହଞ୍ଚତ୍ଛି। ସେହିପରି ମହିମା ସ୍ବାମୀଙ୍କ ଆବିର୍ଭାବର ୨୦୦ ବର୍ଷ ପୂର୍ତ୍ତି ହୋଇଥିବା ମହିମା ଜ୍ୟୋତିଯାତ୍ରା ସଂଯୋଜକ ପ୍ରଦ୍ୟୁମ୍ନ ରଥଙ୍କ ସୂଚନାରୁ ଜଣାପଡିଛି। ପ୍ରସିଦ୍ଧ ମାଘମେଳା ଅବସରରେ ମହିମା ପୀଠରେ ଗାଦି ମନ୍ଦିର, ବତି ମନ୍ଦିର, ଧୁନୀ ମନ୍ଦିର ଓ ଶୂନ୍ୟ ମନ୍ଦିର ଆଦିରେ ଝାଡ଼ଦୀପ ପ୍ରଜ୍ୱଳିତ ହେବ। ସମଗ୍ର ବିଶ୍ୱ ଓ ଜୀବଜଗତର ମଙ୍ଗଳ କାମନା ପାଇଁ ମହିମା ସାଧୁ ସନ୍ନ୍ୟାସୀ ଓ ଶ୍ରଦ୍ଧାଳୁମାନେ ଘୃତାହୁତି କରିବେ। ଚଳିତବର୍ଷ ମେଳା ଅବସରରେ ୧ ତାରିଖ ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋରନ୍ଦା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ବିଭିନ୍ନ ଉନ୍ନତୀକରଣ କାର୍ଯ୍ୟର ଶିଳାନ୍ୟାସ କରିବେ ବୋଲି ଜଣାପଡିଛି। ମାଘମେଳା ସାଙ୍ଗକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ତପତ୍ରତା ପ୍ରକାଶ ପାଇଛି। ଜିଲାପାଳ ଆଶିଷ ଈଶ୍ୱର ପାଟିଲ, ଏସ୍‌ପି ଅଭିନବ ସୋନକର ଯୋରନ୍ଦାରେ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମର ତଦାରଖ କରୁଛନ୍ତି। ମେଳାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଚଳିତବର୍ଷ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ଏସ୍‌ପିଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ୨ଜଣ ଅତିରିକ୍ତ ଏସ୍‌ପି, ୫ଜଣ ଡିଏସ୍‌ପି, ୧୬ଜଣ ଇନ୍ସପେକ୍ଟର, ଏସ୍‌ଆଇ ଓ ଏଏସ୍‌ଆଇ ମିଶି ୬୦ଜଣ ଏବଂ ୧୪ ପ୍ଲାଟୁନ ପୋଲିସ ଫୋର୍ସ ମେଳା ପାଇଁ ମୁତୟନ ହେବେ। ସେହିପରି ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି ୧୫ ପ୍ଲାଟୁନ ସଶସ୍ତ୍ର ପୋଲିସ ଫୋର୍ସ ମୁତୟନ ହେବେ। ଏତଦବ୍ୟତୀତ ମେଳାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ସନ୍ଧାନୀ କୁକୁର, ମେଟାଲ ଡିଟେକ୍ଟର ଓ ସିସିଟିଭି କ୍ୟାମେରା ବ୍ୟବସ୍ଥା ସମେତ ଆଣ୍ଟି ଡକାୟତି ସ୍କ୍ବାର୍ଡ ମଧ୍ୟ ମୁତୟନ କରାଯିବ ବୋଲି ଏସ୍‌ପି ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?