ଜନତା ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ସ୍ବାସ୍ଥ୍ୟ ଦିବସ ପାଳିତ

କେସିଙ୍ଗା,୭।୪(ତୁମେଶର ସାହୁ) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କଶ୍ରୁପଡାସ୍ଥିତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟର ରେଡ଼କ୍ରସ ଶାଖା ତରଫରୁ ବିଶ୍ୱ ସ୍ବାସ୍ଥ୍ୟ ଦିବସ ସୋମବାର ପାଳିତ ହୋଇଯାଇଛି। ରେଡ଼କ୍ରସ କାଉନସେଲର ତଥା ସମ୍ବଳ ଶିକ୍ଷକ ଗୋବିନ୍ଦ ବ୍ରହ୍ମାଙ୍କ ନେତୃତ୍ୱରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସୁଧୀର କୁମାର ବିଷୀ ସଭାପତିତ୍ବ କରିଥିବା ବେଳେ ସ୍ଥାନୀୟ ସ୍ବାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିରର ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ନେତ୍ରାନନ୍ଦ ମାଝୀ, ଯୋଗ ପ୍ରଶିକ୍ଷିକା ମୈତ୍ରୀ ତ୍ରିପାଠୀ ଓ ଅଙ୍ଗନୱାଡି କର୍ମୀ ବସନ୍ତମଞ୍ଜରୀ ମିଶ୍ର ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ସ୍ବାସ୍ଥ୍ୟ ଓ ଏହାର ଯତ୍ନ ସମ୍ପର୍କରେ ଆଲୋଚନା କରିଥିଲେ। ଶିକ୍ଷକ ଗୋବିନ୍ଦ ବ୍ରହ୍ମା ସ୍ବାଗତ ଭାଷଣ ପ୍ରଦାନ ପୂର୍ବକ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିବାବେଳେ ଧନ୍ୟବାଦ ଅର୍ପଣ କରିଥିଲେ ଶିକ୍ଷୟିତ୍ରୀ ଯାଜ୍ଞସେନୀ ମାଝୀ। ଶିକ୍ଷକ ଧନଞ୍ଜୟ ମହାପାତ୍ର ଓ ସତ୍ୟରଞ୍ଜନ ଜେନା ବୈଷୟିକ ସହାୟତା କରିଥିଲେ। ସମସ୍ତ ଶିକ୍ଷକଶିକ୍ଷୟିତ୍ରୀ ମଞ୍ଚାସୀନ ଥିଲେ। ପରେ ବିଦ୍ୟାଳୟ ପାର୍ଶ୍ୱ ଜାତୀୟ ରାଜପଥ ୨୬ ରେ ରେଡ଼କ୍ରସ ଜୁନିୟର ଛାତ୍ରଛାତ୍ରୀ ଶିକ୍ଷକ ତାରାକାନ୍ତ ଜେନା, ହେମନ୍ତ ପଧାନ, ରାମକୃଷ୍ଣ ବାରିକ, ଶିକ୍ଷୟତ୍ରୀ କରିସ୍ମା ସାଗର, ସୁଶ୍ରୀସ୍ମିତା ପ୍ରଧାନ, ଜ୍ୟୋତ୍ସ୍ନାମୟୀ ପୃଷ୍ଟି ଓ କର୍ମଚାରୀ ବିଶ୍ୱନାଥ ରଣାଙ୍କ ପ୍ରତ୍ୟକ୍ଷ୍ୟ ତତ୍ୱାବଧାନରେ ପଥଚାରୀ ମାନଙ୍କୁ ସୱାସ୍ଥ୍ୟ ସଚେତନତା ବାର୍ତ୍ତା, ଅଂଶୁଘାତ ପ୍ରତିକାର ଓ ସଡକ ସୁରକ୍ଷା ସମ୍ପର୍କିତ ପ୍ରଚାର ପତ୍ର ବଣ୍ଟନ କରି ସଚେତନ କରାଇଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଶିକ୍ଷକ ଶିକ୍ଷୟିତ୍ରୀ, ଅଣଶିକ୍ଷକ କର୍ମୀ ସକ୍ରିୟ ଅଂଶ ଗ୍ରହଣ କରିଥିଲେ। ବିଦ୍ୟାଳୟ ତରଫରୁ ଆୟୋଜିତ ଏଭଳି ଜନସଚେତନତା କାର୍ଯ୍ୟକ୍ରମକୁ ସ୍ଥାନୀୟ ଅଞ୍ଚଳରେ ଭୂୟସୀ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?