ଆସନ୍ତାକାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା: ଅପରାହ୍ନ ୪ଟାରେ ରଥଟଣା

ପୁରୀ,୨୬ା୬: ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ମହାବାହୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଚତୁର୍ଦ୍ଧାମୂର୍ତ୍ତି କାଲି ରତ୍ନବେଦି ଛାଡ଼ି ବଡ଼ଦାଣ୍ଡକୁ ଆସିବେ ଭକ୍ତଙ୍କୁ ତାଙ୍କର ଦିବ୍ୟ ଦର୍ଶନ ଦେବାକୁ। ଏନେଇ କାର୍ଯ୍ୟସୂଚୀ ଧାର୍ଯ୍ୟ କରାଯାଇଛି। କାଲି ସକାଳ ୯ଟାରେ ତିନି ରଥକୁ ପ୍ରତିଷ୍ଠା କରାଯିବ। ୯ଟା ୧୫ରେ ମଙ୍ଗଳାର୍ପଣ ପରେ ୯ଟା ୩୦ରୁ ପହଣ୍ଡି ହେବ। ମଧ୍ୟାହ୍ନ ୧୨ଟା ୩୦ ସୁଦ୍ଧା ଦାରୁବିଗ୍ରହ ରଥାରୂଢ଼ ହେବେ। ୨ଟା ୩୦ରୁ ୩ଟା ୩୦ ମଧ୍ୟରେ ଗଜପତି ମହାରାଜା ଛେରାପହଁରା କରିବାକୁ ଥିବାବେଳେ ଚାରମାଳ ଫିଟାଯାଇ ଅପରାହ୍ନ ୪ଟାରେ ରଥଟଣା ଅନୁଷ୍ଠିତ ହେବାକୁ ନିଷ୍ପତ୍ତି ନିଆଯାଇଛି।

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀବିଗ୍ରହମାନେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଜ୍ୱରରେ ପୀଡ଼ିତ ହୋଇ ୧୫ ଦିନ ଅଣସରରେ ରହି ଗୁପ୍ତସେବା ହେବା ପରେ ଗୁରୁବାର ନେତ୍ର ଉତ୍ସବରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଅମାବାସ୍ୟା ଅବସରରେ ବୁଧବାର ଅଣସର ଘରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

କୂଳା ନାଳରେ ଭାସିଗଲେ ବୃଦ୍ଧ: ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ

ମହାକାଳପଡ଼ା, ୯।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଟିକରପଙ୍କା ପଞ୍ଚାୟତର ଟିକରପଙ୍କା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର…

ପିଣ୍ଡି ନିର୍ମାଣ ପ୍ରସଙ୍ଗ: ବିନା ସୂଚନା ଫଳକରେ ଚାଲିଛି କାମ, ସରପଞ୍ଚଙ୍କ ଭୂମିକାକୁ ନେଇ ପ୍ରଶ୍ନ

ରିଷିଡ଼ା, ୯।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅଧୀନ ହାଇସ୍କୁଲ ବଜାର ପଡ଼ିଆରେ ବିନା ସୂଚନା ଫଳକରେ ପିଣ୍ଡି ନିର୍ମାଣ କାମ…

ରୋଜଗାର ଦେଇଛି ଶ୍ରାବଣ ଛତୁ: କିଲୋ ପିଛା ୫ ଶହ ଟଙ୍କା ପର୍ଯ୍ୟନ୍ତ ବିକ୍ରି, ବଢୁଛି ଚାହିଦା

ଦାରିଙ୍ଗବାଡ଼ି, ୯।୮ (ଅରୁଣ ସାହୁ): ଏବେ ଚାଲିଛି ଶ୍ରାବଣ ମାସ। ଶ୍ରାବଣ ବର୍ଷା ମଧ୍ୟ ଛାଡ଼ିବାର ନାଁ ଧରୁନାହିଁ। ଏଭଳି ପରିସ୍ଥିତିରେ ଶ୍ରମିକ ଶ୍ରେଣୀର ଲୋକଙ୍କ ପାଇଁ…

ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ

ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ…

Mettle Meet 2026: ଆଜି ଗ୍ରାଣ୍ଡ୍‌ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍‌

ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି…

୩୮ ଏମ୍‌ଓୟୁ ସ୍ବାକ୍ଷରିତ: ଓଡ଼ିଶାକୁ ୬୬,୩୯୨ କୋଟି ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର,୯।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ ଶନିବାର ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି।…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri