ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମକୁ ୨୦୨୦ ବର୍ଷର ନୋବେଲ ଶାନ୍ତି ପୁରସ୍କାର

ଷ୍ଟକହୋମ,୯ ।୧୦: ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ବା ୱାର୍ଲଡ ଫୁଡ୍ ପ୍ରୋଗ୍ରାମ(ଡପ୍ଲୁଏଫ୍‌ପି)କୁ ୨୦୨୦ ବର୍ଷ ପାଇଁ ନୋବେଲ ଶାନ୍ତି ପୁରସ୍କାର ଦେବାକୁ ଘୋଷଣା କରାଯାଇଛି । ନୋବେଲ ପୁରସ୍କାର ସମିତି ଦ୍ୱାରା ଶୁକ୍ରବାର ଏହି ଘୋଷଣା କରାଯାଇଛି । ନୋବେଲ କମିଟି କହିଛି କ୍ଷୁଧାର ମୁକାବିଲା କରିବା ଓ ସଂଘର୍ଷପୂର୍ଣ୍ଣ ଅଞ୍ଚଳରେ ଶାନ୍ତିର ସ୍ଥିତିରେ ସୁଧାର ଆଣିବା ଲାଗି ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମକୁ ଏହି ଶାନ୍ତି ପୁରସ୍କାର ପ୍ରଦାନ କରାଯାଉଛି । ସୂଚନାଯୋଗ୍ୟ, ଚଳିତ ଥର ନୋବେଲ ଶାନ୍ତି ପୁରସ୍କାର ଦୌଡରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(ଢବ୍ଲୁଏଚ୍‌ଓ)ର ନାମ ସବୁଠାରୁ ଆଗରେ ଥିଲା । ଏହା ବ୍ୟତୀତ ପରିବେଶ ସମସ୍ୟା ତଥା ଗଣମାଧ୍ୟମର ସ୍ୱାଧିନତାକୁ ସମର୍ଥନ କରୁଥିବା ଗ୍ରେଟା ଥନବର୍ଗଙ୍କୁ ମଧ୍ୟ ପ୍ରତିଦ୍ୱନ୍ଦ୍ୱୀ ଘୋଷିତ କରାଯାଇଥିଲା । ହେଲେ ଶେଷରେ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମକୁ ଏହି ପୁରସ୍କାର ଦିଆଯାଇଛି । ଚଳିତ ବର୍ଷ ନୋବେଲ ଶାନ୍ତି ପୁରସ୍କାର ସମ୍ମାନ ପାଇଁ ୩ଶହରୁ ଅଧିକ ବ୍ୟକ୍ତି ଓ ସଂସ୍ଥା ନାମାଙ୍କନ କରିଥିଲେ । ଚତୁର୍ଥଥର ଭାବେ ଏତେ ସଂଖ୍ୟକ ନାମାଙ୍କନ ହୋଇଥିବା କୁହାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ଆଖି ଦେଖାଇଲା ପାକିସ୍ତାନ: ଚୁକ୍ତି ସ୍ବାକ୍ଷର କରିବାକୁ ସିଧା ସିଧା କଲା ମନା

ଇସଲାମାବାଦ୍‌,୨୬।୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଏବଂ ସେନା ଅଧ୍ୟକ୍ଷ ଅସୀମ ମୁନିର ଆମେରିକା ପ୍ରତି ଯେତେ ପ୍ରେମ ଦେଖାଉଥିଲେ ମଧ୍ୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାହାକୁ…

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ…

ଭିଜିଲାନ୍ସ ଦୁର୍ନୀତି ମାମଲାରେ ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜ ଦୋଷୀ ସାବ୍ୟସ୍ତ

କେନ୍ଦୁଝର,୨୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦୁର୍ନୀତି ବିରୋଧୀ ଘଟଣାକ୍ରମରେ ଓଡିଶା ଭିଜିଲାନ୍ସ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକର ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜଙ୍କୁ ଏକ…

ଟ୍ରମ୍ପଙ୍କ ୩ ବଡ଼ ସର୍ତ୍ତ: ଯାହା କାରଣରୁ ଅଟକିଲା ଇରାନ-ଆମେରିକାର ଶାନ୍ତି ଚୁକ୍ତି

ନୂଆଦିଲ୍ଲୀ, ୨୬।୫: ଇରାନ ଏବଂ ଆମେରିକା ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନାର ଅନ୍ତ ଘଟାଇବା ପାଇଁ ଆଶା କରାଯାଉଥିବା ଶାନ୍ତି ଚୁକ୍ତିନାମା ଏବେ ଝୁଲି…

ଆଶ୍ଚର୍ଯ୍ୟ! ବାହାଘର ରିଟର୍ନ ଗିଫ୍ଟ ଦେଖି ଛାନିଆ ହେଲେ ଗାଁ ଲୋକେ, ଯିଏ ଶୁଣିଲା…

ମୁମ୍ବାଇ,୨୬।୫: ବିବାହରେ ଅତିଥିମାନଙ୍କୁ ପ୍ରତିଦାନ(ରିଟର୍ନ) ଉପହାର ଦେବାର ପ୍ରଥା ଏକ ବହୁ ପୁରୁଣା ପରମ୍ପରା । ତେବେ ମହାରାଷ୍ଟ୍ରର ନାନ୍ଦେଡ଼ ଜିଲାରେ ସମ୍ପ୍ରତି ଅନୁଷ୍ଠିତ ଏକ ବିବାହ…

ଭଞ୍ଜ ରାଜବଂଶର ସ୍ମୃତି : ଲୋକଙ୍କ ଦାନରେ ଚାଲିଛି କୁଲାଡ ଜଗନ୍ନାଥ ମନ୍ଦିର

ଭଞ୍ଜନଗର,୨୬।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଘୁମୁସର ଭଞ୍ଜ ରାଜବଂଶର ସ୍ମୃତି ଭାବେ ପରିଚିତ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ନିର୍ମାଣ ହୋଇଥିଲା। ସେ ସମୟରେ ମନ୍ଦିର ପରିଚାଳନା…

କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: କହୁ କହୁ ବଡ କଥା କହିଦେଲେ ମନ୍ତ୍ରୀ, ନୂତନ ମନ୍ତ୍ରିମଣ୍ଡଳରେ….

ଭୁବନେଶ୍ୱର,୨୬।୫: ଓଡ଼ିଶାରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣକୁ ନେଇ ଚର୍ଚ୍ଚା ମଧ୍ୟରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବଡ ଅପଡେଟ ଦେଇଛନ୍ତି। ସେ କହିଛନ୍ତି ଯେ, କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ…

ପୁଣି କରୋନା ଭଳି ହେବ ଲକ୍‌ଡାଉନ! ଇବୋଲା ଭୂତାଣୁକୁ ନେଇ ଭାରତରେ ହାଇଆଲର୍ଟ: ଜାଣନ୍ତୁ ସରକାରଙ୍କ ଗାଇଡଲାଇନ

ନୂଆଦିଲ୍ଲୀ, ୨୬।୫: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହିତ ଏକ ବୈଠକରେ ଇବୋଲା ନିବାରଣ, ନିରୀକ୍ଷଣ ଏବଂ ଜରୁରୀକାଳୀନ ପ୍ରତିକ୍ରିୟା ବ୍ୟବସ୍ଥା ସମୀକ୍ଷା କରାଯାଇଛି। କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri