ବିଶ୍ୱ ହାତଧୂଆ ଦିବସ: ଗାଁ ଗାଁରେ ପହଞ୍ଚିଲା ବେଦାନ୍ତର ଭ୍ରାମ୍ୟମାଣ ହେଲଥ୍‌ ୟୁନିଟ୍‌

ଝାରସୁଗୁଡ଼ା ଅଫିସ,୧୧।୧୧: ବେଦାନ୍ତ ଆଲୁମିନିୟମ୍‌ ଉତ୍ପାଦକ କମ୍ପାନୀ ଝାରସୁଗୁଡ଼ା ପକ୍ଷରୁ ବିଶ୍ୱ ହାତଧୂଆ ଦିବସ ପାଳନ କରାଯାଇଛି। ଏହା ସହ ଏକ ସଚେତନତା ବାର୍ତ୍ତା ଦିଆଯାଇଛି। ଲୋକମାନଙ୍କୁ ହାତ ଧୋଇବା ଓ ସ୍ବଚ୍ଛ ରହିବା ଉପରେ ଏକ ସପ୍ତାହବ୍ୟାପୀ ସଚେତନ ଅଭିଯାନ ଆୟୋଜିତ ହୋଇଥିଲା। ଏହି ଅଭିଯାନରେ ୨୮ଟି ଗ୍ରାମକୁ ସାମିଲ କରାଯାଇଥିଲା। ଏହା ସହ ସ୍କୁଲର ଛାତ୍ରୀଛାତ୍ର, ବୟସ୍କ ବ୍ୟକ୍ତି ପ୍ରାୟ ୧୬ଶହ ଲୋକଙ୍କ ପାଖରେ ଏହି ସଚେତନ ବାର୍ତ୍ତା ଉପସ୍ଥାପନ କରାଯାଇଥିଲା। ଅଭିଯାନର ଏକ ଅଂଶ ଭାବେ କମ୍ପାନୀ କର୍ତ୍ତୃପକ୍ଷ ଗ୍ରାମଗୁଡ଼ିକୁ ଯାଇ ଏହାର ଭ୍ରାମ୍ୟମାଣ ହେଲଥ୍‌ ୟୁନିଟ୍‌ ସହାୟତାରେ ହାତ ଧୋଇବାର ୬ଟି ସୋପାନ ଉପରେ ଆଲୋକପାତ କରିଥିଲେ।
ତେବେ ବେଦାନ୍ତର ସ୍ବାସ୍ଥ୍ୟସେବା ପଦକ୍ଷେପ ସମ୍ପର୍କରେ କମ୍ପାନୀ ସିଇଓ ସୁନିଲ ଗୁପ୍ତା କହିଛନ୍ତି ଯେ, ବିଶ୍ୱ ହାତଧୂଆ ଦିବସ ଆମ ଅଞ୍ଚଳର ଲୋକମାନଙ୍କୁ ମୌଳିକ ସ୍ବାସ୍ଥ୍ୟ ଓ ସ୍ବଚ୍ଛତା ଅଭ୍ୟାସ ସମ୍ପର୍କରେ ଏକ ବାର୍ତ୍ତା ଦେଉଛି। ଆମେ ଆଶାକରୁ ଅଞ୍ଚଳର ଲୋକମାନେ ଏହି ମହତ୍ତ୍ୱକୁ ଉପଲବ୍ଧ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ଆଗକୁ କଡ଼ା ଟକ୍କର: ମଜଭୁତ ହେଉଛି ଭାଜପା ସଙ୍ଗଠନ

ଝାରସୁଗୁଡ଼ା,୧୫ା୪ (ସଞ୍ଜୟ ମାଲି): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଦଳୀୟ କାର୍ଯ୍ୟାଳୟରେ ରବିବାର ଅନ୍ୟ ଦଳର ବହୁ କର୍ମୀ ଭାଜପାରେ ସାମିଲ ହୋଇଛନ୍ତି। ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ...

ସୁରେଶ ପୂଜାରୀଙ୍କ ପ୍ରାର୍ଥୀତ୍ୱକୁ କର୍ମୀଙ୍କ ବିରୋଧ

ବ୍ରଜରାଜନଗର,୧୨ା୪(ବିଜୟ ବରାଡ଼): ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀ ଲଖନପୁର ବ୍ଲକ ଓ ୧୯ଖଣ୍ଡ ମୌଜାର ଭାଜପା ସମର୍ଥକମାନେ ଭାଜପା ପ୍ରାର୍ଥୀ ସୁରେଶ ପୂଜାରୀଙ୍କ ପ୍ରାର୍ଥୀତ୍ୱକୁ ବିରୋଧ କରିଛନ୍ତି।...

ବାହାରିଆ ପ୍ରାର୍ଥୀ କହି ହେଉଛି ବିରୋଧ

ବ୍ରଜରାଜନଗର,୭ା୪(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀ ସକାଶେ ୩ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇସାରିଛି। ତିନି ଦଳର କର୍ମୀଙ୍କୁ...

ପୋଲିସ କବ୍‌ଜାରେ ଆନ୍ତଃ ଜିଲା ଜୁଆଡ଼ି ଗ୍ୟାଙ୍ଗ

ବ୍ରଜରାଜନଗର,୫ା୪(ବିଜୟ ବରାଡ଼)- ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଗାନ୍ଧୀ ଛକ ଫାଣ୍ଡି ଅନ୍ତର୍ଗତ ମଧୁପୁର ଜଙ୍ଗଲରୁ ଗୁରୁବାର ରାତିରେ ପୋଲିସ ଏକ ଆନ୍ତଃ ଜିଲା ଜୁଆଡ଼ି...

ଜାଣନ୍ତୁ ଦୀପାଳିଙ୍କୁ ପୁଣି ଟିକେଟ୍‌ ଦେବାର କାରଣ

ଝାରସୁଗୁଡ଼ା,୪ା୪(ସଞ୍ଜୟ ମାଲି): ବିଜୁ ଜନତା ଦଳ ତା’ର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ଓ ତୃତୀୟ ପର୍ଯ୍ୟାୟ ଲୋକ ସଭା ପ୍ରାର୍ଥୀ ତାଲିକା ବୁଧବାର ଘୋଷଣା କରିଛି।...

ଝାରସୁଗୁଡ଼ାରୁ ବିମାନ ଚଳାଚଳ ବନ୍ଦ କଲା ସ୍ପାଇସ୍‌‌ଜେଟ୍‌‌

ଭୁବନେଶ୍ୱର,୩୧।୩: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ସ୍ପାଇସ୍‌‌ଜେଟ୍‌‌ ଝାରସୁଗୁଡ଼ାରୁ ଦିଲ୍ଲୀକୁ ଚଳାଚଳ କରୁଥିବା ସମସ୍ତ ବିମାନକୁ ଆଜିଠାରୁ ସମ୍ପୂର୍ଣ୍ଣ ରୂପେ ଅପସାରଣ କରିଛି। ଝାରସୁଗୁଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri