ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ଚେତାବନୀ: ଫେବୃୟାରୀ ସୁଦ୍ଧା ୟୁରୋପରେ କରୋନା ନେଇପାରେ ଆଉ ୫ ଲକ୍ଷ ଲୋକଙ୍କ ଜୀବନ

ଜେନେଭା,୫ ।୧୧: ୟୁରୋପ ଓ ମଧ୍ୟ ଏସିଆର ୫୩ ଦେଶରେ କରୋନା ଭାଇରସର ଆଉ ଏକ ଲହର ଆସିବାର ସମ୍ଭାବନା ରହିଛି । ଏମାନେ ପ୍ରଥମରୁ ନୂଆ ମହାମାରୀର ସାମ୍ନା କରୁଛନ୍ତି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର କ୍ଷେତ୍ର କାର୍ଯ୍ୟାଳୟର ମୁଖ୍ୟ ଡା. ହ୍ୟାନ୍ସ କ୍ଲୁଜ ଗୁରୁବାର ଏହି ସୂଚନା ଦେଇ କହିଛନ୍ତି, କରୋନା ସଂକ୍ରମଣ ପୁଣିଥରେ ବୃଦ୍ଧି ହୋଇ ପାଖାପାଖି ରେକର୍ଡ ସ୍ତରରେ ପହଞ୍ଚିଲାଣି । ଯାହା ଏବେ ଚିନ୍ତାର ବିଷୟ ପାଲଟିଲାଣି । ସେ ଡେନମାର୍କର କୋପେନହେଗନରେ ସଙ୍ଗଠନର ୟୁରୋପ ମୁଖ୍ୟାଳୟରେ ଖବରଦାତାଙ୍କୁ କହିଛନ୍ତି, ଆମେ କରୋନା ମହାମାରୀକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାସ୍ତାରେ ଠିଆ ହୋଇଛୁ । ୟୁରୋପ ପୁଣିଥରେ କରୋନା ମହାମାରୀର କେନ୍ଦ୍ର ପାଲଟିବାକୁ ଯାଉଛି ଯାହା ଆମେ ବର୍ଷକ ପୂର୍ବରୁ ଥିଲୁ । ଏଥିରେ କେବଳ ଏତିକି ପାର୍ଥକ୍ୟ କି ସ୍ୱାସ୍ଥ୍ୟ ଅଧିକାରୀଙ୍କ ପାଖରେ ସେତେବେଳେ କରୋନା ମହାମାରୀକୁ ନେଇ ଅଧିକ ସୂଚନା ନ ଥିବା ବେଳେ ଏବେ ସେମାନଙ୍କ ନିକଟରେ ଅଧିକ ସୂଚନା ସହ ଅଧିକ ଉପକରଣ ବି ରହିଛି । ତେବେ ଟିକାକରଣ କମ୍ ଯୋଗୁ ସଂକ୍ରମଣ ସଂଖ୍ୟାରେ ବୃଦ୍ଧି ହେଉଥିବା ସେ କହିଛନ୍ତି । ସେ କହିଛନ୍ତି ଯଦି ଏଭଳି ସ୍ଥିତି ଜାରି ରହିଲା ତେବେ ୟୁରୋପରେ ଫେବୃୟାରୀ ସୁଦ୍ଧା ଆଉ ୫ ଲକ୍ଷ ଲୋକଙ୍କର କରୋନାରେ ମୃତ୍ୟୁ ହୋଇପାରେ । ଏବେ ସେଠାରେ ସପ୍ତାହକୁ ୧୮ ଲକ୍ଷ ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଥିବା ବେଳେ ଗତ ସପ୍ତାହ ତୁଳନାରେ ଏହା ୬ ଗୁଣା ଅଧିକ ହୋଇଛି । ସେହିପରି ସାପ୍ତାହିକ ମୃତ୍ୟୁ ହାର ୧୨ ପ୍ରତିଶତ ବୃଦ୍ଧି ହୋଇ ୨୪,୦୦୦ରେ ପହଞ୍ଚିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?